Revelation 6:8 — Compare Translations
7 translations compared side by side
Odia - 1840
"ଆଉ, ମୁଁ ଧୂସରରଙ୍ଗର ଗୋଟିଏ ଘୋଡ଼ା ଦେଖିଲି। ତାହାର ଆ ରୋହୀଙ୍କର ନାମ ଥିଲା, 'ମୃତ୍ଯୁ'। ପାତାଳ ତାହାଙ୍କର ଅନୁଗମନ କରୁଥିଲା। ପୃଥିବୀର ଏକ ଚତୁର୍ଥାଂଶ ଉପରେ ସମାନଙ୍କେୁ କ୍ଷମତା ଦିଆଯାଇଥିଲା। ସମାନଙ୍କେୁ ଖଡ୍ଗ, ଅନାହାର, ରୋଗ ଓ ପୃଥିବୀର ବନ୍ଯ ପଶୁଙ୍କ ଦ୍ବାରା ଲୋକମାନଙ୍କୁ ମାରିଦବୋକୁ ଶକ୍ତି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ତୁବର୍ଣ୍ଣ ଅଶ୍ଵ, ତାହାର ଆରୋହୀର ନାମ ମୃତ୍ୟୁ, ପୁଣି ପାତାଳ ତାହାର ପଶ୍ଚାତ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟପଶୁମାନଙ୍କ ଦ୍ଵାରା ବିନାଶ କରିବାକୁନ ପୃଥିବୀର ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଦେଖିଲି, ଗୋଟିଏ ପାଣ୍ଡୁର ବର୍ଣ୍ଣ ଅଶ୍ୱ। ତା’ ଆରୋହୀଙ୍କ ନାମ ମୃତ୍ୟୁ; ପ୍ରେତପୁରୀ ତା’ର ଅନୁଗମନ କରୁଥିଲା। ଯୁଦ୍ଧ, ଦୁର୍ଭିକ୍ଷ, ରୋଗ, ବ୍ୟାଧି ଓ ବନ୍ୟଜନ୍ତୁମାନଙ୍କ ଉପଦ୍ରବ ଦ୍ୱାରା ପୃଥିବୀର ଏକ ଚତୁର୍ଥାଂଶ ଅଧିବାସୀଙ୍କୁ ବିନଷ୍ଟ କରିବା ପାଇଁ ସେମାନଙ୍କୁ କ୍ଷମତା ପ୍ରଦତ୍ତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଆଉ, ମୁଁ ଧୂସରରଙ୍ଗର ଗୋଟିଏ ଘୋଡ଼ା ଦେଖିଲି। ତାହାର ଆରୋହୀଙ୍କର ନାମ ଥିଲା, ‘ମୃତ୍ୟୁ’। ପାତାଳ ତାହାଙ୍କର ଅନୁଗମନ କରୁଥିଲା। ପୃଥିବୀର ଏକ ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଯାଇଥିଲା। ସେମାନଙ୍କୁ ଖଡ଼୍ଗ, ଅନାହାର, ରୋଗ ଓ ପୃଥିବୀର ବନ୍ୟ ପଶୁଙ୍କ ଦ୍ୱାରା ଲୋକମାନଙ୍କୁ ମାରିଦେବାକୁ ଶକ୍ତି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ-ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಹಿರ್ವ್ಯಾ ಸರ್ಕ್ಯಾ ಬನ್ನಾಚೆ ಎಕ್ ಘೊಡ್ಕೆ ಮಾಕಾ ದಿಸ್ಲೆ. ಹೆಚ್ಯಾ ವರ್ತಿ ಸವಾರಿ ಕರ್ತಲ್ಯಾಕ್ ಮರಾನ್ ಮನುನ್ ನಾಂವ್ ದಿಲ್ಲೆ ಹೊತ್ತೆ, ಅನಿ ಪಾತಾಳ್ಬಿ ತ್ಯೆಚ್ಯಾ ಫಾಟ್ನಾಚ್ ಹೊತ್ತೆ. ಹ್ಯಾ ಜಿಮ್ನಿ ವೈಲೊ ರುಪೈತ್ಲೊ ಚಾರ್ ಆನೆ ಭಾಗ್ ಮಾರಾಮಾರಿಯಾನಿ, ಬರ್ಗಾಲಾನಿ, ರೊಗಾನಿ, ಅನಿ ಡಂಗ್ಳಿತ್ಲ್ಯಾ ಜನಾವರಾಂಚ್ಯಾ ಕಾರನಾನಿ ಜಿವಾನಿ ಮಾರುನ್ ಟಾಕುಕ್ ಮನುನ್ ಹೆಚ್ಯಾ ತಾಬೆತ್ ದಿಲ್ಲೊ ಹಾಯ್.