Revelation 7:14 — Compare Translations

7 translations compared side by side

Odia - 1840
"ମୁଁ ଉତ୍ତର ଦଲେି, ମାେ ପ୍ରଭୁ! ଆପଣ ତାହା ଜାଣନ୍ତି, ସମାନେେ କିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣହିଁ ତାହା ଜାଣନ୍ତି । ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଳେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଉତ୍ତର ଦେଲି, “ମହାଶୟ! ମୁଁ ଜାଣେ ନାହିଁ। ଆପଣ ଜାଣିଥିବେ।” ସେ ମୋତେ କହିଲେ, “ଏହି ଲୋକମାନେ ଭୟଙ୍କର ନିର୍ଯ୍ୟାତନା ସହ୍ୟ କରି ଆସି ଅଛନ୍ତି। ସେମାନେ ମେଷଶାବକଙ୍କ ଉତ୍ତାରେ ନିଜ ନିଜର ପୋଷାକ ଧୋଇ ପରିଷ୍କାର କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଉତ୍ତର ଦେଲି, “ମୋ’ ପ୍ରଭୁ! ଆପଣ ତାହା ଜାଣନ୍ତି, ସେମାନେ କିଏ। ପ୍ରାଚୀନ ଜଣକ କହିଲେ, “ଏହି ଲୋକମାନେ ଭୟଙ୍କର ତାଡ଼ନା ଭିତରୁ ଆସିଛନ୍ତି। ସେମାନେ ମେଷଶାବକଙ୍କ ରକ୍ତରେ ଆପଣା ଆପଣାର ପୋଷାକ ପରିଷ୍କାର ଓ ଧଳା କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಿಯಾ,“ಸಾಯ್ಬಾ ಮಾಕಾ ಗೊತ್ತ್ ನಾ, ತುಕಾಚ್ ತೆ ಗೊತ್ತ್ ಹಾಯ್.” ಮನುನ್ ಜಬಾಬ್ ದಿಲೊ. ತೆನಿ ಮಾಕಾ,“ಮೊಟ್ಯಾ ತರಾಸಾತ್ನಾ ಸುರಕ್ಷಿತ್ ಪಾರ್ ಹೊವ್ನ್ ಯೆಲ್ಲಿ ಲೊಕಾ ಹಿ. ತೆನಿ ಅಪ್ನಾಚೆ ಝಗೆ ಬೊಕ್ಡಾಚ್ಯಾ ರಗ್ತಾನ್ ಧುವ್ನ್ ಫಾಂಡ್ರೆ ಕರುನ್ ಘೆಟ್ಲ್ಯಾನಾತ್.