Revelation 7:2 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ଅନ୍ୟ ଜଣେ ସ୍ବର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖ ରେ ଜୀବିତ ପରମେଶ୍ବରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ବର ରେ ଚାରିଜଣ ସ୍ବର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ବର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ଵରଙ୍କର ମୁଦ୍ରା ଥିଲା । ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପ୍ରାପ୍ତ ସେହି ଚାରି ଦୂତଙ୍କୁ ସେ ଉଚ୍ଚ ସ୍ଵରରେ ଡାକି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ମୁଁ ଦେଖିଲି, ଆଉ ଜଣେ ସ୍ୱର୍ଗଦୂତ ଚିରଞ୍ଜୀବୀ ଈଶ୍ୱରଙ୍କ ମୋହର ନେଇ ପୂର୍ବ ଦିଗରୁ ଆସୁଛନ୍ତି। ଏହି ଦୂତ ପୃଥିବୀ ଓ ସମୁଦ୍ରକୁ ବିନଷ୍ଟ କରିବା ପାଇଁ ଈଶ୍ୱର ଯେଉଁ ଚାରି ଦୂତଙ୍କୁ କ୍ଷମତା ଦେଇଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଅନ୍ୟ ଜଣେ ସ୍ୱର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖରେ ଜୀବିତ ପରମେଶ୍ୱରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ୱରରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ୱର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ବରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ୱରଙ୍କର ମୁଦ୍ରା ଥିଲା । ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದಿಸ್ ಉಗಾವ್ತಲ್ಯಾ ದಿಕ್ಕಾಕ್ನಾ ಅನಿಎಕ್ ದೆವಾಚ್ಯಾ ದುತಾನ್ ಝಿತ್ತ್ಯಾ ದೆವಾಚೊ ಛಪ್ಪೊ ಘೆವ್ನ್ ಯೆತಲೆ ಮಿಯಾ ಬಗಟ್ಲೊ. ತೆನಿ ಮೊಟ್ಯಾನ್, ತ್ಯಾ ದೆವಾನ್ ಜಿಮಿನ್ ಅನಿ ಸಮುಂದರಾಕ್ ವಾಯ್ಟ್ ಕರ್ತಲೊ ಅದಿಕಾರ್ ದಿಲ್ಲ್ಯಾ ಚಾರ್ ದೆವ್‍ದುತಾಕ್ನಿ ಬಲ್ವುಲ್ಯಾನ್.