Revelation 7:9 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହା ଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରି ବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ତାୟମାନ ହୋଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ମୁଁ ଚାହିଁ ଦେଖିଲି, ଗୋଟିଏ ବିରାଟ ଜନତା; ତା’ର ସଂଖ୍ୟା ଗଣନାତୀତ। ସେମାନେ ପ୍ରତ୍ୟେକ ଜାତି, ଗୋଷ୍ଠୀ, ରାଷ୍ଟ୍ର ଓ ଭାଷାବାଦୀମାନଙ୍କ ମଧ୍ୟରୁ ଆସିଥିଲେ। ସେମାନେ ଶୁକ୍ଲ ବସ୍ତ୍ର ପରିଧାନ କରି ଓ ହସ୍ତରେ ଖଜୁରୀ ଡ଼ାଳ ଧରି, ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଠିଆ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଶାଳ ଜନତା ତା’ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠାରେ ଏତେଲୋକ ଥିଲେ ଯେ, କେହି ସେମାନଙ୍କୁ ଗଣି ପାରିବ ନାହିଁ। ସେମାନେ ପ୍ରତ୍ୟେକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସେହି ଲୋକମାନେ ସିଂହାସନ ଓ ମେଷଶାବକଙ୍କ ସାମନାରେ ଠିଆ ହୋଇଥିଲେ। ସେମାନେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସେମାନଙ୍କର ହାତରେ ଖଜୁରି ବାହୁଙ୍ଗା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಮಾನಾ ಕೊನಾಚ್ಯಾನ್‍ಬಿ ಮೆಜುಕ್ ಹೊಯ್ನಾ ತವ್ಡೊ ಮೊಟೊ ಲೊಕಾಂಚೊ ತಾಂಡೊ ಮಿಯಾ ಬಗಟ್ಲೊ! ತಿ ಲೊಕಾ ಸಗ್ಳ್ಯಾ ದೆಶಾ, ಕುಳಿಯಾ, ಘರಾನೆ, ಅನಿ ಬಾಶಾಂಚಿ ಲೊಕಾ ತ್ಯಾತುರ್ ಹೊತ್ತಿ, ಅನಿ ತಿ ಸಗ್ಳಿ ಲೊಕಾ ಖಜುರಾಚಿ ಪಾನಾ ಹಾತಾತ್ನಿ ಧರುನ್ ಫಾಂಡ್ರೆ ಝಗೆ ನೆಸುನ್ ಬೊಕ್ಡಾಚ್ಯಾ ಸಿವಾಸನಾಚ್ಯಾ ಇದ್ರಾಕ್ ಇಬೆ ಹೊತ್ತಿ.