Revelation 8:3 — Compare Translations
7 translations compared side by side
Odia - 1840
"ଆଉ ଜଣେ ଦୂତ ଆସି ବଦେୀ ପାଖ ରେ ଠିଆ ହେଲେ। ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ପ୍ରାର୍ଥନା ସହିତ ପ୍ରଚୁର ସୁଗନ୍ଧି ଧୂପ, ସୁନାର ବଳିବଦେୀ ଉପରେ ଅର୍ପଣ କରିବା ନିମନ୍ତେ ତାହାଙ୍କ ହାତ ରେ ଗୋଟିଏ ସୁନାର ଧୂପଦାନୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପାଚୀ ଥିଲା, ପୁଣି ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଯୋଗ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ଜଣେ ସ୍ୱର୍ଗଦୂତ ଗୋଟିଏ ସୁବର୍ଣ୍ଣ ଧୂପାଧାର ନେଇ ବେଦୀ ସମ୍ମୁଖରେ ଆସି ଠିଆ ହେଲେ। ସିଂହାସନ ସମ୍ମୁଖରେ ଥିବା ସୁବର୍ଣ୍ଣ ବେଦୀ ଉପରେ, ଈଶ୍ୱରଭକ୍ତମାନଙ୍କର ପ୍ରାର୍ଥନାରୂପ ଧୂପ ସହିତ ମିଶାଇ ଉତ୍ସର୍ଗ କରିବା ପାଇଁ, ତାଙ୍କୁ ପ୍ରଚୁର ପରିମାଣରେ ଧୂପ ଦିଆଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଜଣେ ଦୂତ ଆସି ବେଦୀ ପାଖରେ ଠିଆ ହେଲେ। ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ପ୍ରାର୍ଥନା ସହିତ ପ୍ରଚୁର ସୁଗନ୍ଧି ଧୂପ, ସୁନାର ବଳିବେଦୀ ଉପରେ ଅର୍ପଣ କରିବା ନିମନ୍ତେ ତାହାଙ୍କ ହାତରେ ଗୋଟିଏ ସୁନାର ଧୂପଦାନୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೊನ್ಯಾಚೆ ಧುಪ್ ಜಾಳ್ವುತಲೆ ಆಯ್ದಾನ್ ಧರಲ್ಲೊ ಅನಿಎಕ್ ದೆವಾಚೊ ದುತ್ ಯೆಲೊ ಅನಿ ಆಲ್ತಾರಿಕ್ಡೆ ಇಬೆ ರ್ಹಾಲೊ. ಸಿವಾಸನಾಚ್ಯಾ ಇದ್ರಾಕ್ ಹೊತ್ತ್ಯಾ ಸೊನ್ಯಾಚ್ಯಾ ಆಲ್ತಾರಿ ವರ್ತಿ ದೆವಾಚಿ ಸಗ್ಳಿ ಲೊಕಾ ಮಾಗ್ನಿಯಾಂಚ್ಯಾ ವಾಂಗ್ಡಾ ಭೆಟ್ವುಸಾಟ್ನಿ ಮನುನ್ ಲೈ ದುಪ್ ತೆಚೆಕ್ಡೆ ದಿಲ್ಲೆ ಹೊತ್ತೆ.