Revelation 8:7 — Compare Translations
7 translations compared side by side
Odia - 1840
"ପ୍ରଥମ ସ୍ବର୍ଗଦୂତ ତାହାଙ୍କ ତୂରୀ ବଜାଇଲେ। ଏହା ଦ୍ବାରା ପୃଥିବୀ ଉପରେ ରକ୍ତ ମିଶ୍ରିତ ଅଗ୍ନି ଓ ଶିଳା ବୃଷ୍ଟି ହେଲା। ଏହି କାରଣରୁ ପୃଥିବୀର ଏକ ତୃତୀଯାଂଶ ରେ ନିଆଁ ଲାଗି ଏକ ତୃତୀଯାଂଶ ବୃକ୍ଷ ଓ ସବୁଜ ଘାସସବୁ ପୋଡ଼ିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ଦୂତ ତୂରୀଧ୍ଵନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତୃତୀୟାଂଶ ପୁଣି ସମସ୍ତ ହରିଦ୍ବର୍ଣ୍ଣ ତୃଣ ଦଗ୍ଧ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମ ଦୂତ ତୂରୀ ବଜାଇବା କ୍ଷଣି କୁଆପଥର, ଅଗ୍ନି ଓ ରକ୍ତ ପୃଥିବୀ ଉପରେ ପଡ଼ିଲା। ଫଳରେ ସମସ୍ତ ବୃକ୍ଷଲତା, ସବୁଜ ତୃଣ ସହିତ ପୃଥିବୀର ଏକ ତୃତୀୟାଂଶ ଦଗ୍ଧ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ସ୍ୱର୍ଗଦୂତ ତାହାଙ୍କ ତୂରୀ ବଜାଇଲେ। ଏହା ଦ୍ୱାରା ପୃଥିବୀ ଉପରେ ରକ୍ତ ମିଶ୍ରିତ ଅଗ୍ନି ଓ ଶିଳାବୃଷ୍ଟି ହେଲା। ଏହି କାରଣରୁ ପୃଥିବୀର ଏକ ତୃତୀୟାଂଶରେ ନିଆଁ ଲାଗି ଏକ ତୃତୀୟାଂଶ ବୃକ୍ଷ ଓ ସବୁଜ ଘାସସବୁ ପୋଡ଼ିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତ-ମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಯ್ಲೆಚ್ಯಾ ದೆವಾಚ್ಯಾ ದುತಾನ್ ಅಪ್ನಾಚೊ ಪಂವೊ ವಾಜ್ವುಲ್ಯಾನ್ ತನ್ನಾ ಆಗ್ ಅನಿ ರಗಾತ್ ಮಿಸಳ್ ಹೊಲ್ಲೊ ಘಾರ್ಬಿಯಾಂಚೊ ಪಾವ್ಸ್ ಜಿಮ್ನಿ ವರ್ತಿ ಗಳುಕ್ ಲಾಗ್ಲೊ. ಜಿಮ್ನಿಚೊ ತಿನಾತ್ಲೊ ಎಕ್ ಭಾಗ್ ಜಳುನ್ ಗೆಲೊ. ಝಾಡಾನಿತ್ಲೊ ತಿನಾತ್ಲೊ ಎಕ್ ಭಾಗ್, ಅನಿ ಹಿರ್ವ್ಯಾ ಗವ್ತಾಚ್ಯಾ ಹರಿಎಕ್ ಪಾಲ್ವಿಯಾ ಝಳುನ್ ಗೆಲ್ಯಾ.