Romans 12:1 — Compare Translations
7 translations compared side by side
Odia - 1840
"ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ବରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭମାନେେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ବରୂପ ପରମେଶ୍ବରଙ୍କୁ ଅର୍ପଣ କର।ଏହା କବଳେ ତାହାଙ୍କୁ ସମର୍ପିତ ହବେ। ଏହା ପରମେଶ୍ବରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ଆତ୍ମୀକ ଉପାସନା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଭାଇମାନେ, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କ ମହାଅନୁଗ୍ରହ ଯୋଗୁଁ ତୁମ୍ଭମାନଙ୍କୁ ମୁଁ ନିବେଦନ କରୁଛି, ଈଶ୍ୱରଙ୍କଠାରେ ଆପଣାକୁ ପବିତ୍ର ଜୀବନ୍ତ ବଳି ରୂପେ ଉତ୍ସର୍ଗ କର। ତାଙ୍କ ସେବାରେ ନିଜକୁ ନିୟୋଜିତ କରି ତାଙ୍କର ପ୍ରୀତିଭାଜନ ହୁଅ। ଏହା ଈଶ୍ୱରଙ୍କ ପ୍ରକୃତ ଉପାସନା।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଜୀବନ ପ୍ରଭୁଙ୍କୁ ଅର୍ପଣ କର ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ୱରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತರ್ ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ದೆವಾನ್ ಅಮ್ಚೆ ವರ್ತಿ ದಾಕ್ವಲ್ಲ್ಯಾ ಮೊಟ್ಯಾ ದಯೆಚ್ಯಾ ವೈನಾ ಮಿಯಾ ತುಮ್ಚೆಕ್ಡೆ ಮಾಗ್ತಾ: ತೆಕಾ ಮಾನ್ತಾ ತಸ್ಲೆ ಎಕ್ ಪವಿತ್ರ್ ಅನಿ ಝಿತ್ತೆ ಬಲಿದಾನ್ ಕರುನ್ ತುಮ್ಕಾಚ್ ತುಮಿ ದೆವಾಕ್ ಭೆಟ್ವುನ್ ದಿವಾ, ತುಮಿ ಬೆಟ್ವುತಲಿ ಖರಿ ಬಲಿ ಹಿಚ್ ಹೊಂವ್ದಿತ್.