Romans 15:13 — Compare Translations
7 translations compared side by side
Odia - 1840
"ମୁଁ ସମସ୍ତ ଭରସା ସୋର୍ତ ପରମେଶ୍ବରଙ୍କ ଠା ରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ବାସ କାରଣରୁ ତୁମ୍ଭ ଜୀବନ ରେ ସମ୍ପୂର୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ର ଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନ ରେ ଝରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଭରସାର ଈଶ୍ଵର ତୁମ୍ଭମାନଙ୍କୁ ବିଶ୍ଵାସ ଦ୍ଵାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ଭରସାର ଆଧାର, ଈଶ୍ୱର ତୁମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ତୁମ୍ଭମାନଙ୍କୁ ଆନନ୍ଦ ଓ ଶାନ୍ତିରେ ପୂର୍ଣ୍ଣ କରନ୍ତୁ। ପବିତ୍ରଆତ୍ମାଙ୍କ ଶକ୍ତିରେ ତୁମମାନଙ୍କର ଭରସା ବୃଦ୍ଧି ପାଉ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସମସ୍ତ ଭରସାର ସ୍ରୋତ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ୱାସ କାରଣରୁ ତୁମ୍ଭ ଜୀବନରେ ସମ୍ପୂର୍ଣ୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା’ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ରଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନରେ ଝରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
Odia IRV 2017 (ଓଡିଆ ବାଇବେଲ)
ସେହି ଭରସାର ଈଶ୍ୱର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವುಚ್ ಬರೊಶ್ಯಾಚೊ ಮುಳ್, ತುಮಿ ತೆಚ್ಯಾ ವರ್ತಿ ಥವಲ್ಲ್ಯಾ ವಿಶ್ವಾಸಾಚ್ಯಾ ವೈನಾ ತುಮ್ಕಾ ತೊ ಪುರಾ ಸಂತೊಸಾನ್ ಅನಿ ಸಮಾದಾನಾನ್ ಭರುಂದಿತ್, ಅಶೆ ಪವಿತ್ರ್ ಆತ್ಮ್ಯಾಚ್ಯಾ ಬಳಾನ್ ತುಮ್ಚೊ ಬರೊಸೊ ವಾಡುನ್ಗೆತ್ ಜಾಂವ್ದಿತ್.