Romans 16:17 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ମୁଁ ତିମ୍ଭମାନଙ୍କୁ କହିବାକୁ ଇଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତ ରେ ଦଳଭଦେ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସମାନଙ୍କେ ଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ବାସକୁ ଭାଗିଂବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧ ରେ ଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଅନୁନୟ କରୁଛି, ତୁମେ ଗ୍ରହର କରିଥିବା ଶିକ୍ଷାର ବିରୋଧ କରି ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କଠାରୁ ଦୂରେଇ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ କହିବାକୁ ଇଚ୍ଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତରେ ଦଳଭେଦ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସେମାନଙ୍କଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ୱାସକୁ ଭାଙ୍ଗିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧରେ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು ತುಮ್ಕಾ ದಿಲ್ಲ್ಯಾ ಶಿಕವ್ನ್ಯಾಚ್ಯಾ ವಿರೊದ್ ತುಮ್ಚ್ಯಾ ಮದ್ದಿ ಭಾಗ್ ಕರ್‍ತಲ್ಯಾ, ಅನಿ ಲೊಕಾಂಚ್ಯಾ ವಿಶ್ವಾಸಾಕ್ ಧಕ್ಕೊ ಹಾನ್ತಲ್ಯಾಂಚ್ಯಾ ವಿಶಯಾತ್ ಉಶಾರ್ಕಿನ್ ರ್‍ಹಾವಾ. ಮನುನ್ ಮಿಯಾ ತುಮ್ಚೆಕ್ಡೆ ವಿನಂತಿ ಕರ್‍ತಾ. ತುಮಿ ತೆಂಚೆಕ್ನಾ ದುರುಚ್ ರ್‍ಹಾವಾ.