Romans 3:26 — Compare Translations

7 translations compared side by side

Odia - 1840
"ପୂର୍ବରୁ ପରମେଶ୍ବର ର୍ଧୈୟ୍ଯ ଧରି ରହିଥିବା ଲୋକମାନଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡ ନଦଇେ ଉଚ଼ିତ କାର୍ୟ୍ଯ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ବର ଯେ, ନିଜେ ନ୍ଯାୟବାନ ତାହା ଦଖାଇବୋ ପାଇଁ ଯୀଶୁଙ୍କଠା ରେ ବିଶ୍ବାସ ରଖି ଥିବା ଯେ କୌଣସି ଲୋକକୁ ଧାର୍ମିକ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ଵୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ଵାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବର୍ତ୍ତମାନ ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ପାପ କ୍ଷମାର ବ୍ୟବସ୍ଥା କରିଛନ୍ତି। ଏଥିଦ୍ୱାରା ଈଶ୍ୱର ଦର୍ଶାଇ ଦେଇଛନ୍ତି ଯେ, ସେ ନିଜେ ଧାର୍ମିକ ଓ ଯେଉଁମାନେ ଯୀଶୁଙ୍କଠାରେ ବିଶ୍ୱାସ କରନ୍ତି, ସେ ସମସ୍ତଙ୍କୁ ଧାର୍ମିକ ରୂପେ ଗ୍ରହଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹ್ಯಾ ಎಳಾರ್ ತೊ ಅಪ್ನಿ ಖರೆಚ್ ಖರ್ಯ್ಯಾ ವಾಟೆನ್ ಚಲ್ನಾರೊ, ಅನಿ ಕ್ರಿಸ್ತಾ ವರ್‍ತಿ ವಿಶ್ವಾಸ್ ಥವ್ತಲ್ಯಾಕ್ನಿ ಅಪ್ನಿ ನಿತಿವಂತ್ ಮನುನ್ ಠರ್ವುತಾ ಮನುನ್ ದಾಕ್ವುನ್ ದಿತಾ.