Romans 4:11 — Compare Translations
7 translations compared side by side
Odia - 1840
"ପରମେଶ୍ବର ଗ୍ରହଣ କରି ନଇେଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରାହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହବୋ ପୂର୍ବରୁ ପରମେଶ୍ବରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି ଓ ସୁନ୍ନତ ହାଇେ ନାହାଁନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରାହାମ ଅଟନ୍ତି। ସମାନେେ ବିଶ୍ବାସ କରନ୍ତି ଓ ଏହି କାରଣରୁ ସମାନେେ ପରମେଶ୍ବରଙ୍କ ପାଇଁ ଧାର୍ମିକ ବୋଲି ନିରୁପିତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ଵାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ଵରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ଵାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ସୁନ୍ନତ ହେବା ପୂର୍ବରୁ ଅବ୍ରାହାମଙ୍କ ବିଶ୍ୱାସ ଯୋଗୁଁ ଈଶ୍ୱର ତାଙ୍କୁ ଧାର୍ମିକ ରୂପେ ଗ୍ରହଣ କରିଥିଲେ। ଏହା ଜଣାଇବା ପାଇଁ ଏକ ଚିହ୍ନ ସ୍ୱରୂପେ ଅବ୍ରାହାମ ଏହି ସୁନ୍ନତ ବିଧି ପାଳନ କରିଥିଲେ। ଅତଏବ, ଯେଉଁମାନେ ସୁନ୍ନତ ନ ହୋଇ ମଧ୍ୟ ଈଶ୍ୱରଙ୍କ ଦ୍ୱାରା ଧାର୍ମିକ ବୋଲି ଗୃହୀତ, ଆଧ୍ୟାତ୍ମିକଭାବେ ଅବ୍ରାହାମ ସେମାନଙ୍କ ପିତା।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆಚಿ ಸುನ್ನತ್ ಕರುನ್ ಹೊಲಿ, ಅನಿ ತೆಚಿ ಸುನ್ನತ್ ದೆವಾನ್ ತೆಕಾ ಸುನ್ನತ್ ಹೊವ್ಚ್ಯಾ ಅದ್ದಿಚ್ ತೆಚ್ಯಾ ವಿಶ್ವಾಸಾಕ್ ಲಾಗುನ್ ತೊ ಖರ್ಯ್ಯಾ ವಾಟೆನ್ ಚಲ್ತಲೊ ಮನುನ್ ಎಚುನ್ ಕಾಡಲ್ಲ್ಯಾಚಿ ಎಕ್ ವಳಕ್ ಹೊಲ್ಲಿ. ತೆಚೆ ಸಾಟ್ನಿ ಅಬ್ರಾಹಾಮ್ ಸುನ್ನತ್ ಕರುನ್ ಘೆಯ್ ನಸಲ್ಲೆ ರ್ಹಾಲ್ಯಾರ್ಬಿ ದೆವಾನ್ ತೆಚ್ಯಾ ವೈನಾ ಖರ್ಯ್ಯಾ ವಾಟೆನ್ ಚಲ್ತಲಿ ಲೊಕಾ ಮನುನ್ ಘೆಟಲ್ಲ್ಯಾ, ಅನಿ ದೆವಾಚ್ಯಾ ವರ್ತಿ ವಿಶ್ವಾಸ್ ಕರ್ತಲ್ಯಾ ಸಗ್ಳ್ಯಾ ಲೊಕಾಂಚೊ ಆತ್ಮಿಕ್ ಬಾಬಾ ಹೊವ್ನ್ ಹಾಯ್.