Romans 4:5 — Compare Translations

7 translations compared side by side

Odia - 1840
"କିନ୍ତୁ ଜଣେ ଲୋକ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହବୋ ଭଳି କାମ କରି ପରନୋହିଁ। ତାହାହ ପରମେଶ୍ବରଙ୍କ ପ୍ରତି ବିଶ୍ବାସ ରହିବା ଉଚ଼ିତ। ତା' ହେଲେ ପରମେଶ୍ବର ସେ ଲୋକର ବିଶ୍ବାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ବର ମନ୍ଦ ଲୋକକୁ ମଧ୍ଯ ଧାର୍ମିକ କରି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତାହାଙ୍କଠାରେ ବିଶ୍ଵାସ କରେ, ତାହା ପକ୍ଷରେ ତାʼର ବିଶ୍ଵାସ ଧାର୍ମିକତା ବୋଲି ଗଣିତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେ ନିଜ ଉପରେ ନିର୍ଭର ନ କରି, ଈଶ୍ୱରଙ୍କଠାରେ ବିଶ୍ୱାସ କରେ, ତା’ର ବିଶ୍ୱାସ ଯୋଗୁଁ ଅପରାଧୀକୁ ଦୋଷମୁକ୍ତ କରୁଥିବା ଈଶ୍ୱର ତାକୁ ଧାର୍ମିକରୂପେ ଗ୍ରହଣ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜଣେ ଲୋକ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ଭଳି କାମ କରି ପାରେ ନାହିଁ। ତାହାର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ରହିବା ଉଚିତ୍। ତା’ହେଲେ ପରମେଶ୍ୱର ସେ ଲୋକର ବିଶ୍ୱାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ୱର ମନ୍ଦ ଲୋକକୁ ମଧ୍ୟ ଧାର୍ମିକ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତେବେ, ତାହା ପକ୍ଷରେ ତାହାର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତାହାଙ୍କଠାରେ ବିଶ୍ୱାସ କରେ, ତାହା ପକ୍ଷରେ ତା'ର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕ್ಲೊ ಅಪ್ನಾಚ್ಯಾ ಸ್ವತಾಚ್ಯಾ ಕಾಮಾಂಚ್ಯಾ ವರ್‍ತಿ ಹೊಂದುನ್ ರಾಯ್‍ನಸ್ತಾನಾ, ಬುರ್ಶ್ಯಾ ಲೊಕಾಕ್ನಿ ಚುಕಿದಾರ್ ನ್ಹಯ್ ಮನುನ್ ಎಚುನ್ ಕಾಡ್ತಲ್ಯಾ ದೆವಾಚ್ಯಾ ವರ್‍ತಿ ವಿಶ್ವಾಸ್ ಕರುನ್ ಘೆವ್ನ್ ರ್‍ಹಾತಾ ಹೊಲ್ಯಾರ್, ಹ್ಯಾ ತೆಚ್ಯಾ ವಿಶ್ವಾಸಾಚ್ಯಾ ವೈನಾಚ್ ದೆವ್ ತೆಕಾ ಅಪ್ನಾಚ್ಯಾ ನದ್ರೆತ್ ನಿತಿವಂತ್ ಮಾನುಸ್ ಮನುನ್ ಠರ್ವುತಾ.