Romans 5:16 — Compare Translations

7 translations compared side by side

Odia - 1840
"ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ଯସ୍ତା ହେଲା। କିନ୍ତୁ ପରମେଶ୍ବରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନକେ ପାପ ପରେ ପରମେଶ୍ବରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ତାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହଦାନ, ସେଥିର ଫଳ ଧାର୍ମିକଗଣନା ହେଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ଗୋଟିଏ ବ୍ୟକ୍ତିର ପାପ ଲାଗି ମନୁଷ୍ୟ ବିଚାରର ସମ୍ମୁଖୀନ ହୋଇ ଦୋଷୀ ସାବ୍ୟସ୍ତ ହେଲା; କିନ୍ତୁ ଅନେକଙ୍କର ବହୁ ପାପ ସତ୍ତେ୍ୱ ଓ କ୍ଷମା ପାଇବା ପାଇଁ କୌଣସି ଯୋଗ୍ୟତା ନ ଥାଇ ମଧ୍ୟ, ଈଶ୍ୱରଙ୍କ ସେହି ଦାନ ଯୋଗୁଁ, ଏବେ ମନୁଷ୍ୟ ନିର୍ଦ୍ଦୋଷ ବୋଲି ବିବେଚିତ ହୋଇପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ୟସ୍ତ ହେଲା। କିନ୍ତୁ ପରମେଶ୍ୱରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନେକ ପାପ ପରେ ପରମେଶ୍ୱରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା;
Odia IRV 2017 (ଓଡିଆ ବାଇବେଲ)
ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ದೆನ್ಗಿಚ್ಯಾ ಅನಿ ಎಕ್ ಮಾನ್ಸಾಚ್ಯಾ ಪಾಪಾಚ್ಯಾ ಮದ್ದಿ ಫರಕ್ ಹಾಯ್. ಎಕ್ಲ್ಯಾಚ್ಯಾ ಪಾಪಾಚ್ಯಾ ವೈನಾ ಚುಕಿದಾರ್ ಮನ್ತಲೊ ನಿರ್‍ನಯ್ ಯೆಲೊ; ಖರೆ ಸುಮಾರ್ ಪಾಪಾಂಚ್ಯಾ ಮಾನಾ ಫುಕೊಟ್ ಗಾವಾಲ್ಲ್ಯಾ ಕುರ್ಪೆಚ್ಯಾ ದೆನ್ಗಿ ವೈನಾ ಚುಕಿದಾರ್ ನ್ಹಯ್ ಮನ್ತಲೊ ನಿರ್‍ನಯ್ ಯೆಲೊ.