Romans 5:21 — Compare Translations

7 translations compared side by side

Odia - 1840
"ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ଯୁକୁ ବ୍ଯବହାର କଲା। କିନ୍ତୁ ପରମେଶ୍ବର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହା ଦ୍ବାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ରହିଲେ। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଏହା ଅନନ୍ତ ଜୀବନ ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ଵ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଅନ; ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ଵ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାପ ଯେପରି ମୃତ୍ୟୁ ଦ୍ୱାରା ନିଜର ଆଧିପତ୍ୟ ପ୍ରତିଷ୍ଠା କରିଥିଲା, ସେହିପରି ଈଶ୍ୱରଙ୍କ ଅନୁଗ୍ରହ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହାୟତାରେ ଆମ୍ଭମାନଙ୍କୁ ଧାର୍ମିକ ଗଣ୍ୟ କରି ଅନନ୍ତ ଜୀବନ ଦିଏ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ୟୁକୁ ବ୍ୟବହାର କଲା। କିନ୍ତୁ ପରମେଶ୍ୱର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହାଦ୍ୱାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ରହିଲେ। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏହା ଅନନ୍ତ ଜୀବନ ଆଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।
Odia IRV 2017 (ଓଡିଆ ବାଇବେଲ)
ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್, ಕಶೆ ಪಾಪಾಕ್ ಲಾಗುನ್ ಮರ್ನಾನ್ ಅಪ್ಲೊ ಅದಿಕಾರ್ ಚಾಲ್ವುಲ್ಯಾನ್, ತಸೆಚ್ ದೆವಾಚಿ ಕುರ್ಪಾ ಖರ್ಯಾ ವಾಟೆನ್ ಚಲ್ತಲ್ಯಾ ವೈನಾ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ಕನ್ನಾಚ್ ಮರಾನ್ ನಸಲ್ಲ್ಯಾ ಜಿವನಾಕ್ಡೆ ಚಾಲ್ವುನ್ ನ್ಹೆತಾ, ಅನಿ ಅಪ್ನಾಚೊ ಅದಿಕಾರ್ ಚಾಲ್ವುತಾ.