Romans 6:19 — Compare Translations
7 translations compared side by side
Odia - 1840
"ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦଇେ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହାଇେଥିବା କାରଣରୁ ମୁଁ ଏହି ଭଳି ବୁଝାଉଛି। ଅତୀତ ରେ ତୁମ୍ଭମାନେେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହବୋକୁ ଓ ମନ୍ଦ କର୍ମ ରେ ନିୟୁକ୍ତ କରିଥିଲ। ଫଳ ସ୍ବରୂପ ତୁମ୍ଭମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନ ଯାପନ କରୁଥିଲ। ଠିକ୍ ସହେି ଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତବେେ ତୁମ୍ଭମାନେେ କବଳେ ପରମେଶ୍ବରଙ୍କ ପାଇଁ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
(ତୁମ୍ଭମାନଙ୍କ ସ୍ୱାଭାବିକ ଦୁର୍ବଳତା ହେତୁ, ଏ ସବୁ କଥା ମୁଁ ଚଳନ୍ତି ଭାଷାରେ କହୁଛି।) ଦିନେ ତୁମେ ଅଶୁଚିତା ଓ ଜଘନ୍ୟ ଦୁଷ୍କର୍ମରେ ନିଜ ନିଜକୁ ଲିପ୍ତ ରଖିଥିଲ। ସେହିପରି ବର୍ତ୍ତମାନ ପବିତ୍ର ହେବା ପାଇଁ ଧାର୍ମିକତା ନିକଟରେ ନିଜକୁ ସର୍ବତୋଭାବେ ଉତ୍ସର୍ଗ କର।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦେଇ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହୋଇଥିବା କାରଣରୁ ମୁଁ ଏହିଭଳି ବୁଝାଉଛି। ଅତୀତରେ ତୁମ୍ଭେମାନେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହେବାକୁ ଓ ମନ୍ଦ କର୍ମରେ ନିଯୁକ୍ତ କରିଥିଲ। ଫଳ ସ୍ୱରୂପ ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲ। ଠିକ୍ ସେହିଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତେବେ ତୁମ୍ଭେମାନେ କେବଳ ପରମେଶ୍ୱରଙ୍କ ପାଇଁ ବଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಸ್ವಾಭಾವಿಕ್ ರಿತಿಚ್ಯಾ ಕಮಿಪಾನಾಕ್ ಲಾಗುನ್ ತುಮ್ಕಾಚ್ ಬುರ್ಶ್ಯಾ ಉದ್ದೆಸಾಂಚ್ಯಾ ಸಾಟ್ನಿ, ಪೊಜ್ಡೆಪಾನಾಕ್ ಅನಿ ಬುರ್ಶೆಪಾನಾಕ್ ಗುಲಾಮ್ ಕರುನ್ ಒಪ್ಸುನ್ ದಿಲ್ಲ್ಯಾಶಿ. ತಸೆಚ್ ಅತ್ತಾ ತುಮಿ ತುಮ್ಕಾಚ್ ಸಗ್ಳ್ಯಾ ರಿತಿನ್ ಪವಿತ್ರ್ ಹೊತ್ತ್ಯಾ ಉದ್ದೆಸಾಂಚ್ಯಾ ಸಾಟ್ನಿ ಖರ್ಯಾ ಪಾನಾಚ್ಯಾ ವಾಟೆನ್ ಚಲುಕ್ ಗುಲಾಮಾ ಸರ್ಕೆ ಒಪ್ಸುನ್ ದಿವಾ.