Romans 7:5 — Compare Translations

7 translations compared side by side

Odia - 1840
"ଅତୀତ ରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ବାରା ବ୍ଯବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ଯାତ୍ମିକ ମୃତ୍ଯୁ ଘଟାଉ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ବ୍ୟବସ୍ଥା ଦ୍ଵାରା ପାପାଭିଳାଷ-ଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେ ଦିନ ପର୍ଯ୍ୟନ୍ତ ଆମେ ଶାରୀରିକ ଅଭିଳାଷର ବଶବର୍ତ୍ତୀ ଥିଲୁ, ବ୍ୟବସ୍ଥାର ନିଷେଧାଜ୍ଞା ଆମ୍ଭମାନଙ୍କର ପାପ ପ୍ରବୃତ୍ତିକୁ କେବଳ ଉତ୍ତେଜିତ କରୁଥିଲା ଏବଂ ଆମ୍ଭେମାନେ ମୃତ୍ୟୁର ସେବା ପାଇଁ ଉପଯୋଗୀ ଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ୱାରା ବ୍ୟବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ୟାତ୍ମିକ ମୃତ୍ୟୁ ଘଟାଉ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
Odia IRV 2017 (ଓଡିଆ ବାଇବେଲ)
କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಅಮ್ಚ್ಯಾಚ್ ಸ್ವಬಾವಾಚ್ಯಾ ಸರ್ಕೆ ಚಲುನ್ಗೆತ್ ಹೊತ್ತಾಂವ್ ತನ್ನಾ ಖಾಯ್ದ್ಯಾಚ್ಯಾ ವೈನಾ ವೈರ್ ಉಟಲ್ಲ್ಯಾ ಪಾಪಾಕ್ ವೊಡ್ತಲ್ಯಾ ಗೊಸ್ಟಿಯಾ ಅಮ್ಚ್ಯಾ ಆಂಗಾತ್ನಿ ಗುಸುನ್ ಕಾಮ್ ಕರಿತ್; ಅನಿ ಹೆಚ್ಯಾ ವೈನಾಚ್ ಅಮಿ ಮರ್ನಾತ್ ಜಾವ್ನ್ ಪಾವಲ್ಲಾಂವ್.