Romans 8:23 — Compare Translations

7 translations compared side by side

Odia - 1840
"କବଳେ ଜଗତ ନୁହେଁ, ଆମ୍ଭେ ମଧ୍ଯ ସହେିପରି ବଦନୋପୂର୍ବକ ଅପେକ୍ଷା ରେ ଅଛୁ। ପରମେଶ୍ବରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ବରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥି-ପାଇଁ ଅପେକ୍ଷା କରିଛୁ ଯେ, ପରମେଶ୍ବର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭମାନେେ ଶରୀରଗୁଡିକ ମୁକ୍ତି ପାଇଁ ଅପେକ୍ଷା କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ଵରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ଵ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ଈଶ୍ୱରଙ୍କ ପ୍ରଥମ ଦାନ ସ୍ୱରୂପ ପବିତ୍ରଆତ୍ମାଙ୍କୁ ପାଇଛୁ; ତଥାପି ଈଶ୍ୱରଙ୍କ ପରିବାରଭୁକ୍ତ ହୋଇ ସର୍ବତୋଭାବେ ମୁକ୍ତି ପାଇବା ପାଇଁ ଆମେ ମଧ୍ୟ ଅପେକ୍ଷା କରି ଅନ୍ତରରେ ଆର୍ତ୍ତନାଦ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଜଗତ ନୁହେଁ, ଆମ୍ଭେ ମଧ୍ୟ ସେହିପରି ବେଦନାପୂର୍ବକ ଅପେକ୍ଷାରେ ଅଛୁ। ପରମେଶ୍ୱରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ୱରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥିପାଇଁ ଆମ୍ଭେ ଅପେକ୍ଷା କରିଛୁ ଯେ, ପରମେଶ୍ୱର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭେମାନେ ଶରୀରଗୁଡ଼ିକ ମୁକ୍ତି ପାଇଁ ଅପେକ୍ଷା କରିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳಿ ರಚ್ನಾ ಎವ್ಡಿಚ್ ಉಸ್ಕಾರುನ್ಗೆತ್ ನಾ, ಪವಿತ್ರ್ ಅತ್ಮೊಚ್ ದೆವಾಚೆ ಪಯ್ಲಿಚಿ ದೆನ್ಗಿ ಮನುನ್ ಘೆಟಲ್ಲೆ ಅಮಿಬಿ ಅಮ್ಚ್ಯಾ ಸಗ್ಳ್ಯಾ ಆಂಗಾಕ್ ಗುಲಾಮ್‍ಪಾನಾತ್ನಾ ಸುಟ್ಕಾ ಗಾವುನ್ ದೆವಾಚಿ ಪೊರಾ ಮನುನ್ ಘೆತಲೊ ಭಾಗ್ ಕನ್ನಾ ಗಾವ್ತಾ ಮನುನ್ ರಾಕುನ್ಗೆತ್ ಹಾಂವ್, ಅನಿ ಹೆಚ್ಯಾಸಾಟ್ನಿ ಅಮ್ಚ್ಯಾ ಭುತ್ತುರುಚ್ ಉಸ್ಕಾರುನ್ಗೆತ್ ಹಾಂವ್.