Romans 8:9 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ ନିଜର ପାପପୂର୍ଣ ଶରୀର ଦ୍ବାରା ଶାସିତ ନୁହଁ। ଯଦି ପ୍ରକୃତ ରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନେେ ଆତ୍ମା ଦ୍ବାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତ ରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ । ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ପ୍ରକୃତରେ ଈଶ୍ୱରଙ୍କ ପବିତ୍ରଆତ୍ମା ତୁମ୍ଭମାନଙ୍କଠାରେ ବିଦ୍ୟମାନ, ତୁମେ ଆଉ ମାନବ ପ୍ରକୃତି ଅନୁଯାୟୀ ଜୀବନ ଯାପନ କରୁ ନାହଁ, ବରଂ ଜୀବନରେ ପବିତ୍ରଆତ୍ମାଙ୍କ ଆଜ୍ଞା ପାଳନ କରୁଛ। ଖ୍ରୀଷ୍ଟଙ୍କ ଆତ୍ମା ଯାହା ନିକଟକରେ ନାହାନ୍ତି, ସେ କେବେ ତାଙ୍କ ଲୋକ ହୋଇପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ନିଜର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ନୁହଁ। ଯଦି ପ୍ରକୃତରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା’ହେଲେ ତୁମ୍ଭେମାନେ ଆତ୍ମା ଦ୍ୱାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା’ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ । ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ತುಮ್ಚೊ ಮಾನುಸ್ಪಾನಾಚೊ ಸ್ವಬಾವ್ ಕಸೊ ಸಾಂಗ್ತಾ ತಸೆ ಚುಲುನಕಾಶಿ. ಹೆಚ್ಯಾ ಬದ್ಲಾಕ್, ಪವಿತ್ರ್ ಆತ್ಮೊ ಕಶೆ ಸಾಂಗ್ತಾ ತಸೆ ತುಮಿ ಚಲಾ. ಅಶೆ ಹೊಲ್ಯಾರ್ ಆತ್ಮೊಚ್ ತುಮ್ಚ್ಯಾ ಭುತ್ತುರ್ ಜಿವನ್ ಕರ್ತಾ. ಜೆ ಕೊನಾಕ್ಡೆ ಕ್ರಿಸ್ತಾಚೊ ಆತ್ಮೊ ನಾ ತೆನಿ ತೆಕಾ ಸಮಂದ್ ಪಡಲ್ಲೆ ನ್ಹಯ್.