Zechariah 13:2 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦବୋ। ଏପରିକି ଲୋକମାନେ ସମାନଙ୍କେର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ଯ ଆମ୍ଭେ ସମସ୍ତ ଭବିଷ୍ଯଦ୍ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡିକୁ ପୃଥିବୀରୁ ବି ଲୋପ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟା ଭବିଷ୍ୟ‌ଦ୍‌ବକ୍ତା ଆଉ ହେବେ ନାହିଁ ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦେବା। ଏପରିକି ଲୋକମାନେ ସେମାନଙ୍କର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ୟ ଆମ୍ଭେ ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡ଼ିକୁ ପୃଥିବୀରୁ ବିଲୋପ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।