Zechariah 8:12 — Compare Translations
5 translations compared side by side
Odia - 1840
"ଏହି ଲୋକମାନେ ଶାନ୍ତି ରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ଯ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷଯ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭମାନେେ ଦେଶସବୁ ସମ୍ମୁଖ ରେ ଅଭିଶପ୍ତ ଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶାନ୍ତିଯୁକ୍ତ ବୀଜ ହେବ; ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଲୋକମାନଙ୍କର ଅବଶିଷ୍ଟାଂଶକୁ ଏହି ସମସ୍ତର ଅଧିକାରୀ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ଲୋକମାନେ ଶାନ୍ତିରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ୟ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷୟ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭେମାନେ ଦେଶସବୁ ସମ୍ମୁଖରେ ଅଭିଶପ୍ତ ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।
Odia IRV 2017 (ଓଡିଆ ବାଇବେଲ)
କାରଣ ଶାନ୍ତିଯୁକ୍ତ ବୀଜ ବୁଣା ଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।