bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia BSI (ପବିତ୍ର ବାଇବଲ (CL) NT (BSI))
/
1 Peter 1
1 Peter 1
Odia BSI (ପବିତ୍ର ବାଇବଲ (CL) NT (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
1
ଛନ୍ନଭିନ୍ନ ହୋଇ ପନ୍ତ, ଗାଲାତୀୟା, କାପାଦକିଆ, ଏସିଆ ଓ ବିଥୁନିଆ ପ୍ରଦେଶଗୁଡ଼ିକରେ ପ୍ରବାସୀ ରୂପେ ରହିଥିବା ଈଶ୍ୱରଙ୍କ ମନେ।ନୀତ ଲୋକମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପିତରଙ୍କର ପତ୍ର।
2
ତୁମ୍ଭେମାନେ ଈଶ୍ୱରଙ୍କ ପରିକଳ୍ପନା ଅନୁସାରେ ମନୋନୀତ। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କରି ତାଙ୍କ ରକ୍ତରେ ଶୁଚି ହେବା ପାଇଁ ତୁମ୍ଭେମାନେ ପରମାତ୍ମାଙ୍କ କର୍ତ୍ତୃକ ଏକ ପବିତ୍ର ଚାତି ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ପୂର୍ଣ୍ଣମାତ୍ରାରେ ତୁମ୍ଭମାନଙ୍କର ହେଉ।
3
ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦେଉ, କାରଣ ସେ ତାଙ୍କ ଅପାର ଦୟାରେ ଯୀଶୁ ଖ୍ରୀଷ୍ଟଙ୍କପୁ ମୃତ୍ୟରୁ ପୁନରୁତ୍ଥିତ କରାଇ ଆମକୁ ନୁଆ ଜୀବନ ଦେଇଛନ୍ତି। ଏହା ଆମ୍ଭମାନଙ୍କୁ ଜୀବନ୍ତ ଭରସାରେ ପୂର୍ଣ୍ଣ କରିଛି।
4
ତେଣୁ ଈଶ୍ୱର ତାଙ୍କ ଲୋକମାନଙ୍କ ନିମନ୍ତେ ଯେଉଁ ବହୁମୂଲ୍ୟ ଆଶୀର୍ବାଦ ରଖିଛନ୍ତି, ତାହା ପାଇବା ପାଇଁ ଆମ୍ଭେମାନେ ପ୍ରତୀକ୍ଷାରେ ଅଛୁ। ତାହା ସେ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ଗଚ୍ଛିତ କରି ରଖିଛନ୍ତି। ସେଠାରେ ତାହା କ୍ଷୟ ପାଏ ନାହିଁ, ନଷ୍ଟ ବା ମ୍ଳାନ ହୁଏ ନାହିଁ।
5
ଶେଷ କାଳରେ ଯେଉଁ ପରିତ୍ରାଣ ପ୍ରକାଶିତ ହେବ, ତାହା ପାଇବା ପାଇଁ ତୁମ୍ଭମାନେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ଶକ୍ତିରେ ସୁରକ୍ଷିତ ହୋଇଅଛି।
6
ତେଣୁ ତୁମ୍ଭମାନେ ଆନନ୍ଦ କର, ଯଦିଓ ନାନା ପ୍ରକାର କ୍ଳେଶ ହେତୁ ତୁମ୍ଭମାନଙ୍କୁ ବର୍ତ୍ତମାନ କିଛି ସମୟ ପାଇଁ ଦୁଃଖିତ ହେବାକୁ ଆବଶ୍ୟକ ହୋଇପାରେ।
7
ତୁମ୍ଭମାନଙ୍କ ବିଶ୍ୱାସର ବିଶୁଦ୍ଧତା ପରିକ୍ଷା କରିବା କରିବା ଏହି ସବୁର ଉଦ୍ଦେଶ୍ୟ। କ୍ଷୟଶୀଳ ସୁବର୍ଣ୍ଣକୁ ଅଗ୍ନିରେ ପରୀକ୍ଷା କରାଯାଏ। ତୁମ୍ଭମାନଙ୍କର ବିଶ୍ୱାସ ସୁବର୍ଣ୍ଣ ଅପେକ୍ଷା ଅଧିକ ମୂଲ୍ୟବାନ ହୋଇଥିବାରୁ ପରୀକ୍ଷା ଦ୍ୱାରା ତାହାକୁ ସିଦ୍ଧ କରିବା ନିତାନ୍ତ ଆବଶ୍ୟକ। ତା’ ହୋଇପାରିଲେ, ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ, ତୁମ୍ଭେମାନେ ପ୍ରଶଂସା, ଗୌରବ ଓ ସମ୍ମାନ ଲାଭକରିବ।
8
ବର୍ତ୍ତମାନେ ତୁମ୍ଭେମାନେ ତାଙ୍କୁ ନ ଦେଖିଥିଲେ ହଁ ପ୍ରେମ କରୁଛ ଓ ତାଙ୍କଠାରେ ବିଶ୍ୱାସ କରୁଛ।
9
ପୁଣି, ସେହି ବିଶ୍ୱାସର ଫଳ ସ୍ୱରୂପ ପରିତ୍ରାଣ ଲାଭ କରିଧିବାରୁ ଏକ ଅପୂର୍ବ ଅପଥନୀୟ ଆନନ୍ଦ ଅନୁଭବ କରୁଛ।
10
ଏହି ପରିତ୍ରାଣ ସମ୍ବଦ୍ଧରେ ଭାବବାଦୀମାନେ ମନୋଯୋଗନୂର୍ବକ ଅନ୍ୱେଷଣ ଓ ଅନୁସନ୍ଧାନ କରି, ଈଶ୍ୱରଙ୍କ ନିରୂପିତ ଦାନ ବିଷୟରେ ଭବିଷ୍ୟତ୍ବାଣୀ ପ୍ରକାଶ କରିଥିଲେ।
11
ସେହି ଦାନ ତୁମ୍ଭେମାନେ କେବେ ଓ କିପରି ଭାବରେ ପାଇବ, ଜାଣିବା ପାଇଁ ସେମାନେ ଚେଷ୍ଟା କରିଥିଲେ। ଏ ସମ୍ପର୍କରେ ପବିତ୍ରଆତ୍ମାଙ୍କ ସାହାଯ୍ୟରେ ସେମାନେ ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ପରବର୍ତ୍ତୀ ଗୌରବ ପ୍ରାପ୍ତ ବିଷୟରେ ସୂଚନା ଦେଇଥିଲେ।
12
ଈଶ୍ୱର ଉକ୍ତ ଭାବବାଦୀମାନଙ୍କ ନିକଟରେ ପ୍ରକାଶ କଲେ ଯେ, ସେମାନେ ନିଜର ହିତ ପାଇଁ କିଛି କରୁ ନ ଥିଲେ। ସେମାନେ ଯାହା କହୁଥିଲେ, ତାହା ତୁମ୍ଭମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସ୍ୱର୍ଗରୁ ପ୍ରେରିତ ପବିତ୍ରଆତ୍ମାଙ୍କ ଶକ୍ତିରେ ବର୍ତ୍ତମାନ ଯେଉଁ ବାର୍ତ୍ତାବହମାନେ ସୁସମାଚାର ପ୍ରଚାର କରୁଛନ୍ତି, ତୁମ୍ଭେମାନେ ଏବେ ସେମାନଙ୍କଠାରୁ ସେହିସବୁ କଥା ଶୁଣୁଛ- ଏହି ସମସ୍ତ ବିଷୟରେ ମର୍ମ ବୁଝିବା ପାଇଁ ସ୍ୱର୍ଗଦୂତମାନେ ମଧ୍ୟ ଇଚ୍ଛୁକ।
13
କର୍ମ ସାଧନ କରିବାକୁ ପ୍ରସ୍ତୁତ ହୁଅ। ସଜାଗ ଥାଇ ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ ଯେଉଁ ଆଶୀର୍ବାଦ ତୁମ୍ଭମାନଙ୍କୁ ପ୍ରଦତ୍ତ ହେବ, ତାହା ଉପରେ ନିଶ୍ଚିତ ଭରସା ରଖ।
14
ଈଶ୍ୱରଙ୍କ ଆଜ୍ଞାବହ ହୁଅ। ଅଜ୍ଞତାବଶତଃ ପୂର୍ବେ ଯେଉଁ କୁଅଭିଳାଷଗୁଡ଼ିକର ବଶବର୍ତ୍ତୀ ହୋଇଥିଲ, ସେସବୁ ଦ୍ୱାରା ତୁମ ଜୀବନ ଆଉ ନିୟତ୍ରିତ ନ ହେଉ।
15
କିନ୍ତୁ ତୁମ ଆହ୍ୱାନକାରୀ ଈଶ୍ୱର ଯେପରି ପବିତ୍ର, ତୁମ୍ଭେମାନେ ନିଜ ନିଜ ଆଚରଣରେ ସେପରି ପବିତ୍ର ହୁଅ।
16
ଶାସ୍ତ୍ରରେ ଲେଖାଅଛି, “ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।”
17
ଈଶ୍ୱର ପ୍ରତ୍ୟେକର କାର୍ଯ୍ୟାକଳାପ ଅନୁସାରେ ନିରପେକ୍ଷ ଭାବରେ ସମସ୍ତଙ୍କର ବିଚାର କରନ୍ତି। ତୁମ୍ଭେମାନେ ତାଙ୍କ ନକଟରେ ପ୍ରାର୍ଥନା କଲାବେଳେ ତାଙ୍କୁ ପିତା ବୋଲି ସମ୍ବୋଧନ କରିଥାଅ। ଅତଏବ, ଏହି ଜଗତରେ ତୁମ୍ଭମାନଙ୍କ ଜୀବନର ଅବଶିଷ୍ଟ ସମୟ ତାଙ୍କୁ ଭୟଭକ୍ତି କରି ଅତିବାହିତ କର।
18
ତୁମ୍ଭେମାନେ ଜାଣ ତୁମ ପୂର୍ବପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଜୀବନରୁ ତୁମ୍ଭମାନଙ୍କୁ ମୁକ୍ତ କରିବା ନିମନ୍ତେ କେତେ ମୂଲ୍ୟ ଦେବାକୁ ପଡ଼ିଥିଲା। ତାହା କ୍ଷୟଶୀଳ ରୂପା କି ସୁନା ନୁହେଁ,
19
କିନ୍ତୁ ତାହା ନିର୍ଦ୍ଦୋଷ, ନିଷ୍ଳକଙ୍କ ମେଷଶାବକ ତୁଲ୍ୟ ଖ୍ରୀଷ୍ଟଙ୍କ ଆତ୍ମବଳିର ଅମୂଲ୍ୟ ରକ୍ତ।
20
ସେ ଜଗତର ସୃଷ୍ଟି ପୂର୍ବରୁ ଈଶ୍ୱରଙ୍କ ଦ୍ୱାରା ମନୋନୀତ ହୋଇଥିଲେ ଏବଂ ତୁମ୍ଭମାନଙ୍କ ନିମନ୍ତେ ଏହି ଅନ୍ତିମ କାଳରେ ପ୍ରକାଶିତ ହୋଇଛନ୍ତି।
21
ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି।
22
ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର।
23
କାରଣ ଈଶ୍ୱରଙ୍କ ଜୀବନ୍ତ ଓ ଚିରନ୍ତନ ବାକ୍ୟ ଦ୍ୱାରା ତୁମ୍ଭମାନେ କୌଣସି ମରଣଶୀଳ ପିତାଙ୍କ ସନ୍ତାନ ରୂପେ ନୁହେଁ, ମାତ୍ର ଅମର ପିତାଙ୍କ ସନ୍ତାନ ରୂପେ ପୁନର୍ଜନ୍ମ ଲାଭ କରିଛ।
24
ଶାସ୍ତ୍ରରେ ଲେଖାଅଛି: “ମନୁଷୃ ଜାତି ତୃଣ ସଦୃଶ, ସେମାନଙ୍କର ସମସ୍ତ ଐଶ୍ୱର୍ଯ୍ୟ ବନପୁଷ୍ପ ତୁଲ୍ୟ। ତୃଣ ଶୁଷ୍କ ହୁଏ, ପୁଷ୍ପ ଝଡ଼ି ପଡ଼େ,
25
କିନ୍ତୁ ଈଶ୍ୱରଙ୍କ ବାକ୍ୟ ଚିରସ୍ଥାୟୀ।” ଏହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଥିଲା।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
All chapters:
1
2
3
4
5