bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia BSI (ପବିତ୍ର ବାଇବଲ (CL) NT (BSI))
/
1 Thessalonians 3
1 Thessalonians 3
Odia BSI (ପବିତ୍ର ବାଇବଲ (CL) NT (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
1
ଅବଶେଷରେ ଆମେ ଆଉ ସହ୍ୟ କରି ନ ପାରି ସ୍ଥିର କଲୁ ଯେ, ଆମେ ପଛେ ଆଥେନ୍ସ୍ରେ ନିଃସଙ୍ଗ ଜୀବନ ଯାପନ କରିବୁ,
2
କିନ୍ତୁ ତୁମକୁ ବଳିଷ୍ଠ କରିବାକୁ ଓ ତୁମର ବିଶ୍ୱାସ ଦୃଢ଼ କରିବା ପାଇଁ ତୁମ ନିକଟକୁ ଆମ ଭାଇ ତୀମଥିଙ୍କୁ ପଠାଇବୁ। ସେ ଆମ ସହିତ ଖ୍ରୀଷ୍ଟଙ୍କ ଶୁଭ ବାର୍ତ୍ତା ପ୍ରଚାର କରି ଈଶ୍ୱରଙ୍କ ସେବା କରୁଛନ୍ତି।
3
ତୁମ୍ଭମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ଯୋଗୁଁ କେହି ଯେପରି ପଥଚ୍ୟୁତ ନ ହୁଏ, ଏଥିପାଇଁ ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ। ଅବଶ୍ୟ ତୁମ୍ଭେମାନେ ଜାଣ, ଆମେ ଏହିପରି ଭାବରେ ନିର୍ଯ୍ୟାତିତ ହେଉ, ଏହା ଈଶ୍ୱରଙ୍କ ଇଚ୍ଛା।
4
ତୁମ୍ଭମାନଙ୍କ ସହିତ ଥିବାବେଳେ, ଆମେ ବହୁ ପୂର୍ବରୁ ଜଣାଇ ଦେଇଥିଲୁ ଯେ, ଆମ୍ଭମାନଙ୍କୁ ନିର୍ଯ୍ୟାତନା ଭୋଗ କରିବାକୁ ହେବ। ଏବେ ତୁମ୍ଭେମାନେ ଜାଣୁଛ ଯେ, ଠିକ୍ ତାହା ହିଁ ଘଟିଲା।
5
ତେଣୁ ତୀମଥିଙ୍କୁ ପଠାଇଲି। ମୁଁ ଆଉ ନିଶ୍ଚିନ୍ତ ହୋଇ ରହିପାରିଲି ନାହିଁ। ତୁମ୍ଭେମାନେ ତୁମ ବିଶ୍ୱାସରେ ଅଟଳ ରହିଛି କି ନାହିଁ, ଜାଣିବା ନିମନ୍ତେ ମୁଁ ତାଙ୍କୁ ପଠାଇଲି। ସତେ କଅଣ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭିତ କରିଥିବ ଓ ଆମର ସମସ୍ତ କାର୍ଯ୍ୟ ବିଫଳ ହୋଇଥିବ? ନା, ଏହା କଦାପି ସମ୍ଭବ ନୁହେଁ।
6
ଇତିମଧ୍ୟରେ ତୁମ୍ଭମାନଙ୍କ ନିକଟରୁ ଫେରି ଆସି ତୀମଥି ତୁମ ବିଶ୍ୱାସ ଓ ପ୍ରେମ ବିଷୟରେ ଶୁଭ ସମ୍ବାଦ ଆଣିଛନ୍ତି। ସେ ଆମକୁ ଜଣାଇଛନ୍ତି ଯେ, ତୁମ୍ଭେମାନେ ସର୍ବଦା ଆମର ଶୁଭ କାମନା କରୁଛ ଓ ଆମେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛୁକ, ତୁମେ ମଧ୍ୟ ସେହିପରି ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଛ।
7
ତେଣୁ ଭାଇମାନେ, ଆମର ସମସ୍ତ ଦୁର୍ଦ୍ଦଶା ଓ କ୍ଳେଶଭୋଗ ସମୟରେ ଆମେ ତୁମ ଯୋଗୁଁ ଉତ୍ସାହିତ ହେଉଛୁ। ତୁମ୍ଭମାନଙ୍କର ଅଟଳ ବିଶ୍ୱାସ ହିଁ ଆମକୁ ପ୍ରକୃତରେ ଜୀବିତ କରି ରଖିଛି।
8
କାରଣ ଏବେ ଆମେ ଜାଣୁ ଯେ, ତୁମ୍ଭେମାନେ ଦୃଢ଼ଭାବେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କରୁଛ।
9
ବର୍ତ୍ତମାନ ତୁମ୍ଭମାନଙ୍କ ଯୋଗୁଁ ଆମେ ଯେଉଁ ଅପାର ଆନନ୍ଦ ଲାଭ କରୁଛୁ, ସେଥିପାଇଁ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେବୁ, ଜାଣିପାରୁ ନା।
10
ତୁମ୍ଭମାନଙ୍କୁ ସାକ୍ଷାତ କରି ତୁମ ବିଶ୍ୱାସରେ ଯାହା ଅଭାବ ଅଛି, ତାହା ପୂରଣ କରିବା ପାଇଁ ଆମକୁ ସୁଯୋଗ ଦେବାକୁ ଦିବାନିଶି ଆମେ ଈଶ୍ୱରଙ୍କୁ ନିବେଦନ କରୁଛୁ।
11
ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ଆମ ପିତା ଈଶ୍ୱର ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଆମ ପଥ ପ୍ରସ୍ତୁତ କରି ଦିଅନ୍ତୁ।
12
ତୁମ୍ଭମାନଙ୍କ ପ୍ରତି ଆମର ପ୍ରେମ ଯେପରି ଗଭୀର, ସେହିପରି ପରସ୍ପର ପ୍ରତି ଓ ଅନ୍ୟମାନଙ୍କ ପ୍ରତି ପ୍ରଭୁ ତୁମ୍ଭମାନଙ୍କର ପ୍ରେମ ବୃଦ୍ଧି କରି ଗଭୀର କରନ୍ତୁ।
13
ଏହିପରି ଭାବେ ସେ ତୁମ୍ଭମାନଙ୍କୁ ବଳିଷ୍ଠ କରିବେ। ତାହାହେଲେ, ଆମ ପ୍ରଭୁ ଯୀଶୁ ଯେତେବେଳେ ସ୍ୱର୍ଗଦୂତମାନଙ୍କ ଗହଣରେ ଫେରି ଆସିବେ, ସେତେବେଳେ ତୁମ୍ଭେମାନେ ପିତା ଈଶ୍ୱରଙ୍କ ସମ୍ମୁଖରେ ସିଦ୍ଧ ଓ ପବିତ୍ର ହୋଇପାରିଥିବ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
All chapters:
1
2
3
4
5