bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia BSI (ପବିତ୍ର ବାଇବଲ (CL) NT (BSI))
/
1 Thessalonians 4
1 Thessalonians 4
Odia BSI (ପବିତ୍ର ବାଇବଲ (CL) NT (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
1
ପରିଶେଷରେ, ଭାଇମାନେ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ କିପରି ଜୀବନ ଯାପନ କରିବାକୁ ହେବ, ତାହା ଆମଠାରୁ ଶିକ୍ଷା କରିଛ। ଅବଶ୍ୟ ସେହିପରି ଭାବେ ତୁମ୍ଭେମାନେ ଜୀବନ ଯାପନ କରି ଆସୁଅଛ, କିନ୍ତୁ ଏହାଠାରୁ କିଛି ଅଧିକ କରିବାକୁ ତୁମ୍ଭମାନଙ୍କୁ ଆମେ ଏବେ ପ୍ରଭୁ ଯୀଶୁଙ୍କ ନାମରେ ବିନତି କରୁଛୁ।
2
କାରଣ ପ୍ରଭୁ ଯୀଶୁଙ୍କଠାରୁ କ୍ଷମତାପ୍ରାପ୍ତ ହୋଇ ତୁମ୍ଭମାନଙ୍କୁ ଯେଉଁ ନିର୍ଦ୍ଦେଶ ଦେଇଥିଲୁ, ତାହା ତୁମ୍ଭେମାନେ ଜାଣ।
3
ଈଶ୍ୱର ଚାହାଁନ୍ତି, ତୁମ୍ଭେମାନେ ିଜକୁ ଯୌନ ପାପରୁ ମୁକ୍ତ ରଖି ପବିତ୍ର ରୁହ।
4
ଈଶ୍ୱରଙ୍କୁ ଜାଣି ନ ଥିବା ଇତର ଲୋକମାନଙ୍କ ପରି ପ୍ରତ୍ୟେକେ ନିଜ ନିଜର ସ୍ତ୍ରୀ ସହିତ କିପରି କାମତୁର ନ ହୋଇ ପବିତ୍ର ଓ ସମ୍ମାନଜନକ ଭାବରେ ଜୀବନ ଯାପନ କରିବା ଉଚିତ୍, ତାହା ତୁମ୍ଭମାନଙ୍କୁ ଜାଣିବାକୁ ହେବ।
6
କୌଣସି ଖ୍ରୀଷ୍ଟବିଶ୍ୱାସୀ ଭାଇ ପ୍ରତି ଅନ୍ୟାୟ ଆଚରଣ କର ନାହିଁ, କିଅବା ତାହାକୁ ପ୍ରବଞ୍ଚନା କର ନାହିଁ। ଏ କଥା ଆମେ ପୂର୍ବରୁ କହିଛୁ ଏବଂ ଦୃଢ଼ ଭାବରେ ସତର୍କ କରି ଦେଇଛୁ ଯେ, ଯେଉଁମାନେ ସେପରି କରିବେ, ପ୍ରଭୁ ସେମାନଙ୍କୁ ଶାସ୍ତି ଦେବେ।
7
ଈଶ୍ୱର ଆମ୍ଭମାନଙ୍କୁ ଅଶୁଚି ଜୀବନଯାପନ କରିବା ପାଇଁ ଆହ୍ୱାନ କରି ନାହାନ୍ତି - ପବିତ୍ର ହୋଇ ରହିବା ପାଇଁ ଆମେ ଆହୂତ।
8
ତେଣୁ ଯେ କେହି ଆମର ଏହି ଶିକ୍ଷାକୁ ଅଗ୍ରାହ୍ୟ କରେ, ସେ କେବଳ ମନୁଷ୍ୟକୁ ଉପେକ୍ଷା କରେ ନାହିଁ - ପବିତ୍ରଆତ୍ମାଦାନକାରୀ ଈଶ୍ୱରଙ୍କୁ ଅବମାନନା କରେ।
9
ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କୁ ତୁମର ପ୍ରେମ କରିବା ବିଷୟରେ ଆମେ ଆଉ ଅଧିକ ଲେଖିବା ପ୍ରୟୋଜନ ନାହିଁ। ପରସ୍ପରକୁ କିପରି ପ୍ରେମ କରିବା ଉଚିତ୍, ଏହା ସ୍ୱୟଂ ଈଶ୍ୱରଙ୍କଠାରୁ ଶିକ୍ଷା କରିଛ।
10
ବାସ୍ତବିକ, ସମଗ୍ର ମାସିଦୋନିଆର ଭାଇମାନଙ୍କ ପ୍ରତି ତୁମେ ସେହିପରି ଆଚରଣ କରିଛ। ତେଣୁ ଆହୁରି ଅଧିକ ମାତ୍ରାରେ ତାହା କର, ତୁମ୍ଭମାନଙ୍କୁ ଏତିକି କେବଳ ବିନୀତ ଅନୁରୋଧ।
11
ଆଗରୁ ଯେପରି କହିଥିଲୁ, ଶାନ୍ତିରେ ଜୀବନ ଯାପନ କରିବା, ନିଜ କାର୍ଯ୍ୟରେ ମନୋନିବେଶ କରିବା ଓ ନିଜ ନିଜର ଜୀବିକା ଉପାର୍ଜନ କରିବା ତୁମ୍ଭମାନଙ୍କର ଲକ୍ଷ୍ୟ ହେଉ।
12
ଏହିପରି କରିବା ଦ୍ୱାରା ତୁମେ ଅଣବିଶ୍ୱାସୀମାନଙ୍କଠାରୁ ମଧ୍ୟ ସମ୍ମାନ ପାଇବ ଓ ତୁମର ସମସ୍ତ ଆବଶ୍ୟକତା ପାଇଁ ଆତ୍ମନିର୍ଭରଶୀଳ ହୋଇପାରିବ।
13
ଭାଇମାନେ, ପରଲୋକପ୍ରାପ୍ତ ବ୍ୟକ୍ତିମାନଙ୍କ ସମ୍ପର୍କରେ ଏକ ବାସ୍ତବ କଥା ତୁମ୍ଭମାନଙ୍କୁ ଜଣାଇବାକୁ ଚାହୁଁଛୁ। ତାହାହେଲେ, ତୁମ୍ଭେମାନେ ଆଉ ଭରସାଶୂନ୍ୟ ଲୋକମାନଙ୍କ ପରି ଶୋକାକୁଳ ହେବ ନାହିଁ।
14
ଯେହେତୁ ଆମେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନରୁତ୍ଥିତ ହେଲେ, ତେଣୁ ଆମେ ଦୃଢ଼ ନିଶ୍ଚିତ ଯେ, ଯୀଶୁଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୁଏ, ଯୀଶୁଙ୍କ ପୁନରାଗମନବେଳେ ଈଶ୍ୱର ସେମାନଙ୍କୁ ଯୀଶୁଙ୍କ ସଙ୍ଗରେ ନେଇଯିବେ।
15
ଆମେ ଏବେ ତୁମ୍ଭମାନଙ୍କୁ ଯେଉଁ ଶିକ୍ଷା ଦେଉଛୁ, ତାହା ପ୍ରଭୁଙ୍କର ଶିକ୍ଷା। ପ୍ରଭୁଙ୍କ ଆଗମନ ସମୟରେ ଆମେ ଯେଉଁମାନେ ଜୀବିତ ଥିବୁ, ପୂର୍ବରୁ ପରଲୋକପ୍ରାପ୍ତ ହୋଇଥିବା ଲୋକଙ୍କଠାରୁ ଆଗୁଆ ହୋଇ ଚାଲିଯିବୁ ନାହିଁ।
16
ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ନିର୍ଘୋଷିତ ହେବ, ପ୍ରଧାନ ସ୍ୱର୍ଗଦୂତଙ୍କ କଣ୍ଠସ୍ୱର ଶୁଭିବ, ଈଶ୍ୱରଙ୍କ ତୂରୀ ଧ୍ୱନି ନିନାଦିତ ହେବ ଏବଂ ପ୍ରଭୁ ସ୍ୱର୍ଗରୁ ଅବତରଣ କରିବେ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୋଇଛି, ସେମାନେ ପ୍ରଥମେ ସଞ୍ଜୀବିତ ହୋଇ ଉତ୍ଥିତ ହେବେ;
17
ତା’ପରେ ଆମେ ଯେଉଁମାନେ ସେହି ସମୟରେ ଜୀବିତ ରହିଥିବୁ, ମେଘମାଳାରେ ସେମାନଙ୍କ ସଙ୍ଗରେ ଉତ୍ଥାପିତ ହୋଇ ମହାଶୂନ୍ୟରେ ପ୍ରଭୁଙ୍କ ସହିତ ସାକ୍ଷାତ କରିବୁ। ତା’ପରେ ଆମ୍ଭେମାନେ ଚିରକାଳ ପ୍ରଭୁଙ୍କ ସଙ୍ଗରେ ରହିବୁ।
18
ଏହି ସବୁ କଥା ଶୁଣାଇ ତୁମ୍ଭେମାନେ ପରସ୍ପରକୁ ଉତ୍ସାହିତ କର।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
All chapters:
1
2
3
4
5