bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia BSI (ପବିତ୍ର ବାଇବଲ (CL) NT (BSI))
/
2 Thessalonians 2
2 Thessalonians 2
Odia BSI (ପବିତ୍ର ବାଇବଲ (CL) NT (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
1
ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମ୍ପର୍କରେ ଏବଂ ତାଙ୍କ ନିକଟରେ ଆମେ ସମସ୍ତେ ସମବେତ ହେବା ବିଷୟରେ ତୁମ୍ଭମାନଙ୍କୁ ମୋର ଅନୁରୋଧ,
2
ପ୍ରଭୁଙ୍କର ଦିନ ଆସି ଯାଇଛି ବୋଲି କାହାଠାରୁ ଶୁଣି ତୁମେ ବିଚଳିତ ବା ବିଭ୍ରାନ୍ତ ହୁଅ ନାହିଁ। ଆମେ ପ୍ରଚାର କରିବା ସମୟରେ ଏଭଳି କିଛି କଥା କହିଛୁ କିମ୍ବା ଏ ସମ୍ପର୍କରେ କିଛି ଲେଖି ଜଣାଇଛୁ ବୋଲି କେତେକଙ୍କର ଧାରଣା ଅଛି।
3
ଏହିପରି କହି ତୁମ୍ଭମାନଙ୍କୁ କେହି କୌଣସି ପ୍ରକାରେ ପ୍ରତାରଣା ନ କରୁ। ଈଶ୍ୱରଙ୍କ ବିରୁଦ୍ଧରେ ଅନ୍ତିମ ବିଦ୍ରୋହ ନ ଘଟିବା ପର୍ଯ୍ୟନ୍ତ ଓ ସେହି ନରକଗାମୀ “ପାପାତ୍ମା” ଆତ୍ମପ୍ରକାଶ ନ କରିବା ପର୍ଯ୍ୟନ୍ତ ସେହି ଦିନ ଆସିବ ନାହିଁ।
4
ସେହି ଦୁରାତ୍ମା ମନୁଷ୍ୟର ତଥାକଥିତ ସମସ୍ତ ଆରାଧ୍ୟ ଦେବତା ଓ ଉପାସ୍ୟ ବସ୍ତୁର ବିରୁଦ୍ଧାଚରଣ କରିବ ଓ ନିଜକୁ ସମସ୍ତଙ୍କ ଉଦ୍ଧ୍ୱର୍ରେ ରଖିବାକୁ ପ୍ରୟାସ କରିବ। ଏପରି କି ସେ ଈଶ୍ୱରଙ୍କ ମନ୍ଦିରରେ ଉପବେଶନ କରି ନିଜେ ଈଶ୍ୱର ବୋଲି ଦାବୀ କରିବ।
5
ତୁମ୍ଭମାନଙ୍କର କ’ଣ ସ୍ମରଣ ନାହିଁ? ମୁଁ ତୁମ ସଙ୍ଗରେ ଥିବାବେଳେ ତୁମ୍ଭମାନଙ୍କୁ ଏ ସବୁ ବିଷୟ କହିଥିଲି।
6
ଅବଶ୍ୟ ସେହି ବିପତ୍ତି ବର୍ତ୍ତମାନ ଘଟିବ ନାହିଁ, କାରଣ ତାକୁ ପ୍ରତିରୋଧ କରିବାକୁ ଏବେ ଏକ ଶକ୍ତି ରହିଛି - ତା’ କଅଣ ତୁମ୍ଭେମାନେ ଜାଣ! କିନ୍ତୁ ଯଥା ସମୟରେ ସେହି ଦୁଷ୍ଟାତ୍ମା ଆବିର୍ଭୂତ ହେବ।
7
ଇତିମଧ୍ୟରେ ତା’ର ରହସ୍ୟପୂର୍ଣ୍ଣ ଦୂରନ୍ତପଣ ପାର୍ଯ୍ୟ କରୁଅଛି; ମାତ୍ର ତାହାର ପ୍ରତିରୋଧକାରୀ ବ୍ୟକ୍ତି ଦୂର ନ ହେବା ପର୍ଯ୍ୟନ୍ତ ସେହି ଦୁର୍ଘଟଣା ଘଟିବ ନାହିଁ।
8
ତା’ପରେ ସେହି ପାପାତ୍ମା ଆବିର୍ଭୂତ ହେବ; କିନ୍ତୁ ଯେତେବେଳେ ପ୍ରଭୁ ଯୀଶୁ ଆସିବେ, ସେ ତାଙ୍କ ମୁଖରେ ନିଶ୍ୱାସରେ ତାକୁ ସଂହାର କରିବେ, ପୁଣି ତାଙ୍କର ଜାଜ୍ୱଲ୍ୟମାନ ଉପସ୍ଥିତିରେ ସେ ଧ୍ୱଂସ ପାଇବ।
9
ସେହି ଦୂରାତ୍ମା ଶୟତାନର ଶକ୍ତିରେ ପରାକ୍ରମଶାଳୀ ହୋଇ ଆସିବ ଏବଂ ଅନେକ ପ୍ରକାର ଅଲୌକିକ କାର୍ଯ୍ୟ ସାଧନର ଛଳନା କରିବ।
10
ଅନେକେ ତା’ର ଦୁରନ୍ତ ପ୍ରତାରଣାରେ ବିଭ୍ରାନ୍ତ ହୋଇ ବିନଷ୍ଟ ହେବେ। ଯେଉଁ ସତ୍ୟକୁ ଗ୍ରହଣ କରି ତା’ ପ୍ରତି ଆସକ୍ତ ହେବା ଦ୍ୱାରା ସେମାନେ ପରିତ୍ରାଣ ପାଇ ଥାଆନ୍ତେ, ତାହାକୁ ଉପେକ୍ଷା କରି ଥିବାରୁ ସେମାନଙ୍କର ଏହି ଦଶା ହେବ।
11
ଯାହା ଅସତ୍ୟ, ସେଥିରେ ସେମାନଙ୍କର ବିଶ୍ୱାସ ଜନ୍ମାଇବା ପାଇଁ ଈଶ୍ୱର ସେମାନଙ୍କୁ ଭ୍ରାନ୍ତି ଉତ୍ପାଦକ ଶକ୍ତିମାନଙ୍କ ହାତରେ ଛାଡ଼ି ଦେବେ।
12
ଯେଉଁମାନେ ସତ୍ୟରେ ବିଶ୍ୱାସ ସ୍ଥାପନ କରନ୍ତି ନାହିଁ, ମାତ୍ର ପାପାଚରଣରେ ଆନନ୍ଦ କରନ୍ତି, ସେମାନେ ସମସ୍ତେ ଏହିପରି ଦଣ୍ଡିତ ହେବେ।
13
ତେଣୁ ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଉଚିତ୍। କାରଣ ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଯୋଗୁଁ ଈଶ୍ୱର ତୁମକୁ ସର୍ବାଗ୍ରେ ମନୋନୀତ କରିଛନ୍ତି - ଯେପରି ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭେମାନେ ପରିତ୍ରାଣ ପାଇବ ଓ ଏକ ପବିତ୍ର ଗୋଷ୍ଠୀ ହେବ।
14
ତୁମ୍ଭମାନଙ୍କ ନିକଟରେ ଆମେ ଯେଉଁ ସୁସମାଚାର ପ୍ରଚାର କରିଛୁ, ତାହା ଦ୍ୱାରା ଈଶ୍ୱର ତୁମ୍ଭମାନଙ୍କୁ ଏଥିପାଇଁ ଆହ୍ୱାନ କରିଛନ୍ତି। ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବରେ ଅଂଶୀ କରାଇବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି।
15
ତେଣୁ ହେ ଭାଇମାନେ, ଆମ ପ୍ରଚାର ଓ ଆମ ପତ୍ରରେ ଆମେ ତୁମ୍ଭମାନଙ୍କ ନିକଟରେ ଯେଉଁ ସତ୍ୟ ପ୍ରକାଶ କରିଛୁ, ତାହାକୁ ଦୃଢ଼ ଭାବରେ ଧରି ରଖ; ସେଥିରେ ଅବିଚଳିତ ରୁହ।
16
ଆମର ଯେଉଁ ପ୍ରଭୁ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଓ ପିତା ଈଶ୍ୱର ଆମକୁ ପ୍ରେମ କରି ତାଙ୍କର ଅନୁଗ୍ରହ ଦ୍ୱାରା ଆମକୁ ଅଦମ୍ୟ ସାହସ ଓ ଦୃଢ଼ ଭରସା ଦାନ କରିଛନ୍ତି,
17
ସେ ତୁମ୍ଭମାନଙ୍କୁ ସବୁବେଳେ ସତ୍ କାର୍ଯ୍ୟ କରିବାକୁ ଓ ସତ୍ ବାକ୍ୟ କହିବାକୁ ପ୍ରେରଣା ଓ ଶକ୍ତି ପ୍ରଦାନ କରନ୍ତୁ।
← Chapter 1
Jump to:
Chapter 1
Chapter 2
Chapter 3
Chapter 3 →
All chapters:
1
2
3