bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia BSI (ପବିତ୍ର ବାଇବଲ (CL) NT (BSI))
/
Ephesians 1
Ephesians 1
Odia BSI (ପବିତ୍ର ବାଇବଲ (CL) NT (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 2 →
1
ଈଶ୍ୱରଙ୍କ ଅଭିମତ ଅନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଥିବା ପାଉଲ, ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ବିଶ୍ୱସ୍ତ ଜୀବନ ଯାପନ କରୁଥିବା ଏଫିସୀର ଈଶ୍ୱରଭକ୍ତମାନଙ୍କ ନିକଟକୁ ଲେଖିଥିବା ଏହି ପତ୍ର:-
2
ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।
3
ଧନ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱର। କାରଣ ସେ ଆମକୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରାଇ ସ୍ୱର୍ଗଲୋକର ସମସ୍ତ ଆଧ୍ୟାତ୍ମିକ ଆଶୀଷ ପ୍ରଦାନ କରିଛନ୍ତି।
4
ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି। ପୁଣି ତାଙ୍କ ସମ୍ମୁଖରେ ଆମେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଏବେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ।
5
ତାଙ୍କ ପ୍ରେମ ହେତୁ, ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମକୁ ତାଙ୍କର ସନ୍ତାନ ରୂପେ ଗ୍ରହଣ କରିବାକୁ ନିରୂପଣ କରିଥିଲେ; ଏହା ହିଁ ଥିଲା ତାଙ୍କର ଆନନ୍ଦ ଓ ଅଭିପ୍ରାୟ।
6
ଈଶ୍ୱରଙ୍କ ଅପୂର୍ବ ଅନୁଗ୍ରହ ନିମନ୍ତେ ଓ ତାଙ୍କ ପ୍ରିୟ ପୁତ୍ରଙ୍କୁ ବିନା ମୂଲ୍ୟରେ ଦାନ ସ୍ୱରୂପେ ପାଇଥିବା ହେତୁ, ଆମେ ଈଶ୍ୱରଙ୍କ ଧନ୍ୟବାଦ କରୁଛୁ।
7
ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ଆମେ ମୁକ୍ତି ପାଇଛୁ, ଅର୍ଥାତ୍ ଆମର ସମସ୍ତ ପାପ କ୍ଷମା ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ କେଡ଼େ ମହାନ୍!
8
ତାହା ସେ ଆମକୁ ବହୁଳଭାବେ ପ୍ରଦାନ କରିଛନ୍ତି।
9
ଈଶ୍ୱର ତାଙ୍କ ଅସୀମ ଜ୍ଞାନ ଓ ଅନ୍ତର୍ଦୃଷ୍ଟି ଦ୍ୱାରା ଯାହା ସଙ୍କଳ୍ପ କରିଥିଲେ, ତାହା ସାଧନ କରିଛନ୍ତି ଏବଂ ତାହାକୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ସେ ଯେଉଁ ଗୁପ୍ତ ପରିକଳ୍ପନା କରିଥିଲେ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିଛନ୍ତି।
10
ସେହି ପରିକଳ୍ପନା ଅନୁଯାୟୀ ସ୍ୱର୍ଗ ଓ ପୃଥିବୀର ସମସ୍ତ ସୃଷ୍ଟ ବିଷୟ ଏକ ହେବ ଓ ଖ୍ରୀଷ୍ଟଙ୍କ ସେ ସବୁର ମସ୍ତକ ସ୍ୱରୂପ ରହିବେ। ଏହି ପରିକଳ୍ପନା ଈଶ୍ୱର ଉପଯୁକ୍ତ ସମୟରେ ସମ୍ପୂର୍ଣ୍ଣ କରିବେ।
11
ସମସ୍ତ ବିଷୟ ଈଶ୍ୱରଙ୍କ ପରିକଳ୍ପନା ଓ ନିଷ୍ପତ୍ତି ଅନୁଯାୟୀ ସାଧିତ ହୁଏ; ଆଦ୍ୟରୁ ନିରୂପିତ ନିଜର ଉଦ୍ଦେଶ୍ୟ ସାଧିତ ହୁଏ; ଆଦ୍ୟରୁ ନିରୂପିତ ନିଜର ଉଦ୍ଦେଶ୍ୟ ସାଧନ ଲାଗି, ଖ୍ରୀଷ୍ଟଙ୍କ ଦ୍ୱାରା ତାଙ୍କର ନିଜ ଲୋକ ହେବା ପାଇଁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି।
12
ଆସ, ଯେଉଁମାନେ ସର୍ବପ୍ରଥମେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଥିଲୁ, ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବା।
13
ତୁମ୍ଭେମାନେ ମଧ୍ୟ ଯେତେବେଳେ ପରିତ୍ରାଣ ପ୍ରଦାୟକ ଏହି ସୁସମାଚାରର ସତ୍ୟବାର୍ତ୍ତା ଶୁଣିଲ, ସେହି ସମୟରୁ ଈଶ୍ୱରଙ୍କର ହୋଇଅଛ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ କରିବାରୁ, ଈଶ୍ୱର ତାଙ୍କ ପ୍ରତିଜ୍ଞା ଅନୁଯାୟୀ ପବିତ୍ରଆତ୍ମାଙ୍କୁ ଦାନ କରି ତୁମ୍ଭମାନଙ୍କ ଉପରେ ତାଙ୍କ ସ୍ୱତ୍ୱ ମୁଦ୍ରାଙ୍କିତ କରିଛନ୍ତି।
14
ଈଶ୍ୱର ତାଙ୍କ ଲୋକମାନଙ୍କୁ ଯେଉଁସବୁ ବିଷୟ ଦେବା ପାଇଁ ପ୍ରତିଜ୍ଞା କରିଛନ୍ତି, ସେ ସବୁ ଯେ ଆମେ ପାଇବା, ପବିତ୍ର ଆତ୍ମା ତାହାର ଜାମିନଦାର ସ୍ୱରୂପ। ଈଶ୍ୱର ତାଙ୍କ ଲୋକମାନଙ୍କୁ ସ୍ୱାଧୀନତାର ପରିପୂର୍ଣ୍ଣତା ପ୍ରଦାନ କରିବେ, ଏହି ନିଶ୍ଚିତ ବୋଧ ପାଇ, ଆସ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବା।
15
ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ଓ ଈଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିବା ସମୟଠାରୁ ତୁମ୍ଭମାନଙ୍କ ପାଇଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ଆସୁଛି।
17
ମୁଁ ମୋର ପ୍ରାର୍ଥନାରେ ତୁମ୍ଭମାନଙ୍କୁ ସ୍ମରଣ କରେ ଓ ଗୌରବମୟ ପିତା, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ୱରଙ୍କୁ ପ୍ରାର୍ଥନା କରେ, ଯେପରି ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିବେ। ସେହି ଆତ୍ମା ତୁମ୍ଭମାନଙ୍କୁ ଜ୍ଞାନବାନ କରିବେ ଓ ଈଶ୍ୱରଙ୍କୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ। ତାହାହେଲେ, ତୁମ୍ଭେମାନେ ତାଙ୍କୁ ଜାଣିପାରିବ।
18
ମୁଁ ନିବେଦନ କରେ, ଯେପରି ତାଙ୍କର ଆଲୋକ ଦେଖିବା ନିମନ୍ତେ ତୁମ୍ଭମାନଙ୍କର ଅନ୍ତର୍ଦୃଷ୍ଟି ପ୍ରସନ୍ନ ହେବ। ଫଳରେ ଯେଉଁ ଭରସା ନିମନ୍ତେ ତୁମ୍ଭେମାନେ ତାଙ୍କ ଦ୍ୱାରା ଆହୂତ,
19
ତାଙ୍କର ଲୋକମାନଙ୍କ ପ୍ରତି ତାଙ୍କର ପ୍ରତିଜ୍ଞାତ ମହତ୍ ଆଶୀର୍ବାଦସମୂହ ଯେ କେତେ ବହୁଳ ଏବଂ ଆମ ପରି ବିଶ୍ୱାସୀମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଯେ କେଡ଼େ ମହାନ୍, ତାହା ତୁମ୍ଭେମାନେ ଜାଣି ପାରିବ।
20
ବର୍ତ୍ତମାନ, ଆମ୍ଭମାନଙ୍କ ମଧ୍ୟରେ ସକ୍ରିୟ ଥିବା ସେହି ଶକ୍ତି ଦ୍ୱାରା ହିଁ ଈଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରି ତାଙ୍କୁ ସ୍ୱର୍ଗଲୋକରେ ନିଜ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ କରାଇ ଅଛନ୍ତି।
21
ଖ୍ରୀଷ୍ଟ ସମସ୍ତ ସ୍ୱର୍ଗୀୟ ଶାସକ, କ୍ଷମତାସମ୍ପନ୍ନ ଅଧିକାରୀ, ଶକ୍ତିଧର ଓ ଅଧିପତିମାନଙ୍କ ଉପରେ ଶାସନ କରନ୍ତି, ଇହଲୋକ ଓ ପରଲୋକର କ୍ଷମତାସୂଚକ ସମସ୍ତ ଉପାଧି ଅପେକ୍ଷା ତାଙ୍କର ଉପାଧି ସର୍ବୋକ୍ରୃଷ୍ଟ।
22
ଈଶ୍ୱର ସମସ୍ତ ବିଷୟ ଖ୍ରୀଷ୍ଟଙ୍କ ପାଦ ତଳେ ରଖିଛନ୍ତି ଏବଂ ସମସ୍ତ ବିଷୟ ଉପରେ ତାଙ୍କୁ ସର୍ବୋପରିସ୍ଥ ପ୍ରଭୁ ରୂପେ ମଣ୍ଡଳୀକୁ ପ୍ରଦାନ କରିଛନ୍ତି।
23
ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର; ମଣ୍ଡଳୀ ଦ୍ୱାରା ଖ୍ରୀଷ୍ଟଙ୍କ କାର୍ଯ୍ୟର ପୂର୍ଣ୍ଣତା ସାଧିତ ହୁଏ; ପୁଣି ଖ୍ରୀଷ୍ଟ ସମସ୍ତ ବିଷୟ ସମ୍ପୂର୍ଣ୍ଣର୍ କରନ୍ତି।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 2 →
All chapters:
1
2
3
4
5
6