bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia BSI (ପବିତ୍ର ବାଇବଲ (CL) NT (BSI))
/
Ephesians 2
Ephesians 2
Odia BSI (ପବିତ୍ର ବାଇବଲ (CL) NT (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
1
ତୁମ୍ଭମାନଙ୍କର ଅବାଧ୍ୟତା ଓ ପାପ ହେତୁ ଅତୀତରେ ଆଧ୍ୟାତ୍ମିକଭାବେ ମୃତ ଥିଲ।
2
ସେ ସମୟରେ ତୁମ୍ଭେମାନେ ଜାଗତିକ ଅସତ୍ ମାର୍ଗ ଅନୁସରଣ କରି, ମହାକାଶସ୍ଥ ଅଶରୀରୀ ଅଧିପତିର ବଶବର୍ତ୍ତୀ ଥିଲ। ସେହି ଅଧିପତି ଏବେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନକାରୀ। ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରୁଛି।
3
ପ୍ରକୃତରେ ଆମେ ସମସ୍ତେ ସେମାନଙ୍କ ପରି ଥିଲୁ ଏବଂ ଶରୀର ଓ ମନର ଅଭିଳାଷକୁ ଚରିତାର୍ଥ କରି ଜୀବନ ଯାପନ କରୁଥିଲୁ। ସ୍ୱଭାବତଃ, ଅନ୍ୟମାନଙ୍କ ପରି ଆମେ ମଧ୍ୟ ଈଶ୍ୱରଙ୍କ କ୍ରୋଧର ପରିଣାମ ଭୋଗ କରିବାକୁ ଯାଉଥିଲୁ।
4
କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଏତେ ପ୍ରଚୁର ଓ ଆମ ପ୍ରତି ତାଙ୍କ ପ୍ରେମ ଏତେ ମହାନ୍ ଯେ, ଆମ ଅବାଧ୍ୟତା ହେତୁ ଆମେ ଆଧ୍ୟାତ୍ମିକ ଭାବେ ମୃତ ଥିବା ସମୟରେ ସେ ଖ୍ରୀଷ୍ଟଙ୍କ ସହିତ ଆମକୁ ସଞ୍ଜୀବିତ କଲେ। ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ହିଁ ତୁମ୍ଭେମାନେ ପରିତ୍ରାଣ ପାଉଛ।
6
ଖ୍ରୀଷ୍ଟ ଯୀଶୁଙ୍କ ସହିତ ଏକ ହେବା ଦ୍ୱାରା ତାଙ୍କ ସହିତ ସ୍ୱର୍ଗରେ କର୍ତ୍ତୃତ୍ୱ କରିବା ପାଇଁ ସେ ଆମ୍ଭମାନଙ୍କୁ ମଧ୍ୟ ଉତ୍ଥିତ କରିଛନ୍ତି।
7
ଯୀଶୁ ଖ୍ରୀଷ୍ଟଙ୍କଠାରେ ପ୍ରଦର୍ଶିତ ପ୍ରେମରେ ତାଙ୍କ ଅନୁଗ୍ରହର ଅସାଧାରଣ ମହତ୍ତ୍ୱ ଯୁଗେ ଯୁଗେ ପ୍ରତିପାଦିତ କରିବା ପାଇଁ ଈଶ୍ୱର ଏହା କଲେ।
8
କାରଣ ଈଶ୍ୱରଙ୍କ ଅନୁଗ୍ରହ ହେତୁ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଛ। ଏହା ତୁମ ନିଜ ପ୍ରଚେଷ୍ଟାର ଫଳ ନୁହେଁ, ମାତ୍ର ଈଶ୍ୱରଙ୍କ ଦାନ ଅଟେ। ତେଣୁ ଏ ବିଷୟରେ କେହି ଦର୍ପ କରିପାରିବ ନାହିଁ।
10
ଆମେ ଯାହା ହୋଇ ପାରିଛୁ, କେବଳ ଈଶ୍ୱର ହିଁ ତାହା କରିଛନ୍ତି, ଯେଉଁସବୁ ସତ୍ କର୍ମ ଆମେ କରିବୁ ବୋଲି ଈଶ୍ୱର ପୂର୍ବରୁ ନିରୂପଣ କରିଥିଲେ, ଆମେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଆମ ଜୀବନରେ ତାହା ସମ୍ଭବ ହୋଇଛି।
11
ନିଜର ଅତୀତ ଅବସ୍ଥା ସ୍ମରଣ କର: ଜାତିରେ ତୁମ୍ଭେମାନେ ଅଣଇହୁଦୀ ଥିଲ, ନିଜକୁ “ସୁନ୍ନତ୍” ବୋଲାଉଥିବା ଇହୁଦୀମାନେ ତୁମ୍ଭମାନଙ୍କୁ “ଅସୁନ୍ନତ୍” କହନ୍ତି। (ଏହା କେବଳ ଏକ ଶାରୀରିକ ଅବସ୍ଥାକୁ ବୁଝାଏ।)
12
ପୂର୍ବେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ଦୂରରେ ଥିଲ, ତୁମ୍ଭେମାନେ ବିଦେଶୀ ଥିଲ ଓ ଈଶ୍ୱରଙ୍କ ମନୋନୀତ ଜାତିରେ ଅନ୍ତର୍ଭୁକ୍ତ ହୋଇ ନ ଥିଲ। ଈଶ୍ୱର ତାଙ୍କ ଲୋକମାନଙ୍କ ପ୍ରତି କରିଥିବା ପ୍ରତିଜ୍ଞା ଉପରେ ସ୍ଥାପିତ ନିୟମରେ ତୁମ୍ଭମାନଙ୍କର କୌଣସି ଅଂଶ ନ ଥିଲା। ଭରସାଶୂନ୍ୟ ଓ ଈଶ୍ୱରବିହୀନ ହୋଇ ତୁମ୍ଭେମାନେ ଜଗତରେ ବାସ କରୁଥିଲ।
13
ଏକଦା ଦୂରରେ ଥିଲ; ବର୍ତ୍ତମାନ ଯୀଶୁଙ୍କ ସହିତ ଏକ ହୋଇ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ନିକଟବର୍ତ୍ତୀ ହୋଇଅଛ।
14
କାରଣ ଇହୁଦୀ ଓ ଅଣଇହୁଦୀମାନଙ୍କୁ ଏକ କରି, ଖ୍ରୀଷ୍ଟ ନିଜେ ଆମ ମଧ୍ୟରେ ଶାନ୍ତି ସ୍ଥାପନ କରିଛନ୍ତି। ସେମାନଙ୍କୁ ପୃଥକ୍ କରି ପରସ୍ପରର ଶତ୍ରୁ ରୂପେ ରଖିଥିବା ପ୍ରାଚୀରକୁ ସେ ତାଙ୍କର ନିଜ ଶରୀର ଦ୍ୱାରା ଭାଙ୍ଗିଛନ୍ତି।
15
ସେ ଇହୁଦୀମାନଙ୍କର ସମସ୍ତ ଦଣ୍ଡବିଧାନ ସମ୍ବଳିତ ବ୍ୟବସ୍ଥାକୁ ଉଚ୍ଛେଦ କରି ଇହୁଦୀ ଓ ଅଣଇହୁଦୀ ଜାତିମାନଙ୍କ ମଧ୍ୟରୁ ତାଙ୍କର ସାହଚର୍ଯ୍ୟ ଉପଭୋଗ କରୁଥିବା ଏକ ନୂତନ ମାନବ ଜାତି ସୃଷ୍ଟି କରିଛନ୍ତି। ଏଥିରେ ପୃଥିବୀରେ ଶଶନ୍ତି ସ୍ଥାପିତ ହେବ।
16
କ୍ରୁଶରେ ତାଙ୍କ ମୃତ୍ୟୁଭୋଗ ଦ୍ୱାରା ଖ୍ରୀଷ୍ଟ ସେହି ଜାତିମାନଙ୍କ ମଧ୍ୟରେ ଥିବା ଶତ୍ରୁତାକୁ ବିଲୋପ କରିଛନ୍ତି; କ୍ରୁଶ ଦ୍ୱାରା ସେ ଉଭୟ ଜାତିକୁ ସମ୍ମିଳିତ କରି ଏକ ଶରୀର ସ୍ୱରୂପ କରିଛନ୍ତି ଏବଂ ଈଶ୍ୱରଙ୍କ ନିକଟକୁ ସେମାନଙ୍କୁ ଫେରାଇ ଆଣିଛନ୍ତି।
17
ସେଥିଲାଗି ଖ୍ରୀଷ୍ଟ ଆସିଥିଲେ ଓ ଈଶ୍ୱରଙ୍କଠାରୁ ଦୂରେଇ ଯାଇଥିବା ଅଣଇହୁଦୀ ଓ ତାଙ୍କ ନିକଟବର୍ତ୍ତୀ ଇହୁଦୀମାନଙ୍କ ମଧ୍ୟରେ ସୁସମାଚାର ଘୋଷଣା କରିଥିଲେ।
18
ଖ୍ରୀଷ୍ଟଙ୍କ ଦ୍ୱାରା ହିଁ ଇହୁଦୀ ଓ ଅଣଇହୁଦୀ ସମସ୍ତେ ଏକ ଆତ୍ମାରେ ପିତାଙ୍କ ସମ୍ମୁଖକୁ ଆସିବା ପାଇଁ ସକ୍ଷମ ହୋଇଛୁ।
19
ତେଣୁ ହେ ଅଣଇହୁଦୀମାନେ, ତୁମେ ଆଉ ବିଦେଶୀ କିମ୍ବା ପ୍ରବାସୀ ନୁହଁ, ବର୍ତ୍ତମାନ ଈଶ୍ୱରଙ୍କ ଲୋକମାନଙ୍କ ସହିତ ତୁମ୍ଭେମାନେ ମଧ୍ୟ ତାଙ୍କ ରାଜ୍ୟର ନାଗରିକ ଓ ତାଙ୍କ ପରିବାରଭୁକ୍ତ।
20
ତୁମ୍ଭେମାନେ ମଧ୍ୟ ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କ ଦ୍ୱାରା ସ୍ଥାପିତ ଭିତ୍ତିମୂଳ ଉପରେ ନିର୍ମିତ ଗୃହ ସଦୃଶ। ସେହି ଗୃହର କୋଣ ପ୍ରସ୍ତର ସ୍ୱୟଂ ଯୀଶୁ ଖ୍ରୀଷ୍ଟ।
21
ସେହି କେବଳ ଏହି ଗୃହକୁ ସନ୍ନିକଟ କରି ରଖନ୍ତି ଏବଂ ପ୍ରଭୁଙ୍କର ନିମନ୍ତେ ଏକ ଉତ୍ସର୍ଗିତ ପବିତ୍ର ମନ୍ଦିର ରୂପେ ସମୃଦ୍ଧ କରନ୍ତି।
22
ତାହାଙ୍କ ସାହଚର୍ଯ୍ୟରେ ତୁମ୍ଭେମାନେ ମଧ୍ୟ ଅନ୍ୟ ସମସ୍ତଙ୍କ ସହିତ ଆତ୍ମାରୂପୀ ଈଶ୍ୱରଙ୍କ ଅଧିଷ୍ଠାନ ନିମନ୍ତେ ଏକ ଆବାସ ସ୍ୱରୂପ ନିର୍ମିତ ହୋଇଅଛ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
All chapters:
1
2
3
4
5
6