bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia BSI (ପବିତ୍ର ବାଇବଲ (CL) NT (BSI))
/
Ephesians 3
Ephesians 3
Odia BSI (ପବିତ୍ର ବାଇବଲ (CL) NT (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 4 →
1
ଏହି କାରଣରୁ ତୁମ ପରି ଅଣଇହୁଦୀମାନଙ୍କ ପାଇଁ ଖ୍ରୀଷ୍ଟ ଯୀଶୁଙ୍କ ହେତୁ ବନ୍ଦୀ ହୋଇଥିବା ମୁଁ ପାଉଲ, ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛି।
2
ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ଈଶ୍ୱର ତାଙ୍କର ଅନୁଗ୍ରହରେ ମୋତେ ଯେ ଏହି କାର୍ଯ୍ୟ କରିବାକୁ ଦେଇଛନ୍ତି, ଏହା ନିଶ୍ଚୟ ଶୁଣିଛ।
3
ଈଶ୍ୱର ତାଙ୍କର ଗୁପ୍ତ ଯୋଜନା ପ୍ରକାଶ କରି ମୋତେ ଜଣାଇଛନ୍ତି। (ଏ ବିଷୟରେ ମୁଁ ସଂକ୍ଷିପ୍ତଭାବେ ଲେଖୁଛି।
4
ତାହା ପଢ଼ିଲେ, ଖୀଷ୍ଟଙ୍କ ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ ମୁଁ ଯାହା ବୁଝିଛି, ତାହା ତୁମ୍ଭେମାନେ ଜାଣି ପାରିବ।)
5
ଅତୀତରେ ମାନବ ଜାତିକୁ ଏହି ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ କୁହାଯାଇ ନ ଥିଲା। କିନ୍ତୁ ଈଶ୍ୱର ବର୍ତ୍ତମାନ ତାଙ୍କର ପବିତ୍ର ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କୁ ଆତ୍ମାଙ୍କ ଦ୍ୱାରା ଏହା ପ୍ରକାଶ କରିଛନ୍ତି।
6
ସେହି ନିଗୂଢ଼ ତତ୍ତ୍ୱ ହେଉଛି, ସୁସମାଚାର ଯୋଗୁଁ ଇହୁଦୀମାନଙ୍କ ସହିତ ଅଣଇହୁଦୀମାନେ ମଧ୍ୟ ଈଶ୍ୱରଙ୍କ ଆଶୀର୍ବାଦର ଅଂଶୀ ହୋଇଛନ୍ତି। ସେମାନେ ସେହି ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ସହାୟତାରେ ଈଶ୍ୱର ଦେଇଥିବା ପ୍ରତିଜ୍ଞାର ଅଂଶୀଦାର।
7
ଈଶ୍ୱର ତାଙ୍କର ଶକ୍ତି ପ୍ରୟୋଗ କରି ମୋତେ ଯେଉଁ ବଶେଷ ଦାନ ଦେଇଛନ୍ତି, ସେଥିଯୋଗୁଁ ମୁଁ ସୁସମାଚାର ପ୍ରଚାରକ ହୋଇଅଛି।
8
ମୁଁ ଈଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ସମସ୍ତଙ୍କଠାରୁ କ୍ଷୁଦ୍ରତମ, ତଥାପି ଅଣଇହୁଦୀମାନଙ୍କ ନିକଟକୁ ଖ୍ରୀଷ୍ଟଙ୍କର ଅପରିମିତ ସମ୍ପଦର ବାର୍ତ୍ତା ଘେନି ଯିବା ପାଇଁ ମୋତେ ଈଶ୍ୱର ସୁଯୋଗ ଦେଇଛନ୍ତି।
9
ଈଶ୍ୱରଙ୍କର ସେହି ଗୁପ୍ତ ଯୋଜନା କିପରି କାର୍ଯ୍ୟକାରୀ ହୋଇ ପାରିବ, ତାହା ସମସ୍ତଙ୍କୁ ଅବଗତ କରାଇବାର ସୌଭାଗ୍ୟ ମୁଁ ଲାଭ କରିଛି। ସମସ୍ତ ବିଷୟର ସୃଷ୍ଟିକର୍ତ୍ତା ଈଶ୍ୱର ଅତୀତରେ ସବୁ ଯୁଗରେ ତାଙ୍କର ନିଗୂଢ଼ ତତ୍ତ୍ୱକୁ ଗୁପ୍ତ ରଖିଥିଲେ,
10
ଯେପରି ବର୍ତ୍ତମାନ ସମୟରେ ଖ୍ରୀଷ୍ଟୀୟ ମଣ୍ଡଳୀର କାର୍ଯ୍ୟ ଦ୍ୱାରା ସ୍ୱର୍ଗୀୟ ଅଧିପତି ଓ ଶକ୍ତିମାନେ ଈଶ୍ୱରଙ୍କ ବହୁବିଧ ଜ୍ଞାନ ସମ୍ପର୍କରେ ସମୃକ୍ ବୁଝିପାରିବେ।
11
ଈଶ୍ୱର ତାଙ୍କର ଅନନ୍ତକାଳୀନ ଉଦ୍ଦେଶ୍ୟ ଅନୁଯାୟୀ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଏହା ସାଧନ କରିଛନ୍ତି।
12
ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ଓ ତାଙ୍କଠାରେ ବିଶ୍ୱାସ କରୁଥିବାରୁ ଭରସାର ସହିତ ଈଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ଏବେ ସାହସ ଅଛି।
13
ସେଥିପାଇଁ ମୋର ଅନୁରୋଧ, ତୁମ୍ଭମାନଙ୍କ ନିମନ୍ତେ ମୋର ଦୁଃଖଭୋଗ ପାଇଁ ନିରାଶ ହୁଅ ନାହିଁ, କାରଣ ଏ ସବୁ ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ହୋଇଅଛି।
14
ଯାହାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପରିବାର ତା’ର କୁଳ ନାମ ପ୍ରାପ୍ତ ହୋଇଛି, ସେହି ପରମ ପିତା ଈଶ୍ୱରଙ୍କ ସମ୍ମୁଖରେ ଜାନୁପାତ କରି ମୁଁ ପ୍ରାର୍ଥନା କରେ।
16
ମୁଁ ପ୍ରାର୍ଥନା କରେ ଯେପରି ସେ ତାଙ୍କ ଆତ୍ମାଙ୍କ କର୍ତ୍ତୃକ ତାଙ୍କର ଗୌରବର ଭଣ୍ଡାରରୁ ତୁମ ଅନ୍ତରାତ୍ମାକୁ ବଳିଷ୍ଠ କରିବା ପାଇଁ ଶକ୍ତି ଦେବେ।
17
ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କ ବିଶ୍ୱାସ ବଳରେ ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରିବେ। ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କର ମୂଳଦୁଆ ପ୍ରେମରେ ସ୍ଥାପିତ ଓ ଦୃଢ଼ୀଭୂତ ହେବ।
18
ତା’ହେଲେ, ଖ୍ରୀଷ୍ଟଙ୍କ ପ୍ରେମ ଯେ କେଡ଼େ ଦୀର୍ଘ ଓ ପ୍ରଶସ୍ତ, କେଡ଼େ ଉଚ୍ଚ ଓ ଗଭୀର, ତୁମେ ଈଶ୍ୱରଙ୍କ ଅନ୍ୟାନ୍ୟ ଲୋକମାନଙ୍କ ସହିତ ଏହା ହୃଦୟଙ୍ଗମ କରିବା ପାଇଁ ସକ୍ଷମ ହେବ।
19
ହଁ, ତୁମ୍ଭେମାନେ ତାଙ୍କ ପ୍ରେମର ପରିସର ଜାଣି ପାରିବ, ଯଦ୍ୟପି ଏହା କେବେହେଁ ପୂର୍ଣ୍ଣମାତ୍ରାରେ ଜାଣି ହୁଏନା। ଏହି ପ୍ରକାରେ ତୁମ୍ଭେମାନେ ଈଶ୍ୱରଙ୍କ ସ୍ୱଭାବର ପରିପୂର୍ଣ୍ଣତା ଉପଲବ୍ôଧ କରିପାରିବ।
20
ଯେଉଁ ଈଶ୍ୱର ଆମ୍ଭମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଦ୍ୱାରା ଆମର ମାଗିବାଠାରୁ ଅଧିକ ଏପରି କି ଆମର କଳ୍ପନାତୀତ ବିଷୟ ଦେବା ପାଇଁ ସମର୍ଥ,
21
ମଣ୍ଡଳୀ ଦ୍ୱାରା ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଯୁଗେ ଯୁଗେ ଅନନ୍ତ କାଳ ଯାଏ ସେହି ଈଶ୍ୱରଙ୍କର ଗୌରବ ହେଉ। ଆମେନ୍।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 4 →
All chapters:
1
2
3
4
5
6