bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia BSI (ପବିତ୍ର ବାଇବଲ (CL) NT (BSI))
/
Revelation 2
Revelation 2
Odia BSI (ପବିତ୍ର ବାଇବଲ (CL) NT (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 3 →
1
“ଏଫିସସ୍ ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯାହାଙ୍କର ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଓ ଯେ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ବିଚରଣ କରନ୍ତି, ତାଙ୍କର ଏହି ବାର୍ତ୍ତା।
2
ତୁମର କାର୍ଯ୍ୟକଳାପ, କଠିନ ପରିଶ୍ରମ ଓ ଧୈର୍ଯ୍ୟ ବିଷୟ ମୁଁ ଜାଣେ। ମୁଁ ମଧ୍ୟ ଜାଣେ ଯେ, ତୁମେ ଦୁଷ୍କର୍ମମାନଙ୍କୁ ସହ୍ୟ କରିପାର ନାହିଁ। ଯେଉଁମାନେ ପ୍ରେରିତ ଶିଷ୍ୟ ବୋଲି ନିଜର ପରିଚୟ ଦିଅନ୍ତି, ଅଥଚ ପ୍ରକୃତରେ ଶିଷ୍ୟ ନୁହଁନ୍ତି, ପରୀକ୍ଷା କରି ସେମାନଙ୍କୁ ମିଥ୍ୟାବାଦୀ ବୋଲି ତୁମେ ପ୍ରମାଣିତ କରିଛ।
3
ତୁମେ ଧୈର୍ଯ୍ୟଶୀଳ। ମୋ’ ନିମନ୍ତେ ଦୁଃଖଭୋଗ କରି ମଧ୍ୟ ହତାଶ ହୋଇ ନାହଁ।
4
କିନ୍ତୁ ତୁମ ବିରୁଦ୍ଧରେ ମୋର ଏହି ଅଭିଯୋଗ ତୁମେ ଆଦ୍ୟରେ ଯେପରି ମୋତେ ପ୍ରେମ କରୁଥିଲ, ବର୍ତ୍ତମାନ ସେପରି ଆଉ କରୁ ନାହଁ।
5
ତୁମର କେଡ଼େ ଅଧୋଗତି ହୋଇଛି, ଚିନ୍ତା କର। ପାପରୁ ଫେରି ପୂର୍ବ ପରି ସତ୍କର୍ମ କର। ଯଦି ପାପରୁ ଫେରି ନ ଆସ, ତେବେ ମୁଁ ତୁମର ପ୍ରଦୀପକୁ ସ୍ଥାନାନ୍ତରିତ କରିବି।
6
ମାତ୍ର ତୁମ ସପକ୍ଷରେ ଗୋଟିଏ ବିଷୟ ଅଛି। ତାହା ହେଉଛି, ମୋ’ ପରି ତୁମ୍ଭେମାନେ ମଧ୍ୟ ନିକଲାଇତୀୟମାନଙ୍କର କାର୍ଯ୍ୟକଳାପକୁ ଘୃଣା କରୁଛ।
7
“ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ପବିତ୍ର ଆତ୍ମା କଅଣ କହୁଅଛନ୍ତି, ଶୁଣ!” “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଈଶ୍ୱରଙ୍କ ଉଦ୍ୟାନରେ ଫଳୁଥିବା ଜୀବନ ବୃକ୍ଷର ଫଳ ଖାଇବା ପାଇଁ ଅଧିକାର ଦେବି।
8
“ସୁର୍ଣ୍ଣାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଯେ ଆଦି ଓ ଅନ୍ତ ଏବଂ ଯେ ମୃତ୍ୟୁ ବରଣ କରି ପୁଣି ଜୀବିତ ହେଲେ, ତାହାଙ୍କ ନିକଟରୁ ଏହି ବାର୍ତ୍ତା:
9
ତୁମର ଦୁର୍ଦ୍ଦଶା ସବୁ ମୋତେ ଜଣା; ମୁଁ ମଧ୍ୟ ଜାଣେ ଯେ, ତୁମେ ଦରିଦ୍ର; କିନ୍ତୁ ପ୍ରକୃତରେ ତୁମେ ଧନୀ। ଯେଉଁମାନେ ନିଜକୁ ଇହୁଦୀ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି ଓ ଯେଉଁମାନେ ଶୟତାନର ଅନୁଗାମୀ, ସେମାନେ କିପରି ତୁମର ଅପବାଦ କରି କଥା କହିଛନ୍ତି, ତାହା ମୁଁ ଜାଣେ।
10
ତୁମେ ଯାହା କିଛି ଦୁଃଖ ଭୋଗ କରିବାକୁ ଯାଉଛ, ସେଥିପାଇଁ ଭୟ କର ନାହିଁ। ଶୁଣ! ତୁମ ମଧ୍ୟରୁ କେତେକଙ୍କୁ କାରାଗାରରେ ପକାଇ ଶୟତାନ ପରୀକ୍ଷା କରିବ। କିନ୍ତୁ ତୁମର ଏହି ଦୁର୍ଦ୍ଦଶା କେବଳ ଦଶ ଦିନ ବ୍ୟାପୀ ହେବ। ଏଥିରେ ମରଣର ଭୟ ଥିଲେ ମଧ୍ୟ ମୋ’ ପ୍ରତି ବିଶ୍ୱସ୍ତ ରହିଲେ, ମୁଁ ତୁମକୁ ଜୀବନରୂପ ମୁକୁଟ ଦେବି।
11
“ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ଦ୍ୱିତୀୟ ମୃତ୍ୟୁ ସେମାନଙ୍କୁ ସ୍ପର୍ଶ କରି ପାରିବ ନାହିଁ।
12
“ପର୍ଗାମମ୍ ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଯାହାଙ୍କ ନିକଟରେ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ଅଛି, ତାଙ୍କର ଏହି ବାର୍ତ୍ତା।
13
ମୁଁ ଜାଣେ, ତୁମେ ଶୟତାନର ସିଂହାସନ ନିକଟରେ ବାସ କରୁଅଛ। କିନ୍ତୁ ତୁମେ ମୋ’ ପ୍ରତି ବିଶ୍ୱସ୍ତ, ଏପରି କି ଶୟତାନର ବାସସ୍ଥଳୀରେ ଯେତେବେଳେ ମୋର ଜଣେ ବିଶ୍ୱସ୍ତ ଦାସ ଆଣ୍ଟିପାସ୍ଙ୍କୁ ହତ୍ୟା କରାଗଲା, ସେତେବେଳେ ସୁଦ୍ଧା ତୁମର ବିଶ୍ୱାସ ପରିତ୍ୟାଗ କରି ନ ଥିଲ।
14
କିନ୍ତୁ ତୁମ ବିରୁଦ୍ଧରେ ମୋର କେତେକ ବିଷୟ କହିବାର ଅଛି। ସେଠାରେ ତୁମ ସଙ୍ଗରେ ଥିବା କେତେକେ, ବାଲାମର ଶିକ୍ଷାରେ ପରିଚାଳିତ ହେଉଛନ୍ତି। ବାଲାମ ଦେବପ୍ରସାଦ ଭୋଜନ ଓ ଲମ୍ପଟାଚରଣ କରିବା ପାଇଁ ଇଶ୍ରାଏଲୀୟମାନଙ୍କୁ ପ୍ରବର୍ତ୍ତାଇବା ନିମନ୍ତେ ବାଲାକକୁ ଶିକ୍ଷା ଦେଇଥିଲା।
15
ଠିକ୍ ସେହିପରି ନିକଲାଇତୀୟମାନଙ୍କର ମତବାଦକୁ ଅନୁସରଣ କରୁଥିବା ଲୋକମାନେ ତୁମ ମଧ୍ୟରେ ଅଛନ୍ତି।
16
ତୁମ ପାପ ପରିତ୍ୟାଗ କର; ନଚେତ୍ ମୁଁ ଶୀଘ୍ର ତୁମ ନିକଟକୁ ଆସି ମୋର ମୁଖନିସୃତ ଖଡ଼୍ଗ ଦ୍ୱାରା ସେହି ଦୁରାଚାରୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି।
17
“ଯେଉଁମାନଙ୍କର ଶୁଣିବା ପାଇଁ କାନ ଅଛି, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଅଛନ୍ତି, ତାହା ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଗଚ୍ଛିତ ରଖାଯାଇଥିବା ମାନ୍ନାରୁ କିଛି ଦେବି। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନୂତନ ନାମ ଲେଖା ହୋଇଥିବା ଗୋଟିଏ ଶ୍ୱେତ ପ୍ରସ୍ତର ପ୍ରଦାନ କରିବି। ସେହି ନୂତନ ନାମ କଅଣ, ପ୍ରସ୍ତର ଗ୍ରହଣକାରୀ ବ୍ୟତୀତ ଅନ୍ୟ କେହି ତାହା ଜାଣି ପାରିବେ ନାହିଁ।
18
“ଥିଆଟିରାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଏହି ବାର୍ତ୍ତା ଈଶ୍ୱରଙ୍କ ପୁତ୍ରଙ୍କ ନିକଟରୁ ଆସିଅଛି। ତାଙ୍କ ଚକ୍ଷୁ ପ୍ରଜ୍ଜ୍ୱଳିତ ଅଗ୍ନି ପରି ଓ ତାଙ୍କ ପଦଦ୍ୱୟ ଚିକ୍କଣ ପିତ୍ତଳ ପରି ଉଜ୍ଜ୍ୱଳ।
19
ତୁମର କାର୍ଯ୍ୟକଳାପ, ତୁମ ପ୍ରେମ, ବିଶ୍ୱସ୍ତତା, ତୁମ ସେବାକାର୍ଯ୍ୟ ଓ ଧୈର୍ଯ୍ୟ ମୁଁ ଜାଣେ! ମୁଁ ମଧ୍ୟ ଜାଣେ ଯେ, ତୁମେ ପୂର୍ବେ ଯାହା କରୁଥିଲ, ବର୍ତ୍ତମାନ ତାହାଠାରୁ ଅଧିକ କରୁଛ।
20
କିନ୍ତୁ ତୁମ ବିରୁଦ୍ଧରେ ମୋର କେବଳ ଏତିକି କହିବାର ଅଛି, ଈଶ୍ୱରଙ୍କର ବାର୍ତ୍ତାବହ ରୂପେ ନିଜର ପରିଚୟ ଦେଉଥିବା ଯେଜେବଲ ନାମ୍ନୀ ସ୍ତ୍ରୀଙ୍କୁ ତୁମେ ପ୍ରଶ୍ରୟ ଦେଇଛ। ସେ ମୋର ଦାସମାନଙ୍କୁ ଲମ୍ପଟାଚରଣ କରିବାକୁ ଓ ଦେବଦେବୀମାନଙ୍କ ନିକଟରେ ଉତ୍ସର୍ଗିତ ହୋଇଥିବା ଖାଦ୍ୟ ପଦାର୍ଥ ଭୋଜନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ବିପଥଗାମୀ କରାଉଛି।
21
ପାପରୁ ଫେରି ଆସିବା ନିମନ୍ତେ ମୁଁ ତାଙ୍କୁ ସମୟ ଦେଇଛି, କିନ୍ତୁ ସେ ନିଜର ଦୁଷ୍କର୍ମ ପରିତ୍ୟାଗ କରିବାକୁ ଚାହୁଁ ନାହିଁ।
22
ତେଣୁ ମୁଁ ତାକୁ ଏବଂ ତା’ ସହିତ ବ୍ୟଭିଚାରରେ ଲିପ୍ତ ସମସ୍ତଙ୍କୁ ରୋଗ ଶଯ୍ୟାରେ ପକାଇବି ଏବଂ ସେମାନେ ଭୟଙ୍କର ଯନ୍ତ୍ରଣା ଭୋଗ କରିବେ। ଯଦି ସେମାନେ ତାହା ସହିତ କରିଥିବା ଦୁଷ୍କୃତି ନିମନ୍ତେ ଅନୁତାପ ନ କରନ୍ତି, ତେବେ ମୁଁ ଏହା ନିଶ୍ଚୟ କରିବି।
23
ତାହାର ଅନୁଗାମୀମାନଙ୍କୁ ମଧ୍ୟ ହତ୍ୟା କରିବି। ତା’ହେଲେ, ମଣ୍ଡଳୀମାନେ ସମସ୍ତେ ଜାଣିପାରିବେ ଯେ; ମୁଁ ଅନ୍ତର୍ଯ୍ୟାମୀ, ମନୁଷ୍ୟର ସକଳ ଚିନ୍ତା ଓ କାମନା ମୁଁ ଜାଣିପାରେ। ତୁମେ ପ୍ରତ୍ୟେକେ ଯାହା କରିଅଛ, ସେହି ଅନୁସାରେ ମୁଁ ତୁମ୍ଭମାନଙ୍କୁ ପ୍ରତିଫଳ ଦେବି।
24
“କିନ୍ତୁ ଥିଆଟିରାରେ ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ଏହି କୁଶିକ୍ଷା ଗ୍ରହଣ କରି ନାହଁ ଓ ତଥାକଥିତ ‘ଶୟତାନର ନିଗୂଢ଼ ରହସ୍ୟମାନ ଶିକ୍ଷା କରି ନାହଁ, ମୁଁ ସେମାନଙ୍କ ଉପରେ ଆଉ କୌଣସି ଭାର ଲଦି ଦେବି ନାହିଁ।
25
ମାତ୍ର ମୁଁ ନ ଆସିବା ପର୍ଯ୍ୟନ୍ତ ତୁମର ଯାହା ରହିଛି, ତାହା ଦୃଢ଼ଭାବେ ଧରି ରଖ।
26
ଯେଉଁମାନେ ବିଜୟ ଲାଭ କରିବେ ଓ ଶେଷ ପର୍ଯ୍ୟନ୍ତ ମୋର ଇଚ୍ଛାନୁରୂପ କାର୍ଯ୍ୟ କରିବେ, ମୁଁ ପିତାଙ୍କ ନିକଟରୁ ଯେଉଁ କ୍ଷମତା ପାଇଅଛି, ତାହା ସେମାନଙ୍କୁ ପ୍ରଦାନ କରିବି।
27
ପୃଥିବୀର ବିଭିନ୍ନ ଜାତିକୁ ଲୌହ ଦଣ୍ଡରେ ଶାସନ କରିବାକୁ ଏବଂ ମାଟି ପାତ୍ର ପରି ଖଣ୍ଡ ବିଖଣ୍ଡ କରିବାକୁ ମୁଁ ସେମାନଙ୍କୁ କ୍ଷମତା ଦେବି।
28
ମୁଁ ସେମାନଙ୍କୁ ‘ପ୍ରଭାତୀ ତାରା’ ମଧ୍ୟ ଦାନ କରିବି।
29
“ଶୁଣିବାକୁ ଶକ୍ତି ଥିଲେ, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ଶୁଣ!
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22