bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia BSI (ପବିତ୍ର ବାଇବଲ (CL) NT (BSI))
/
Revelation 3
Revelation 3
Odia BSI (ପବିତ୍ର ବାଇବଲ (CL) NT (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 4 →
1
“ସାର୍ଦ୍ଦିସ୍ରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ। “ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରିଥିବା ବ୍ୟକ୍ତିଙ୍କଠାରୁ ଏହି ବାର୍ତ୍ତା। ମୁଁ ତୁମର କାର୍ଯ୍ୟକଳାପ ଜାଣେ; ତୁମ୍ଭେମାନେ ମୃତ ହୋଇଥିଲେ ମଧ୍ୟ ଜୀବିତ ଅଛ ବୋଲି ଖ୍ୟାତି ଲାଭ କରିଛ।
2
ତେଣୁ ଜାଗ୍ରତ ହୁଅ ଏବଂ ତୁମ ନିକଟରେ ଯାହା କିଛି ଅଛି, ତାହା ସମ୍ପୂର୍ଣ୍ଣଭାବେ ଲୁପ୍ତ ହେବା ପୂର୍ବରୁ ତାହାକୁ ବଳିଷ୍ଠ କର। କାରଣ ମୁଁ ଜାଣେ, ତୁମର କର୍ମସବୁ ଈଶ୍ୱରଙ୍କ ଦୃଷ୍ଟିରେ ଏ ପର୍ଯ୍ୟନ୍ତ ସିଦ୍ଧ ହୋଇ ନାହିଁ।
3
ତୁମକୁ ଯେଉଁ ଶିକ୍ଷା ଦିଆଯାଇଥିଲା ଏବଂ ତୁମେ ଯାହା ଶୁଣିଥିଲ, ତାହା ସ୍ମରଣ କରି ପାଳନ କର ଓ ତୁମ ପାପରୁ ଫେର। ଜାଗ୍ରତ ନ ହେଲେ, ମୁଁ ଚୋର ପରି ଅତର୍କିତ ଭାବରେ ତୁମ ନିକଟକୁ ଆସିବି। କେଉଁ ସମୟରେ ଆସିବି, ତାହା ତୁମେ ଜାଣି ପାରିବ ନାହିଁ।
4
ମାତ୍ର ସାର୍ଦ୍ଦିସ୍ରେ ତୁମମାନଙ୍କ ମଧ୍ୟରୁ ଅଳ୍ପ କେତେଜଣ ସେମାନଙ୍କର ପୋଷାକ ନିର୍ମଳ ରଖିଛନ୍ତି। ସେମାନେ ଶୁକ୍ଲ ବସ୍ତ୍ର ପରିଧାନ କରି ମୋ’ ସଙ୍ଗରେ ଗମନାଗମନ କରିବେ, କାରଣ ଏଥିପାଇଁ ସେମାନଙ୍କର ଯୋଗ୍ୟତା ଅଛି।
5
ଯେଉଁମାନେ ବିଜୟୀ ହେବେ, ସେମାନେ ଏହିପରି ଶୁକ୍ଲ ବସ୍ତ୍ର ପରିହିତ ହେବେ। ଜୀବନ ପୁସ୍ତକରୁ ସେମାନଙ୍କର ନାମ କଦାପି ଲୋପ କରାଯିବ ନାହିଁ ଏବଂ ମୋର ପିତା ଓ ତାଙ୍କର ଦୂତମାନଙ୍କ ସମ୍ମୁଖରେ ସେମାନଙ୍କୁ ମୋର ଅନୁଗାମୀ ବୋଲି ମୁଁ ସ୍ୱୀକାର କରିବି।
6
“ଶୁଣିବାକୁ କାନ ଥିଲେ, ମଣ୍ଡଳୀମାନଙ୍କୁ ପବିତ୍ରାତ୍ମା କଅଣ କହୁଛନ୍ତି, ମନ ଦେଇ ଶୁଣ।”
7
“ଫିଲାଦେଲ୍ଫିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯେ ସର୍ବତୋ ଭାବରେ ପବିତ୍ର ଓ ସତ୍ୟ ସ୍ୱରୂପ, ତାହାଙ୍କଠାରୁ ଏହି ବାର୍ତ୍ତା ଶୁଣ। ତାଙ୍କ ନିକଟରେ ଦାଉଦଙ୍କର ଚାବି ରହିଛି, ସେ ଯେଉଁ ଦ୍ୱାର ଖୋଲନ୍ତି, ଅନ୍ୟ କେହି ତାହା ବନ୍ଦ କରି ପାରିବ ନାହିଁ ଏବଂ ସେ ଯାହା ବନ୍ଦ କରନ୍ତି, ଅନ୍ୟ କେହି ତାହା ଖୋଲି ପାରିବ ନାହିଁ।
8
ତୁମ କାର୍ଯ୍ୟକଳାପ ମୁଁ ଜାଣେ; ଏ ପର୍ଯ୍ୟନ୍ତ ତୁମର ଯତ୍କିଞ୍ଚିତ୍ ଶକ୍ତି ରହିଛି, ଏହା ମଧ୍ୟ ଜାଣେ; ତୁମେ ମୋର ଶିକ୍ଷା ପାଳନ କରି ଆସିଛ ଏବଂ ମୋ’ ପ୍ରତି ବିଶ୍ୱସ୍ତ ରହିଛ। ତେଣୁ ମୁଁ ତୁମ ସମ୍ମୁଖରେ ଏକ ଦ୍ୱାର ଖୋଲିଛି। ତାହା କେହି ବନ୍ଦ କରିପାରିବ ନାହିଁ।
9
ଶୁଣ! ଯେଉଁ କେତେକ ମିଥ୍ୟାବାଦୀ ନିଜ ନିଜକୁ ଇହୁଦୀ ବୋଲି ଦାବୀ କରନ୍ତି, କିନ୍ତୁ ପ୍ରକୃତରେ ଇହୁଦୀ ନୁହଁନ୍ତି, ଶୟତାନର ସେହି ଲୋକମାନଙ୍କୁ ମୁଁ ତୁମର ପଦାନତ କରିବି। ମୁଁ ତୁମକୁ ପ୍ରେମ କରେ ବୋଲି ସେମାନେ ସମସ୍ତେ ଜାଣିବେ।
10
ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି।
11
ମୁଁ ଶୀଘ୍ର ଆସୁଅଛି, ତୁମର ଯାହା ଅଛି, ତାହା ସୁରକ୍ଷା କର, ଯେପରି କେହି ତୁମ ନିକଟରୁ, ତୁମ ବିଜୟ ପୁରସ୍କାର ଅପହରଣ ନ କରେ।
12
ବିଜୟୀ ବ୍ୟକ୍ତିକୁ ମୁଁ ମୋର ଈଶ୍ୱରଙ୍କ ମନ୍ଦିରରେ ସ୍ତମ୍ଭ ରୂପେ ସ୍ଥାପନ କରିବି ଏବଂ ସେ କଦାପି ସେଠାରୁ ସ୍ଥାନାନ୍ତରିତ ହେବ ନାହିଁ। ମୁଁ ତାହା ଉପରେ ମୋ’ ଈଶ୍ୱରଙ୍କ ନାମ ଲେଖିବି। ମୋ’ ଈଶ୍ୱରଙ୍କ ନିକଟରୁ ସ୍ୱର୍ଗରୁ ଆଗତ ଈଶ୍ୱରଙ୍କ ନଗର, ନୂତନ ଯିରୂଶାଲମର ନାମ ଓ ମୋର ନୂତନ ନାମ ମଧ୍ୟ ତା’ ଉପରେ ଲେଖିବି।
13
“ଯାହାର ଶୁଣିବା ଶକ୍ତି ଅଛି, ସେ ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ମନ ଦେଇ ଶୁଣୁ।
14
“ଲାଓଦେସିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଏବଂ ଈଶ୍ୱରଙ୍କ ସମସ୍ତ ସୃଷ୍ଟିର ଆଦି ତଥା ଅନ୍ତ ସେହି “ଆମେନ୍”ଙ୍କ ଏହି ବାର୍ତ୍ତା:
15
ମୁଁ ତୁମର କାର୍ଯ୍ୟକଳାପ ଜାଣେ; ତୁମେ ଶୀତଳ ନୁହଁ, କି ଉତ୍ତପ୍ତ ନୁହଁ, ଏହା ମୁଁ ଜାଣେ। ତୁମେ ଶୀତଳ କିମ୍ବା ଉତ୍ତପ୍ତ ହୋଇଥିଲେ, ଭଲ ହୁଅନ୍ତା।
16
କିନ୍ତୁ ତୁମ୍ଭେମାନେ ଶୀତଳ ବା ଉତ୍ତପ୍ତ ନ ହୋଇ ଈଷତ୍ଉଷ୍ଣ ହୋଇଥିବାରୁ, ମୁଁ ତୁମକୁ ମୋ’ ମୁଖରୁ ଉଦ୍ଗାର କରିବି!
17
ତୁମେ କହୁଛ, ‘ମୁଁ ଧନବାନ ଓ ସମୃଦ୍ଧିଶାଳୀ, ମୋର ଯାହା ପ୍ରୟୋଜନ, ସବୁ ଅଛି’; ଅଥଚ ପ୍ରକୃତରେ ତୁମେ କେଡ଼େ ଦୁର୍ଦ୍ଦଶାପନ୍ନ ଓ ଦୟନୀୟ, ଏହା ଜାଣ ନାହିଁ। ତୁମେ ଦରିଦ୍ର, ଉଲଗ୍ନ ଓ ଅନ୍ଧ।
18
ତେଣୁ ମୁଁ ତୁମକୁ ପରାମର୍ଶ ଦେଇଛି, ଧନବାନ ହେବା ପାଇଁ ମୋ’ଠାରୁ ବିଶୁଦ୍ଧ ସୁବର୍ଣ୍ଣ କ୍ରୟ କର - ତୁମ୍ଭମାନଙ୍କର ଲଜ୍ଜାକର ଉଲଗ୍ନତାକୁ ଆବୃତ କରିବା ପାଇଁ ମୋ’ ନିକଟରୁ ଶୁକ୍ଲ ବସ୍ତ୍ର କ୍ରୟ କର। ପୁଣି ଦୃଷ୍ଟିଶକ୍ତି ନିର୍ମଳ କରିବା ପାଇଁ କିଛି ଅଞ୍ଜନ କିଣି ଚକ୍ଷୁରେ ଲଗାଅ।
19
ମୁଁ ଯେଉଁମାନଙ୍କୁ ପ୍ରେମ କରେ, ସେମାନଙ୍କୁ ତିରସ୍କାର କରେ ଓ ଶାସ୍ତି ଦିଏ। ତେଣୁ ଆନ୍ତରିକତା ସହିତ ପାପ ପଥରୁ ଫେରି ଆସ।
20
ଦେଖ! ମୁଁ ବାହାରେ ଠିଆହୋଇ ଦ୍ୱାରରେ ଆଘାତ କରୁଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଖୋଲି ଦିଏ, ମୁଁ ତା’ ଘର ଭିତରକୁ ଆସି ତା’ ସହିତ ଭୋଜନ କରିବି ଏବଂ ସେ ମୋ’ ସହିତ ଭୋଜନ କରିବ।
21
ମଁ ଯେପରି ବିଜୟୀ ହୋଇ ମୋ’ ପିତାଙ୍କ ସହିତ ତାଙ୍କ ସିଂହାସନରେ ବସିଅଛି, ଯେଉଁମାନେ ଜୟ କରିବେ, ସେ ସମସ୍ତଙ୍କୁ ମୁଁ ଠିକ୍ ସେହିପରି ମୋର ସିଂହାସନରେ ମୋ’ ପାଖରେ ବସିବାର ଅଧିକାର ଦେବି।
22
“ଶୁଣିବାକୁ ଶକ୍ତି ଥିଲେ, ଈଶ୍ୱରଙ୍କ ଆତ୍ମା ମଣ୍ଡଳୀମାନଙ୍କୁ କ’ଣ କହୁଛନ୍ତି, ଶୁଣ।”
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22