bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Chronicles 14
1 Chronicles 14
Odia Bible ERV 2004 (ପବିତ୍ର ବାଇବଲ)
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 15 →
1
ଦାଉଦଙ୍କ ରାଜ୍ୟ ବୃଦ୍ଧି ପାଇଲା ହୀରମ୍ ସୋର ନଗରର ରାଜା ଥିଲେ। ହୀରମ୍ ଦାଉଦଙ୍କ ନିକଟକୁ ବାର୍ତ୍ତାବହକମାନଙ୍କୁ ପ୍ରେରଣ କଲେ। ହୀରମ୍ ଆହୁରି ମଧ୍ୟ ଏରସ ବୃକ୍ଷର ବଡ଼ ବଡ଼ କାଠଗଣ୍ଡି, ପଥର କଟାଳୀ ଓ ବଢ଼େଇମାନଙ୍କୁ ଦାଉଦଙ୍କ ନିକଟକୁ ପଠାଇଲେ। ଦାଉଦଙ୍କ ନିମନ୍ତେ ଏକ ଗୃହ ନିର୍ମାଣ କରିବା ନିମନ୍ତେ ହୀରମ୍ ସେମାନଙ୍କୁ ପଠାଇଲେ।
2
ଦାଉଦ ଜାଣି ପାରିଲେ ଯେ, ସଦାପ୍ରଭୁ ତାଙ୍କୁ ଇସ୍ରାଏଲ ଉପରେ ରାଜା କରାଇଛନ୍ତି। ସଦାପ୍ରଭୁ ତାଙ୍କର ଲୋକମାନଙ୍କ, ଇସ୍ରାଏଲ ପାଇଁ ଦାଉଦଙ୍କ ରାଜ୍ୟକୁ ଏକ ବିଶାଳ ରାଜ୍ୟରେ ପରିଣତ କଲେ।
3
ଦାଉଦ ଯିରୁଶାଲମରେ ଆହୁରି ସ୍ତ୍ରୀମାନଙ୍କୁ ବିବାହ କଲେ। ତାଙ୍କର ଆହୁରି ପୁତ୍ର ଓ କନ୍ୟାମାନ ଜନ୍ମିଲେ।
4
ଯିରୁଶାଲମରେ ଜନ୍ମ ହୋଇଥିବା ଦାଉଦଙ୍କର ସନ୍ତାନମାନଙ୍କର ନାମ ଏହି: ଶମ୍ମୁୟ, ଶୋବବ, ନାଥନ, ଶଲୋମନ,
5
ଯିଭର, ଇଲୀଶୂୟ, ଇଲ୍ପେଲଟ୍,
6
ନୋଗହ, ନେଫରା, ଯାଫିୟ,
7
ଇଲୀଶମା, ବିଲିୟାଦା ଓ ଇଲୀଫେଲଟ।
8
ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ପଲେଷ୍ଟୀୟ ଲୋକମାନେ ଶୁଣିବାକୁ ପାଇଲେ ଯେ, ଦାଉଦ ଇସ୍ରାଏଲର ରାଜା ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି। ତେଣୁ ସମସ୍ତ ପଲେଷ୍ଟୀୟ ଲୋକେ ଦାଉଦଙ୍କୁ ଦେଖିବାକୁ ଗଲେ। ଦାଉଦ ତାହା ଶୁଣିଲେ। ତେଣୁ ସେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
9
ପଲେଷ୍ଟୀୟମାନେ ରଫାୟିମ ଉପତ୍ୟକାରେ ବାସ କରୁଥିବା ଲୋକମାନଙ୍କୁ ଆକ୍ରମଣ କରି ସେମାନଙ୍କର ଜିନିଷପତ୍ର ଗ୍ଭେରି କରି ନେଇଗଲେ।
10
ଦାଉଦ ପରମେଶ୍ୱରଙ୍କୁ ପଗ୍ଭରିଲେ, “ମୁଁ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବି କି? ତୁମ୍ଭେ ମୋତେ ସେମାନଙ୍କ ଉପରେ ବିଜୟ ପ୍ରଦାନ କରିବ କି?” ସଦାପ୍ରଭୁ ଦାଉଦଙ୍କୁ ଉତ୍ତର ଦେଲେ, “ଯାଅ, ଆମ୍ଭେ ତୁମ୍ଭକୁ ପଲେଷ୍ଟୀୟ ଲୋକଙ୍କ ଉପରେ ବିଜୟ ପ୍ରଦାନ କରାଇବା।”
11
ଏହା ପରେ ଦାଉଦ ଓ ତାଙ୍କ ଲୋକମାନେ ବାଲ୍-ପରାସୀମ ସହରକୁ ଗଲେ ଓ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, “ପରମେଶ୍ୱର ମୋ’ ଦ୍ୱାରା ମୋ’ ଶତ୍ରୁମାନଙ୍କୁ ବନ୍ୟା ବ୍ୟାପିବା ତୁଲ୍ୟ ଧ୍ୱଂସ କରିଅଛନ୍ତି।” ତେଣୁ ସେହି ସ୍ଥାନର ନାମ ବାଲ୍-ପରାସୀମ୍ ରଖାଗଲା।
12
ପଲେଷ୍ଟୀୟ ଲୋକମାନେ ବାଲ୍-ପରାସୀମ୍ଠାରେ ସେମାନଙ୍କର ପ୍ରତିମାମାନଙ୍କୁ ଛାଡ଼ି ପଳାଇଗଲେ। ସେହି ପ୍ରତିମାମାନଙ୍କୁ ଜ୍ୱଳାଇ ଦେବା ନିମନ୍ତେ ଦାଉଦ ତାଙ୍କର ଲୋକମାନଙ୍କୁ ଆଦେଶ ଦେଲେ।
13
ପଲେଷ୍ଟୀୟ ଲୋକଙ୍କ ଉପରେ ଆଉ ଏକ ବିଜୟ ପଲେଷ୍ଟୀୟମାନେ ରଫାୟୀମ୍ ଉପତ୍ୟକାରେ ରହୁଥିବା ଲୋକମାନଙ୍କ ଉପରେ ଆଉଥରେ ଆକ୍ରମଣ କଲେ।
14
ଦାଉଦ ପରମେଶ୍ୱରଙ୍କ ନିକଟରେ ଆଉଥରେ ପ୍ରାର୍ଥନା କଲେ। ପରମେଶ୍ୱର ଦାଉଦଙ୍କ ପ୍ରାର୍ଥନାର ଉତ୍ତର ଦେଲେ। ପରମେଶ୍ୱର କହିଲେ, “ଦାଉଦ, ତୁମ୍ଭେ ଯେତେବେଳେ ଆକ୍ରମଣ କରିବ, ସେତେବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ପର୍ବତ ଉପରକୁ ଯିବ ନାହିଁ। ବରଂ ସେମାନଙ୍କ ଚତୁର୍ଦ୍ଦିଗରେ ଯାଇ ତୂତ୍ବୃକ୍ଷ ଆଢ଼ୁଆଳରେ ନିଜକୁ ଲୁଗ୍ଭଅ।
15
ଜଣେ ଜଗୁଆଳୀକୁ ଗଛ ଉପରେ ଚଢ଼ି ଜଗି ରହିବାକୁ କୁହ। ସେ ଯୁଦ୍ଧ ଯାତ୍ରାର ଶବ୍ଦ ଶୁଣିବା ମାତ୍ରକେ ତୁମ୍ଭେ ପଲେଷ୍ଟୀୟମାନଙ୍କ ଉପରେ ଆକ୍ରମଣ କରିବ। ଆମ୍ଭେ ପରମେଶ୍ୱର, ତୁମ୍ଭ ସମ୍ମୁଖରେ ଯିବା ଓ ପଲେଷ୍ଟୀୟ ସୈନ୍ୟଦଳକୁ ପରାସ୍ତ କରିବା।”
16
ପରମେଶ୍ୱର ତାଙ୍କୁ ଯେପରି କରିବାକୁ କହିଲେ, ଦାଉଦ ଠିକ୍ ସେହିପରି କଲେ। ତେଣୁ ଦାଉଦ ଓ ତାଙ୍କର ଲୋକମାନେ ପଲେଷ୍ଟୀୟ ସୈନ୍ୟଦଳଙ୍କୁ ପରାସ୍ତ କଲେ। ସେମାନେ ଗିବିୟୋନ୍ ସହରଠାରୁ ଗେଷର୍ ସହର ପର୍ଯ୍ୟନ୍ତ ପଡ଼ିଥିବା ସାରା ପଥରେ ପଲେଷ୍ଟୀୟମାନଙ୍କୁ ବଧ କଲେ।
17
ତେଣୁ ଦାଉଦ ସବୁଦେଶରେ ବିଖ୍ୟାତ ହୋଇ ଉଠିଲେ। ସଦାପ୍ରଭୁ ସମସ୍ତ ଦେଶଗଣଙ୍କୁ ଦାଉଦଙ୍କ ପ୍ରତି ଭୟଭୀତ କରାଇଲେ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29