bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Chronicles 25
1 Chronicles 25
Odia Bible ERV 2004 (ପବିତ୍ର ବାଇବଲ)
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 26 →
1
ବାଦ୍ୟକାରୀ ଦଳ ଦାଉଦ ଓ ସେନାଧ୍ୟକ୍ଷମାନେ ଆସଫର ପୁତ୍ରମାନଙ୍କୁ ଏକ ବିଶେଷ ସେବାକାର୍ଯ୍ୟ କରିବା ନିମନ୍ତେ ପୃଥକ କଲେ। ଆସଫଙ୍କର ପୁତ୍ରମାନେ ଥିଲେ ହେମନ ଓ ଯିଦୂଥୂନ। ବୀଣା, ସାରଙ୍ଗ ଓ ଗିନି ବଜାଇ ପରମେଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବା ହିଁ ସେମାନଙ୍କର ବିଶେଷ କାର୍ଯ୍ୟ ଥିଲା। ଯେଉଁମାନେ ଏହି ପ୍ରକାର ଭାବରେ ସେବାକାର୍ଯ୍ୟ କରୁଥିଲେ, ସେମାନଙ୍କର ତାଲିକା ଏହି:
2
ଆସଫଙ୍କ ପରିବାରରୁ: ସକ୍କୁର, ଯୋଷେଫ, ଓ ଅସାରେଲ। ପରମେଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବା ନିମନ୍ତେ ରାଜା ଦାଉଦ ଆସଫଙ୍କୁ ମନୋନୀତ କରିଥିଲେ। ଆଉ ଆସଫ ତାଙ୍କର ପୁତ୍ରମାନଙ୍କୁ ପରିଗ୍ଭଳନା କଲେ।
3
ଯିଦୂଥୂନଙ୍କ ପରିବାରରୁ: ଗଦଲିୟ, ସରୀ, ଯିଶାୟାହ, ହଶବିୟ ଓ ମତ୍ତଥିୟ। ସେମାନେ ସମୁଦାୟ ଛଅ ଜଣ ଥିଲେ ଯିଦୂଥୂନ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦେଶ ଦେଲେ। ପରମେଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବା ଓ ସଦାପ୍ରଭୁଙ୍କର ଧନ୍ୟବାଦ, ପ୍ରଶଂସା କରିବା ନିମନ୍ତେ ଯିଦୂଥୂନ ବୀଣାଯନ୍ତ୍ରର ବ୍ୟବହାର କରୁଥିଲେ।
4
ହେମନଙ୍କର ଯେଉଁ ପୁତ୍ରମାନେ ସେବାକାର୍ଯ୍ୟ କରୁଥିଲେ, ସେମାନେ ହେଲେ: ବୁକ୍କିୟ, ମତ୍ତନିୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନିୟ, ହନାନି, ଇଲୀୟାଥା, ଗିଦ୍ଦଲତି ଓ ରୋମାମ୍ତି-ଏଷର, ଯଶ୍ବକାଶା, ମଲ୍ଲୋଥି, ହୋଥୀର, ମହସୀୟୋତ୍।
5
ଏମାନେ ସମସ୍ତେ ହେମନଙ୍କର ପୁତ୍ରଗଣ ଥିଲେ। ହେମନ ଦାଉଦଙ୍କ ଭବିଷ୍ୟଦ୍ବକ୍ତା ଥିଲେ। ପରମେଶ୍ୱର ପ୍ରତିଜ୍ଞା କରିଥିଲେ ଯେ, ସେ ହେମନଙ୍କୁ ବଳବାନ କରିବେ। ତେଣୁ ହେମନଙ୍କର ଅନେକ ପୁତ୍ର ଜାତ ହେଲେ। ପରମେଶ୍ୱର ହେମନଙ୍କୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
6
ହେମନ ସଦାପ୍ରଭୁଙ୍କ ମନ୍ଦିରରେ ଗୀତଗାୟନ କରିବାକୁ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦେଶ ଦେଲେ। ସେହି ପୁତ୍ରମାନେ ଗିନି, ସାରଙ୍ଗ ଓ ବୀଣା ବଜାଉଥିଲେ। ସେମାନେ ଏହି ପ୍ରକାରେ ପରମେଶ୍ୱରଙ୍କ ମନ୍ଦିରରେ ସେବାକାର୍ଯ୍ୟ କରୁଥିଲେ। ରାଜା ଦାଉଦ ଏହିସବୁ ବ୍ୟକ୍ତିମାନଙ୍କୁ ମନୋନୀତ କରିଥିଲେ: ଆସଫ, ଯିଦୁଥୂନ ଓ ହେମନ।
7
ଲେବୀ ଗୋଷ୍ଠୀର ସେହି ବ୍ୟକ୍ତିମାନେ ଓ ସେମାନଙ୍କର ଆତ୍ମୀୟମାନେ ଗାୟନ ବିଦ୍ୟାରେ ତାଲିମପ୍ରାପ୍ତ ହୋଇଥିଲେ। 288 ଜଣ ବ୍ୟକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର ଗୀତ ଗାନ କରିବା ଶିକ୍ଷା କଲେ।
8
ସେମାନେ ଗୁଲିବାଣ୍ଟ ଦ୍ୱାରା ପ୍ରତ୍ୟେକ ବ୍ୟକ୍ତି ନିମନ୍ତେ ବିଭିନ୍ନ କାର୍ଯ୍ୟ ନିରୂପଣ କଲେ। ପ୍ରତ୍ୟେକ ଲୋକ ପ୍ରତି ସମାନ ବ୍ୟବହାର କରାଗଲା। ଯୁବା ଓ ବୃଦ୍ଧ ଉଭୟଙ୍କ ପ୍ରତି ସମବ୍ୟବହାରା କରାଗଲା। ଛାତ୍ର ପ୍ରତି ଯେପ୍ରକାର ବ୍ୟବହାର, ଶିକ୍ଷକ ପ୍ରତି ମଧ୍ୟ ସେ ପ୍ରକାର ବ୍ୟବହାର କରାଗଲା।
9
ପ୍ରଥମରେ, ଆସଫଙ୍କ ପରିବାରରୁ ଯୋଷେଫଙ୍କୁ ମନୋନୀତ କରାଗଲା। ଦ୍ୱିତୀୟରେ, ଗଦଲିୟଙ୍କର ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
10
ତୃତୀୟରେ, ସକ୍କୁରଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
11
ଚତୁର୍ଥରେ ଯିଷ୍ରିଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
12
ପଞ୍ଚମରେ, ନଥନିୟଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
13
ଷଷ୍ଠରେ ବୁକ୍କିୟଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
14
ସପ୍ତମରେ ଯିଶାରେଲାଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
15
ଅଷ୍ଟମରେ ଯିଶାୟାହଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
16
ନବମରେ ମତ୍ତନୀୟଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
17
ଦଶମରେ ଶିମିୟିଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
18
ଏକାଦଶରେ, ଅସାରେଲଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
19
ଦ୍ୱାଦଶରେ, ହଶବିୟଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
20
ତ୍ରୟୋଦଶରେ, ଶବୂୟେଲଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
21
ଚତୁର୍ଦ୍ଦଶରେ, ମତ୍ତଥିୟଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
22
ପଞ୍ଚଦଶରେ, ଯିରେମୋତ୍ଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
23
ଷୋଡ଼ଶରେ, ହନାନିୟଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
24
ସପ୍ତଦଶରେ, ଯଶ୍ବକାଶାଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
25
ଅଷ୍ଟଦଶରେ, ହନାନିଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
26
ଊନବିଂଶରେ, ମଲ୍ଲୋଥିଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
27
ବିଶଂରେ, ଇଲୀୟାଥାଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
28
ଏକବିଶଂରେ, ହୋଥୀରଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
29
ଦ୍ୱାବିଶଂରେ, ଗିଦ୍ଦଲତିଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
30
ତ୍ରୟୋବିଶଂରେ, ମହସୀୟୋତ୍ଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
31
ଚତୁର୍ବିଶଂରେ, ରୋମାମ୍ତି-ଏଷରଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29