bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Corinthians 10
1 Corinthians 10
Odia Bible ERV 2004 (ପବିତ୍ର ବାଇବଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 11 →
1
ଯିହୂଦୀମାନଙ୍କ ଭଳି ହୁଅ ନାହିଁ ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ।
2
ସେମାନେ ମେଘ ଓ ସମୁଦ୍ରରେ ମୋଶାଙ୍କ ଅନୁଗାମୀ ଭାବେ ଡୁବିତ ହୋଇଥିଲେ।
3
ସେମାନେ ଏକମାତ୍ର ଆଧ୍ୟାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ।
4
ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସେମାନେ ସେହି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସେହି ପଥର ଖ୍ରୀଷ୍ଟ ଥିଲେ।
5
କିନ୍ତୁ ସେମାନଙ୍କ ଭିତରୁ ଅଧିକଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ନ ଥିଲେ। ସେଥିପାଇଁ ସେମାନେ ମରୁ ପ୍ରାନ୍ତରରେ ମରିଗଲେ।
6
ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ୱରୂପ ଅଛି, ଅତଏବ ଆମ୍ଭେ ସେମାନଙ୍କ ଭଳି ମନ୍ଦ କାର୍ଯ୍ୟ କରିବା ପାଇଁ ଇଚ୍ଛା କରିବା ନାହିଁ।
7
ସେମାନଙ୍କ ଭିତରେ କେତେକଙ୍କ ଭଳି ମୂର୍ତ୍ତିପୂଜା କର ନାହିଁ। ଶାସ୍ତ୍ର କୁହେ: “ଲୋକେ ଖାଇବା ଓ ପିଇବା ପାଇଁ ବସିଲେ ଓ ନାଚିବା ପାଇଁ ଉଠିଲେ।”
8
ସେମାନଙ୍କ ଭିତରୁ ଯେପରି କେତେକ ଯୌନଗତ ପାପ କଲେ, ଆମ୍ଭେ ସେଭଳି କେବେ କରିବା ନାହିଁ। ସେମାନେ ପାପ କରିଥିବା ହେତୁରୁ ସେମାନଙ୍କ ଭିତରୁ 23,000 ଲୋକ ଗୋଟିଏ ଦିନରେ ମରିଗଲେ।
9
ସେମାନଙ୍କ ଭଳି ଆମ୍ଭେ ଖ୍ରୀଷ୍ଟଙ୍କୁ ପରୀକ୍ଷା କରିବା ଉଚିତ୍ ନୁହେଁ। ପ୍ରଭୁଙ୍କୁ କରିଥିବାରୁ ସେମାନେ ସାପ କାମୁଡ଼ାରେ ମଲେ।
10
ସେମାନଙ୍କ ଭିତରୁ କେତେକଙ୍କ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ୱର୍ଗଦୂତ)ଙ୍କ ହାତରେ ମଲେ।
11
ସେମାନଙ୍କ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ୱରୂପ। ସମସ୍ତ ପ୍ରାଚୀନ ଇତିହାସରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚେତନା ଦେବା ଉଦ୍ଦେଶ୍ୟରେ ଲେଖା ଯାଇଛି।
12
ଅତଏବ, ଯେଉଁ ଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହୋଇଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ।
13
କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।
14
ତା’ହେଲେ ତୁମ୍ଭେମାନେ ସମସ୍ତ କିଛି ସହି ପାରିବ। ମୋର ପ୍ରିୟ ବନ୍ଧୁଗଣ! ଶେଷରେ ମୁଁ କହୁଛି ଯେ, ମୂର୍ତ୍ତି ପୂଜାରୁ ଦୂରରେ ରୁହ।
15
ତୁମ୍ଭେମାନେ ବୁଦ୍ଧିମାନ, ତେଣୁ ମୁଁ ଏହା କହୁଛି। ମୁଁ ଯାହା କହୁଛି, ତୁମ୍ଭେମାନେ ନିଜେ ପରୀକ୍ଷା କରି ଦେଖ।
16
ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ୟବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀରରେ ଅଂଶ ନୁହେଁ କି?
17
କେବଳ ଗୋଟିଏ ରୋଟୀ ମାତ୍ର ଆମ୍ଭେମାନେ ଅନେକ ଲୋକ। କିନ୍ତୁ ଆମ୍ଭେ ସମସ୍ତେ ସେହି ଗୋଟିଏ ରୋଟୀକୁ ଭାଗ ଭାଗ କରି ଖାଉ। ସେଥିପାଇଁ ଆମ୍ଭେ ପ୍ରକୃତରେ ଗୋଟିଏ ଶରୀର।
18
ଇସ୍ରାଏଲ ଲୋକମାନଙ୍କ କଥା ଭାବ। ସେମାନେ ବଳି ପ୍ରାପ୍ତ ପଶୁ ମାଂସ ଭୋଜନ କରି କ’ଣ ବେଦୀର ଅଂଶୀଦାର ନୁହନ୍ତି?
19
ମୁଁ କହୁ ନାହିଁ ଯେ ମୂର୍ତ୍ତି ବା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଖାଦ୍ୟର ଗୁରୁତ୍ୱ ଅଛି। ଏବଂ ମୁଁ ଏହା ମଧ୍ୟ କହୁ ନାହିଁ ମୂର୍ତ୍ତିଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ।
20
କିନ୍ତୁ ମୋ’ କହିବା କଥା ଯେ, ତୁମ୍ଭେମାନେ ଭୂତମାନଙ୍କ ସହିତ କୌଣସି କାର୍ଯ୍ୟରେ ଅଂଶ ଗ୍ରହଣ ନ କର। କିନ୍ତୁ ମୁଁ କୁହେ ଯାହା ମୂର୍ତ୍ତିଗୁଡ଼ିକୁ ବଳି ରୂପେ ଉତ୍ସର୍ଗ କରାଯାଇଥାଏ ତାହା ଶୟତାନକୁ ଉତ୍ସର୍ଗ କରାଯାଇଥାଏ, ପରମେଶ୍ୱରଙ୍କରୁ ନୁହେଁ। ଏବଂ ମୁଁ ଗ୍ଭହେଁ ତୁମ୍ଭେମାନେ ଶୟତାନ ସହିତ ଅଂଶୀଦାର ହୁଅ ନାହିଁ।
21
ତୁମ୍ଭେମାନେ ପ୍ରଭୁଙ୍କ ପିଆଲାରୁ ଓ ଶୟତାନର ପିଆଲାରୁ ମଧ୍ୟ ପିଇ ପାରିବ ନାହିଁ। ସେହିପରି ପ୍ରଭୁଙ୍କ ମେଜ ଓ ଶୟତାନର ମେଜ ଉଭୟର ଅଂଶୀଦାର ହୋଇ ବସି ପାରିବ ନାହିଁ।
22
ଆମ୍ଭେ କ’ଣ ପ୍ରଭୁଙ୍କୁ ବିରକ୍ତ କରିବାକୁ ଇଚ୍ଛା କରୁ? ଆମ୍ଭେ କ’ଣ ତାହାଙ୍କଠାରୁ ଅଧିକ ବଳବାନ? ନା!
23
ପ୍ରଭୁଙ୍କର ଗୌରବ ପାଇଁ ନିଜ ସ୍ୱାଧୀନତାର ବ୍ୟବହାର କର “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ ସବୁ ବିଷୟ ଭଲ ନୁହେଁ। “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ କେତେକ ବିଷୟ ଅନ୍ୟମାନଙ୍କ ବିଶ୍ୱାସକୁ ଦୃଢ଼ କରିବାରେ ସାହାଯ୍ୟ କରେ ନାହିଁ।
24
କୌଣସି ଲୋକ କେବଳ ନିଜର ସ୍ୱାର୍ଥ ପାଇଁ ଚିନ୍ତିତ ହେବା ଉଚିତ୍ ନୁହେଁ, ବରଂ ସେ ଅନ୍ୟମାନଙ୍କର ମଙ୍ଗଳ ଚିନ୍ତା କରିବା ଉଚିତ୍।
25
ବଜାରରେ ଯାହା ବିକ୍ରି ହେଉଛି ସେସବୁ ମାଂସ ତୁମ୍ଭେ ଖାଇପାର। ନିଜ ବିବେକ ସକାଶେ ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ସେ ବିଷୟରେ କୌଣସି ପ୍ରଶ୍ନ ପଗ୍ଭର ନାହିଁ।
26
ତୁମ୍ଭେ ଖାଇପାର କାରଣ “ପୃଥିବୀ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବିଷୟ ପ୍ରଭୁଙ୍କର ଅଟେ।”
27
ଜଣେ ଅବିଶ୍ୱାସୀ ଲୋକ ତୁମ୍ଭମାନଙ୍କୁ ଭୋଜନ ପାଇଁ ଡାକିପାରେ। ଯଦି ତୁମ୍ଭେମାନେ ଯିବାକୁ ସ୍ଥିର କଲ, ଯାହା ତୁମ୍ଭମାନଙ୍କ ଆଗରେ ଥୁଆ ହୋଇଛି, ତାହା ଖାଅ।
28
ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା’ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି।
29
ତୁମ୍ଭେମାନେ ଏହାକୁ ଭୁଲ୍ ବିବେଚନା କର ବୋଲି ମୁଁ ତୁମ୍ଭମାନଙ୍କୁ କହୁ ନାହିଁ କିନ୍ତୁ ଅନ୍ୟ ଲୋକ ଏହାକୁ ବିବେଚନା କରୁ ଥିବାରୁ ମୁଁ ଏହାକୁ ଖାଇବି ନାହିଁ। ଅନ୍ୟର ମନୋଭାବ ହେତୁ ମୋ’ ନିଜର ସ୍ୱାଧୀନତାରେ ଆଞ୍ଚ ଆଣିବାକୁ ଇଚ୍ଛା କରୁ ନାହିଁ।
30
କାରଣ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସାରି ଭୋଜନ କରିଥିବା ଯୋଗୁଁ ମୁଁ ସମାଲୋଚିତ ହେବା ଅନୁଚିତ୍।
31
ଅତଏବ, ଯେତେବେଳେ ତୁମ୍ଭେମାନେ ଖାଅ, ପିଅ ବା ଅନ୍ୟ ଯାହାକିଛି କର, ପରମେଶ୍ୱରଙ୍କ ମହିମା ପାଇଁ କରିବା ଉଚିତ୍।
32
ଏଭଳି କୌଣସି କାମ କର ନାହିଁ, ଯାହାଦ୍ୱାରା ଯିହୂଦୀ ବା ଅଣଯିହୂଦୀ ଲୋକେ ବା ପରମେଶ୍ୱରଙ୍କ ମଣ୍ଡଳୀ ବାଧା ପାଇବେ।
33
ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରତ୍ୟେକଙ୍କୁ ସମସ୍ତ କାର୍ଯ୍ୟରେ ସନ୍ତୁଷ୍ଟ କରିବାକୁ ଗ୍ଭହେଁ। ମୁଁ ଅନେକଙ୍କର ମଙ୍ଗଳ ଚିନ୍ତାକରେ ଯଦ୍ଦ୍ୱାରା ସେମାନେ ପରିତ୍ରାଣ ପାଇ ପାରିବେ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16