bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Corinthians 11
1 Corinthians 11
Odia Bible ERV 2004 (ପବିତ୍ର ବାଇବଲ)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 12 →
1
ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁସରଣ କରୁଛି, ତୁମ୍ଭେମାନେ ସେହିପରି ଅନୁସରଣ କର।
2
ଅଧୀନରେ ରହିବା ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭେମାନେ ମୋତେ ସମସ୍ତ ବିଷୟରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦେଇଥିଲି ସେ ଗୁଡ଼ିକୁ ସ୍ମରଣରେ ରଖି ପାଳନ କରୁଛ।
3
ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ: ପ୍ରତ୍ୟେକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ୱର।
4
ଯେକୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍ବାଣୀ କହେ, ସେ ନିଜ ମସ୍ତକର ଅପମାନ କରେ।
5
ପ୍ରତ୍ୟେକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ୟଦ୍ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍ବାଣୀ କହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସେହି ସ୍ତ୍ରୀଲୋକର ମୁଣ୍ଡରେ ବାଳ ନ ଥିବା ସମାନ।
6
ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା’ହେଲେ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।
7
କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ ଅଟେ।
8
ପୁରୁଷ ସ୍ତ୍ରୀଠାରୁ ଆସି ନାହିଁ। ସ୍ତ୍ରୀ ପୁରୁଷଠାରୁ ଆସିଛି।
9
ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହୋଇ ନ ଥିଲା; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହୋଇଥିଲା।
10
ଜଣେ ସ୍ତ୍ରୀ ଅଧୀନତାର ଚିହ୍ନ ସ୍ୱରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ୱର୍ଗଦୂତମାନଙ୍କ ଲାଗି ମଧ୍ୟ ସେ ଏହା କରିବା ଉଚିତ୍।
11
କିନ୍ତୁ ପ୍ରଭୁଙ୍କ ଦୃଷ୍ଟିରେ, ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ, ଓ ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ।
12
କାରଣ, ଯେପରି ପୁରୁଷଠାରୁ ସ୍ତ୍ରୀ ଆସିଛି, ସେହିପରି ସ୍ତ୍ରୀଠାରୁ ପୁରୁଷ ଜନ୍ମ ଗ୍ରହଣ କରିଛି। ପ୍ରକୃତରେ ପ୍ରତ୍ୟେକ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି।
13
ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ୱରଙ୍କୁ ପ୍ରାର୍ଥନା କରିବା କ’ଣ ଉଚିତ୍ କି? ଏହା ତୁମ୍ଭେମାନେ ନିଜେ ନିର୍ଣ୍ଣୟ କର।
14
ପ୍ରକୃତି କ’ଣ ତୁମ୍ଭକୁ ଶିକ୍ଷା ଦେଇ ନାହିଁ ଯେ, କୌଣସି ପୁରୁଷ ବଡ଼ ବଡ଼ ବାଳ ରଖିବ ଲଜ୍ଜାଜନକ କଥା?
15
କିନ୍ତୁ ଯଦି ଜଣେ ସ୍ତ୍ରୀର ଲମ୍ବା ବାଳ ଅଛି, ଏହା ତା’ ପାଇଁ ଗୌରବର ବିଷୟ। ମସ୍ତକ ଆଚ୍ଛାଦନ କରିବା ପାଇଁ ସ୍ତ୍ରୀକୁ ଦୀର୍ଘ କେଶ ପ୍ରଦାନ କରାଯାଇଛି।
16
ଯଦି କିଏ ଏହି ବିଷୟରେ ଯୁକ୍ତିତର୍କ କରିବା ପାଇଁ ଇଚ୍ଛା କରେ, ତେବେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ଯ୍ୟକଳାପଠାରୁ ଆମ୍ଭେ ବା ପରମେଶ୍ୱରଙ୍କ ମଣ୍ଡଳୀ ସ୍ୱୀକୃତ ଦେବ ନାହିଁ।
17
ପ୍ରଭୁଭୋଜ ବର୍ତ୍ତମାନ ମୁଁ ଯେଉଁ ବିଷୟରେ ତୁମ୍ଭମାନଙ୍କୁ କହୁଛି, ସେଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ। ତୁମ୍ଭମାନଙ୍କର ସମବେତ ସଭାଗୁଡ଼ିକ ତୁମ୍ଭମାନଙ୍କ ମଙ୍ଗଳ କରିବା ପରିବର୍ତ୍ତେ କ୍ଷତିକାରକ ହେଉଛି।
18
ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭେମାନେ ମଣ୍ଡଳୀ ସଭାରେ ସମବେତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟେ।
19
କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ।
20
ଅତଏବ, ତୁମ୍ଭେମାନେ ଯେତେବେଳେ ମଣ୍ଡଳୀରେ ସମବେତ ହୁଅ, ତୁମ୍ଭେମାନେ ପ୍ରକୃତରେ ପ୍ରଭୁଭୋଜ ପାଳନ କରି ନ ଥାଅ।
21
କାରଣ ତୁମ୍ଭେମାନେ ଖାଇଲା ବେଳେ ଅନ୍ୟମାନଙ୍କ ପାଇଁ ଅପେକ୍ଷା ନ କରି ନିଜ ନିଜର ଭୋଜ ଖାଅ। ଫଳତଃ, କେହି କେହି ଯଥେଷ୍ଟ ଖାଇବା ଓ ପିଇବାକୁ ପାଆନ୍ତି ନାହିଁ, ଅପରପକ୍ଷରେ ଅନ୍ୟମାନେ ଅତ୍ୟଧିକ ଖାଇପିଇ ମାତାଲ ହୋଇଯା’ନ୍ତି।
22
ତୁମ୍ଭେମାନେ ନିଜ ନିଜର ଘରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ମଣ୍ଡଳୀର ଯେପରି ଗୁରୁତ୍ୱ ନାହିଁ, ଏହି କାର୍ଯ୍ୟରୁ ଜଣାପଡ଼େ। ତୁମ୍ଭେମାନେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ’ଣ ବା କହିବି? ଏହି କାମ ପାଇଁ କ’ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି? ନା। ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।
23
ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କଠାରୁ ଗ୍ରହଣ କରିଥିଲି, ସେହି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଯେଉଁ ରାତ୍ରିରେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଧରାଇ ଦିଆଯାଇଥିଲା। ସେହି ରାତ୍ରିରେ ସେ ରୋଟୀ ନେଲେ ଓ ତା’ ପାଇଁ ଧନ୍ୟବାଦ ଦେଇଥିଲେ।
24
ତା’ପରେ ସେହି ରୋଟୀକୁ ଛିଣ୍ଡାଇ ସେ କହିଲେ: “ଏହା ତୁମ୍ଭମାନଙ୍କ ନିମନ୍ତେ ମୋର ଶରୀର। ମୋତେ ସ୍ମରଣ କରିବା ପାଇଁ ତୁମ୍ଭେମାନେ ଏହା କର।”
25
ସେହିପରି ସେମାନେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ: “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭେମାନେ ଯେତେଥର ଏହି ପାତ୍ରକୁ ପାନ କରିବ, ମୋତେ ସ୍ମରଣ କରିବା ପାଇଁ ତାହା କରିବ।”
26
ପ୍ରତ୍ୟେକ ଥର ଏହି ରୋଟୀ ଖାଇଲା ବେଳେ ଓ ଏହି ପାନପାତ୍ରରୁ ପାନ କଲାବେଳେ, ପ୍ରଭୁଙ୍କ ଦିନ ଆସିବା ପର୍ଯ୍ୟନ୍ତ, ପ୍ରଭୁଙ୍କ ମୃତ୍ୟୁର ଘୋଷଣା କରୁଥିବ।
27
ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ୍ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ।
28
ପ୍ରତ୍ୟେକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନେବା ଦରକାର।
29
ଯଦି ଜଣେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଏହି ରୋଟୀକୁ ଖାଏ ଓ ଏହି ପିଆଲାରୁ ପିଏ, ତା’ହେଲେ ସେ ଏହା ଖାଇବା ଓ ପିଇବା ଦ୍ୱାରା ଦୋଷୀ ସାବ୍ୟସ୍ତ ହୁଏ।
30
ସେଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ଅନେକ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନେକ ମୃତ ହେଲେଣି।
31
କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନେବା, ତା’ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବାକୁ ପଡ଼ିବ ନାହିଁ।
32
ପ୍ରଭୁ ଯେତେବେଳେ ଆମ୍ଭର ବିଗ୍ଭର କରନ୍ତି, ସେ ଠିକ୍ ବାଟ ଦେଖାଇବା ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।
33
ଅତଏବ, ହେ ଭାଇ ଓ ଭଉଣୀମାନେ ଯେତେବେଳେ ଭୋଜନ କରିବା ପାଇଁ ତୁମ୍ଭେମାନେ ଏକାଠି ଆସିଛ, ପରସ୍ପର ଏକଆରେକ ଲାଗି ଅପେକ୍ଷା କର।
34
ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 12 →
All chapters:
1
2
3
4
5
6
7
8
9
10
11
12
13
14
15
16