bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Corinthians 12
1 Corinthians 12
Odia Bible ERV 2004 (ପବିତ୍ର ବାଇବଲ)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 13 →
1
ପବିତ୍ରଆତ୍ମାଙ୍କଠାରୁ ଦାନ ଭାଇ ଓ ଭଉଣୀମାନେ! ଆତ୍ମିକ ଦାନଗୁଡ଼ିକ ବିଷୟରେ ମୁଁ ତୁମ୍ଭମାନଙ୍କୁ ବୁଝାଇବାକୁ ଇଚ୍ଛା କରୁଛି।
2
ତୁମ୍ଭେମାନେ ମନେପକାଅ ଯେ ବିଶ୍ୱାସୀ ହେବା ପୂର୍ବରୁ ତୁମ୍ଭେମାନେ କିପରି ବିପଥଗାମୀ ହୋଇ ମୂର୍ତ୍ତିପୂଜା କରିବାକୁ ଯାଉଥିଲା।
3
ସେଥିପାଇଁ ମୁଁ କହୁଛି ଯେ, ପରମେଶ୍ୱରଙ୍କ ଆତ୍ମାପ୍ରାପ୍ତ ଲୋକ “ଯୀଶୁ ଅଭିଶପ୍ତ” ବୋଲି କଦାପି କହିବ ନାହିଁ। ପବିତ୍ରଆତ୍ମାଙ୍କ ସାହାଯ୍ୟ ବିନା କୌଣସି ଲୋକ “ଯୀଶୁ ପ୍ରଭୁ ଅଟନ୍ତି” ବୋଲି କହିବ ନାହିଁ।
4
ଆତ୍ମାଙ୍କ ଦାନ ଅନେକ ପ୍ରକାରର, କିନ୍ତୁ ସେଗୁଡ଼ିକ ସେହି ଏକ ପବିତ୍ରଆତ୍ମାଙ୍କଠାରୁ ଆସିଥାଏ।
5
ସେବା ମଧ୍ୟ ଅନେକ ପ୍ରକାରର, ମାତ୍ର ଆମ୍ଭେ ଯାହାଙ୍କର ସେବା କରୁ, ସେହି ପ୍ରଭୁ ଏକ ଅଟନ୍ତି।
6
ପରମେଶ୍ୱର ଆମ୍ଭମାନଙ୍କ ଜୀବନର ଅନେକ ପ୍ରକାର କାର୍ଯ୍ୟ କରନ୍ତି, ମାତ୍ର ଯେ ଏସମସ୍ତ କରନ୍ତି, ସେହି ପରମେଶ୍ୱର ଏକ ଅଟନ୍ତି।
7
ପ୍ରତ୍ୟେକ ଲୋକଠାରେ ଆତ୍ମାର ବିଶେଷ ଗୁଣ ଗୁଡ଼ିକ ଦେଖିବାକୁ ମିଳେ।
8
ଏଗୁଡ଼ିକ ଅନ୍ୟମାନଙ୍କ ଭଲ ପାଇଁ ଦିଆଯାଇଛି। ଜଣେ ଲୋକକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିରେ କଥା କହିବାକୁ ଦକ୍ଷତା ଦିଆ ହୋଇଛି, ଓ ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ଜ୍ଞାନର କଥା କହିବାକୁ ଯୋଗ୍ୟତା ଦିଆ ହୋଇଛି।
9
ସେହି ଏକମାତ୍ର ଆତ୍ମା ଜଣେ ଲୋକକୁ ବିଶ୍ୱାସ ଓ ଅନ୍ୟଜଣକୁ ପୂର୍ଣ୍ଣ ଆରୋଗ୍ୟ କରିବା ଶକ୍ତି ଦାନ କରନ୍ତି।
10
ଆତ୍ମା ଅନ୍ୟଜଣକୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ଶକ୍ତି ଓ ଅନ୍ୟ ଜଣକୁ ଭଲ ଓ ମନ୍ଦ ଆତ୍ମା ଭିତରେ ପାର୍ଥକ୍ୟ ଦେଖି ପାରିବା ଶକ୍ତି ପ୍ରଦାନ କରନ୍ତି। କାହାକୁ ଭିନ୍ନଭିନ୍ନ ପ୍ରକାରର ଭାଷା କହିପାରିବା ଶକ୍ତି ଦିଆଯାଇଛି, ତ ଅନ୍ୟ କାହାକୁ ସେହି ଭାଷାଗୁଡ଼ିକର ଅର୍ଥ କରିବାର ଶକ୍ତି ଦିଆଯାଇଛି।
11
ସେହି ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ଏହି ସମସ୍ତ କାର୍ଯ୍ୟ କରନ୍ତି। ସେହି ଆତ୍ମା ପ୍ରତ୍ୟେକ ବ୍ୟକ୍ତିଙ୍କୁ କ’ଣ ଦିଆଯିବ, ତାହା ସ୍ଥିର କରନ୍ତି।
12
ଖ୍ରୀଷ୍ଟଙ୍କର ଶରୀର ଆମ୍ଭର ଶରୀର ହେଉଛି ଏକ, କିନ୍ତୁ ତାହାର ଅଙ୍ଗପ୍ରତ୍ୟଙ୍ଗ ଅନେକ। ଶରୀରର ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଶରୀର ହେଉଛି ଏକ। ସେହିପରି ମଧ୍ୟ ଖ୍ରୀଷ୍ଟ ଏକ।
13
ଆମ୍ଭ ଭିତରୁ କେତେକ ହେଉଛୁ ଯିହୂଦୀ, କେତେକ ଅଣଯିହୂଦୀ, ଆମ୍ଭ ଭିତରୁ କେତେକ କ୍ରୀତଦାସ ଓ କେତେକ ସ୍ୱାଧୀନ। କିନ୍ତୁ ଆମ୍ଭେମାନେ ସମସ୍ତେ ଗୋଟିଏ ଆତ୍ମା ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ପ୍ରାପ୍ତ ହୋଇ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ୟ ପ୍ରଦାନ କରାଯାଇଛି।
14
ମାନବ ଶରୀର ତ ଏକଅଙ୍ଗ ନୁହେଁ, ମାତ୍ର ଅନେକ ଗୁଡ଼ିଏ ଅଙ୍ଗ ଦ୍ୱାରା ନିର୍ମିତ।
15
ଯଦି ଗୋଡ଼ କୁହେ: “ମୁଁ ହାତ ନୁହେଁ, ଅତଏବ, ମୁଁ ଶରୀରର ଅଙ୍ଗ ନୁହେଁ।” କିନ୍ତୁ ଏହା କହିବା ଦ୍ୱାରା କ’ଣ ସେ ଶରୀରର ଅଙ୍ଗ ହୋଇ ରହିବ ନାହିଁ କି?
16
କାନ କହିପାରେ: “ମୁଁ ଆଖି ନୁହେଁ, ଅତଏବ ମୋର ଶରୀରର ଅଙ୍ଗ ନୁହେଁ,” କିନ୍ତୁ ଏହା କହିବା ଦ୍ୱାରା କ’ଣ ସେ ଶରୀରର ଅଙ୍ଗ ହୋଇ ରହିବ ନାହିଁ କି?
17
ସମ୍ପୂର୍ଣ୍ଣ ଶରୀର ଗୋଟିଏ ଆଖି ଦେଇଥା’ନ୍ତା, ତେବେ ସେ ଶରୀର ଶୁଣିପାରନ୍ତା କିପରି? ଯଦି ସମ୍ପୂର୍ଣ୍ଣ ଶରୀରଟି ଗୋଟିଏ କାନ ହୋଇଥା’ନ୍ତା ତା’ହେଲେ ଶରୀର ଶୁଙ୍ଘିବା ପାଇଁ ସମର୍ଥ ହୁଅନ୍ତା କିପରି?
18
ଯଦି ସମ୍ପୂର୍ଣ୍ଣ ଶରୀରର ଅଙ୍ଗ କେବଳ ସେହି ଗୋଟିଏ ଅଙ୍ଗ ମାତ୍ର ହୋଇଥା’ନ୍ତା ତା’ହେଲେ ଶରୀର ନ ଥା’ନ୍ତା। କିନ୍ତୁ ପରମେଶ୍ୱର ଯେପରି ଠିକ୍ ମନେ କଲେ ପ୍ରତ୍ୟେକ ଅଙ୍ଗକୁ ଶରୀରରେ ସେହିଭଳି ସ୍ଥାନ ଦେଲେ।
20
ତେଣୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, କିନ୍ତୁ ଶରୀର ଗୋଟିଏ।
21
ଆଖି ହାତକୁ କେବେ ହେଲେ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।” ସେହିଭଳି ମୁଣ୍ଡ ପାଦକୁ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।”
22
ବରଂ ଅନ୍ୟ ପକ୍ଷରେ ଶରୀରର ଯେଉଁ ଅଙ୍ଗଗୁଡ଼ିକ ଦୁର୍ବଳ ବୋଲି ବୋଧହୁଏ, ସେହିସବୁ ପ୍ରକୃତରେ ଗୁରୁତ୍ୱପୂର୍ଣ୍ଣ ଅଟେ।
23
ଶରୀରର ଯେଉଁ ଅଙ୍ଗଗୁଡ଼ିକୁ ଆମେ କମ୍ ଆଦରର ବୋଲି ଭାବୁ, ସେଗୁଡ଼ିକ ପ୍ରତି ଆମେ ଅଧିକ ଧ୍ୟାନ ଦେଉ। ଯେଉଁ ଅଙ୍ଗଗୁଡ଼ିକୁ ଅନ୍ୟମାନେ ନ ଦେଖନ୍ତୁ ବୋଲି ଆମେ ଗ୍ଭହୁଁ, ସେ ଅଙ୍ଗଗୁଡ଼ିକ ପ୍ରତି ଆମେ ବିଶେଷ ଧ୍ୟାନ ଦେଉ।
24
ଆମ୍ଭ ଶରୀରର ସୁନ୍ଦର ଅଙ୍ଗଗୁଡ଼ିକ ପ୍ରତି ଧ୍ୟାନ ଦେବା ଆବଶ୍ୟକ ହୋଇ ନ ଥାଏ। କିନ୍ତୁ ପରମେଶ୍ୱର ଅଦରକାରୀ ଅଙ୍ଗଗୁଡ଼ିକ ଅଧିକ ସମ୍ମାନ ଦେଇ ଶରୀରକୁ ଗଠନ କରିଛନ୍ତି।
25
ଆମ୍ଭର ଶରୀରରେ ଯେପରି କୌଣସି ବିଭେଦ ନ ହେଉ, ସେହି ଦୃଷ୍ଟିରୁ ପରମେଶ୍ୱର ଏପରି କରିଛନ୍ତି। ଦେହର ଅଙ୍ଗଗୁଡ଼ିକ ପରସ୍ପର ସୁଖ ଦୁଃଖର ସହଭାଗୀ ହୁଅନ୍ତି ବୋଲି ପରମେଶ୍ୱର ଇଚ୍ଛା କଲେ।
26
ଯଦି ଶରୀରର ଗୋଟିଏ ଅଙ୍ଗ କଷ୍ଟ ପାଏ, ତା’ସହିତ ଶରୀରର ଅନ୍ୟ ଅଙ୍ଗଗୁଡ଼ିକ ମଧ୍ୟ କଷ୍ଟ ପା’ନ୍ତି। ଯଦି ଶରୀରର କୌଣସି ଅଙ୍ଗ ସମ୍ମାନ ପାଏ ଅନ୍ୟ ସମସ୍ତ ଅଙ୍ଗଗୁଡ଼ିକ ତାହା ସହିତ ଏକତ୍ର ହୋଇ ଆନନ୍ଦ କରନ୍ତି।
27
ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଶରୀର ଅଟ। ତୁମ୍ଭେମାନେ ପ୍ରତ୍ୟେକ ସେହି ଶରୀରର ଅଙ୍ଗ।
28
ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା’ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା’ପରେ ପରୋପକାରୀଙ୍କୁ ତା’ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା’ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି।
29
ସମସ୍ତ ଲୋକ କ’ଣ ପ୍ରେରିତ? ସମସ୍ତ ଲୋକ କ’ଣ ଭବିଷ୍ୟଦ୍ବକ୍ତା? ସମସ୍ତେ କ’ଣ ଶିକ୍ଷକ? ସମସ୍ତେ କ’ଣ ଆଶ୍ଚର୍ଯ୍ୟକାର୍ଯ୍ୟ କରୁଥିବା ଲୋକ?
30
ସମସ୍ତେ କ’ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କ’ଣ ବିଭିନ୍ନ ଭାଷା କହନ୍ତି? ସମସ୍ତେ କ’ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି?
31
କିନ୍ତୁ ତୁମ୍ଭେମାନେ ପ୍ରକୃତରେ ଆତ୍ମାଙ୍କ ଶ୍ରେଷ୍ଠ ଦାନଗୁଡ଼ିକ ପାଇବା ପାଇଁ ଏକାନ୍ତ ଚେଷ୍ଟା କରିବା ଉଚିତ୍ । ଏବେ ମୁଁ ସମସ୍ତ ମାର୍ଗ ଅପେକ୍ଷା ଅତି ଉତ୍ତମ ମାର୍ଗ ଦେଖାଇବି।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16