bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Corinthians 16
1 Corinthians 16
Odia Bible ERV 2004 (ପବିତ୍ର ବାଇବଲ)
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
1
ଅନ୍ୟ ବିଶ୍ୱାସୀମାନଙ୍କ ଲାଗି ଦାନ ସଂଗ୍ରହ ବର୍ତ୍ତମାନ ପରମେଶ୍ୱରଙ୍କ ଲୋକମାନଙ୍କର ସାହାଯ୍ୟ ପାଇଁ ଅର୍ଥ ସଂଗ୍ରହ ବିଷୟରେ ମୁଁ ଗାଲାତୀୟ ମଣ୍ଡଳୀକୁ ଏ ସମ୍ପର୍କ ଦେଇ ଥିବା ନିର୍ଦ୍ଦେଶମାନ ତୁମ୍ଭେମାନେ ଅବଶ୍ୟ ପାଳନ କରିବା ଉଚିତ୍।
2
ପ୍ରତ୍ୟେକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ଆୟ ଅନୁଯାୟୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭେମାନେ ଏହାକୁ ଗୋଟିଏ ବିଶେଷ ସ୍ଥାନରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖରେ ପହଞ୍ଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।
3
ସେଠାରେ ପହଞ୍ଚିଲା ପରେ, ତୁମ୍ଭେମାନେ ଯେଉଁ ବ୍ୟକ୍ତିମାନଙ୍କୁ ବାଛିବ, ମୁଁ ସେମାନଙ୍କର ପରିଚୟ ପତ୍ର ସହିତ ତୁମ୍ଭମାନଙ୍କର ଦାନ ଯିରୁଶାଲମକୁ ପଠାଇ ଦେବି।
4
ଯଦି ମୋର ମଧ୍ୟ ଯିବାର ହୁଏ ସେମାନେ ମଧ୍ୟ ମୋ’ ସହିତ ଯିବେ।
5
ପାଉଲଙ୍କ ଯୋଜନା ମୋର ମାକିଦନିଆ ବାଟ ଦେଇ ଯିବା କାର୍ଯ୍ୟକ୍ରମ ଅଛି। ମାକିଦନିଆ ବାଟ ଦେଇ ଗଲା ପରେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି।
6
ସେତେବେଳେ ମୁଁ ତୁମ୍ଭମାନଙ୍କ ସହିତ କିଛି ସମୟ ଅତିବାହିତ କରିବି, ସମ୍ପୂର୍ଣ୍ଣ ବା ଶୀତକାଳ ତୁମ୍ଭମାନଙ୍କ ସହିତ ରହିବି। ତା’ପରେ, ମୋ’ ଯାତ୍ରାରେ, ମୁଁ ଯେଉଁଠାକୁ ଯିବି, ତୁମ୍ଭେମାନେ ମୋତେ ସାହାଯ୍ୟ କରି ପାରିବ।
7
ମୁଁ ଏବେ ତୁମ୍ଭମାନଙ୍କ ସହିତ ଦେଖା କରିବାକୁ ଇଚ୍ଛା କରୁ ନାହିଁ, କାରଣ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସହ ଅଧିକ ସମୟ ରହିବା ପାଇଁ ଆଶା କରେ।
8
କିନ୍ତୁ ମୁଁ ଏଫିସ ନଗରଠାରେ ପେଣ୍ଟିକଷ୍ଟ ପର୍ବ ପର୍ଯ୍ୟନ୍ତ ରହିବି।
9
କାରଣ ସେଠାରେ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋ’ ପାଇଁ ଏକ ମହାନ୍ ସୁଯୋଗର ଦ୍ୱାର ଖୋଲା ହୋଇଛି। ସେଠାରେ ମୋର ଅନେକ ବିପକ୍ଷ ମଧ୍ୟ ଅଛନ୍ତି।
10
ତୀମଥି ତୁମ୍ଭମାନଙ୍କ ପାଖକୁ ଆସି ପାରନ୍ତି। ତୁମ୍ଭମାନଙ୍କ ମଧ୍ୟରେ ସେ ଯେପରି ସ୍ୱଚ୍ଛନ୍ଦରେ ରୁହନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କ ପ୍ରତି ମନୋଯୋଗୀ ହୁଅ। ମୋ’ ଭଳି ସେ ମଧ୍ୟ ପ୍ରଭୁଙ୍କ ପାଇଁ କାମ କରୁଛନ୍ତି।
11
ଅତଏବ ତୀମଥିଙ୍କୁ କେହି ଯେପରି ଗ୍ରହଣ କରିବାକୁ ମନା ନ କରେ। ସେ ଯେପରି ମୋ’ ପାଖରେ ଆସି ପହଞ୍ଚିବେ ଏଥିପାଇଁ ତାହାଙ୍କୁ ଶାନ୍ତି ପୂର୍ବକ ଯିବାରେ ସାହାଯ୍ୟ କର। ମୁଁ ଅନ୍ୟ ଭାଇମାନଙ୍କ ସହିତ ତାହାଙ୍କ ଫେରିବା ବାଟକୁ ଗ୍ଭହିଁ ବସିଛି।
12
ଆପଲ୍ଲ ଭାଇଙ୍କ ବିଷୟରେ ଲେଖୁଛି। ଅନ୍ୟ ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ସହିତ ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୁଁ ତାହାକୁ ବହୁତ ଅନୁରୋଧ କଲି କିନ୍ତୁ ଏବେ ଯିବା ପାଇଁ ସେ ଆଦୌ ଗ୍ଭହୁଁ ନାହାନ୍ତି। କିନ୍ତୁ ଯେତେବେଳେ ସୁଯୋଗ ହେବ, ସେ ତୁମ୍ଭମାନଙ୍କ ପାଖକୁ ଯିବେ।
13
ପାଉଲଙ୍କ ପତ୍ରର ଶେଷ ଅଂଶ ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ୱାସରେ ଅଟଳ ରୁହ। ସାହସୀ ହୁଅ, ବଳବାନ ହୁଅ। ପ୍ରତ୍ୟେକ କର୍ମ ପ୍ରେମରେ ସାଧିତ କର।
15
ତୁମ୍ଭେମାନେ ସ୍ତିଫାନର ପରିବାରବର୍ଗଙ୍କୁ ଜାଣିଛ। ସେମାନେ ଆଖାୟା ଦେଶର ପ୍ରଥମ ବିଶ୍ୱାସୀ ଥିଲେ। ସେମାନେ ପରମେଶ୍ୱରଙ୍କ ଲୋକମାନଙ୍କ ସେବାରେ ନିଜକୁ ସମର୍ପିତ କରିଛନ୍ତି।
16
ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି ଯେ ତୁମ୍ଭେମାନେ, ଏହି ପ୍ରକାର ଲୋକ ଓ ସେମାନଙ୍କ ସହିତ ପରମେଶ୍ୱରଙ୍କ ପାଇଁ ପରିଶ୍ରମ କରି ସେବା କରୁଥିବା ଲୋକମାନଙ୍କର ବଶୀଭୂତ ହୁଅ।
17
ମୁଁ ସ୍ତିଫାନ, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ଆନନ୍ଦ କରୁଛି। କାରଣ ମୋ’ ପାଇଁ ଯାହା ତୁମ୍ଭେମାନେ କରି ପାରି ନାହଁ, ତାହା ସେମାନେ କରି ପାରିଲେ।
18
ସେମାନେ ମୋ’ ଆତ୍ମାକୁ ଏବଂ ତୁମ୍ଭ ଆତ୍ମାକୁ ମଧ୍ୟ ଆରାମ ପ୍ରଦାନ କରିଛନ୍ତି। ତୁମ୍ଭେମାନେ ଏଭଳି ଲୋକମାନଙ୍କୁ ସମ୍ମାନ କରିବା ଉଚିତ୍।
19
ଏସିଆର ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ଅଭିବାଦନ ଜଣାନ୍ତି। ଆକ୍ୱିଲା ଓ ପ୍ରୀସ୍କା ପ୍ରଭୁଙ୍କ ନାମରେ ଅନେକ ଅଭିବାଦନ ପଠାନ୍ତି। ତାହାଙ୍କ ଘରେ ମିଳିତ ହେଉଥିବା ମଣ୍ଡଳୀ ତୁମ୍ଭମାନଙ୍କୁ ମଧ୍ୟ ଅଭିବାଦନ ଜଣାଏ।
20
ସମସ୍ତ ଭାଇ ଓ ଭଉଣୀଙ୍କର ତୁମ୍ଭମାନଙ୍କୁ ନମସ୍କାର। ଯେତେବେଳେ ତୁମ୍ଭେମାନେ ଏକତ୍ର ହେଉଛ, ପରସ୍ପରକୁ ପବିତ୍ର ଚୁମ୍ବନ ଦେଇ ଅଭିବାଦନ ଜଣାଅ।
21
ମୁଁ ପାଉଲ, ନିଜ ହାତରେ ତୁମ୍ଭମାନଙ୍କୁ ନମସ୍କାର ଲେଖି ଜଣାଉଛି।
22
ଯଦି କିଏ ପ୍ରଭୁଙ୍କୁ ପ୍ରେମ କରୁ ନାହିଁ, ତାହାହେଲେ ସେ ଲୋକ ପରମେଶ୍ୱରଙ୍କଠାରୁ ବିଚ୍ଛିନ୍ନ ହୋଇ ସେ ଅନନ୍ତକାଳ ପାଇଁ ବିନଷ୍ଟ ହେବ। ମାରାନାଥା ଅର୍ଥାତ୍ ପ୍ରଭୁ ଆସୁଛନ୍ତି।
23
ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କର ସହବର୍ତ୍ତୀ ହେଉ।
24
ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭ ସମସ୍ତଙ୍କ ପ୍ରତି ମୋର ପ୍ରେମ ଭାବ ରହିଥାଉ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
All chapters:
1
2
3
4
5
6
7
8
9
10
11
12
13
14
15
16