bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Corinthians 6
1 Corinthians 6
Odia Bible ERV 2004 (ପବିତ୍ର ବାଇବଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 7 →
1
ଖ୍ରୀଷ୍ଟିୟାନମାନଙ୍କ ମଧ୍ୟରେ ବିବାଦର ମୀମାଂସା ଯେତେବେଳେ ତୁମ୍ଭର ଅନ୍ୟ ଖ୍ରୀଷ୍ଟ ବିଶ୍ୱାସୀ ବିରୁଦ୍ଧରେ ଅଭିଯୋଗ ଥାଏ, ସେତେବେଳେ ତୁମ୍ଭେମାନେ କାହିଁକି ବିଗ୍ଭରାଳୟର ବିଗ୍ଭରପତି ନିକଟକୁ ଯାଅ? ପରମେଶ୍ୱରଙ୍କ ଦୃଷ୍ଟିରେ ସେମାନେ ଧାର୍ମିକ ନୁହନ୍ତି। ତେଣୁ ସୁବିଗ୍ଭର ନିମନ୍ତେ ପରମେଶ୍ୱରଙ୍କ ଲୋକ ନିକଟକୁ ନ ଯାଇ ବିଜାତୀୟ ଲୋକ ପାଖକୁ ଯିବାକୁ ଲଜ୍ଜାବୋଧ ହୁଏ ନାହିଁ କି?
2
ତୁମ୍ଭେମାନେ ଅବଶ୍ୟ ଜାଣିଛ ଯେ ପରମେଶ୍ୱରଙ୍କର ଲୋକମାନେ ଜଗତର ବିଗ୍ଭର କରିବେ। ଅତଏବ, ଯଦି ତୁମ୍ଭେମାନେ ଜଗତର ବିଗ୍ଭର କରିବ, ତା’ହେଲେ ଏହିଭଳି ଛୋଟ ଛୋଟ କଥାଗୁଡ଼ିକର ବିଗ୍ଭର କ’ଣ ତୁମ୍ଭେମାନେ କରି ପାରିବ ନାହିଁ?
3
ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ, ଭବିଷ୍ୟତରେ ଆମ୍ଭେ ସ୍ୱର୍ଗଦୂତମାନଙ୍କର ମଧ୍ୟ ବିଗ୍ଭର କରିବା। ତା’ହେଲେ ନିଶ୍ଚିତରେ ତୁମ୍ଭେମାନେ ଏହି ଜାଗତିକି ବିଷୟ ଗୁଡ଼ିକର ବିଗ୍ଭର କରି ପାରିବ।
4
ଅତଏବ, ଯଦି ତୁମ୍ଭମାନଙ୍କ ଭିତରେ କିଛି ବିବାଦ ଅଛି, ତାହାହେଲେ ତୁମ୍ଭେମାନେ କାହିଁକି ମଣ୍ଡଳୀ ବାହାରର ଲୋକଙ୍କ ନିକଟକୁ ସେଥିର ମୀମାଂସା ପାଇଁ ଯିବ? ଏହି ଲୋକମାନେ ମଣ୍ଡଳୀ ଦୃଷ୍ଟିରୁ ନଗନ୍ୟ।
5
ମୁଁ ତୁମ୍ଭକୁ ଲଜ୍ଜା ଦେବା ପାଇଁ ଏପରି କହୁଛି। ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କ ମଧ୍ୟରେ ଥିବା ବିବାଦର ବିଗ୍ଭର କରିବାକୁ ତୁମ୍ଭମାନଙ୍କ ଭିତରେ କ’ଣ ଜଣେ ହେଲେ ଜ୍ଞାନୀ ଲୋକ ନାହିଁ?
6
କିନ୍ତୁ ଏବେ ଜଣେ ଭାଇ ଅନ୍ୟଭାଇ ବିରୁଦ୍ଧରେ ଅଦାଲତକୁ ଯାଉଛି, ଓ ଅବିଶ୍ୱାସୀ ଲୋକଙ୍କୁ ବିବାଦ ସମାଧାନ ପାଇଁ ସୁଯୋଗ ଦେଉଛି।
7
ତୁମ୍ଭମାନଙ୍କ ଭିତରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭେମାନେ ପରାଜିତ ହୋଇ ସାରିଛ। ତା’ ଅପେକ୍ଷା ଅନ୍ୟ କେହି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଥିଲେ ଭଲ ହୋଇଥା’ନ୍ତା।
8
ତା’ ପରିବର୍ତ୍ତେ ତୁମ୍ଭେମାନେ ନିଜେ ନିଜ ପ୍ରତି ଅନ୍ୟାୟ କରୁଛ ଓ ଠକୁଛ। ଖ୍ରୀଷ୍ଟରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ମଧ୍ୟ ଅନ୍ୟାୟ କରୁଛ।
9
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।
11
ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତେକ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହୋଇଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଧାର୍ମିକ କରାଯାଇଛି।
12
ନିଜ ଶରୀରକୁ ପରମେଶ୍ୱରଙ୍କ ମହିମାରେ ଲଗାଅ “ସମସ୍ତ ବିଷୟ ସାଧନ କରିବା ପାଇଁ ମୋତେ ଅନୁମତି ମିଳିଛି।” କିନ୍ତୁ ପ୍ରତ୍ୟେକ ବିଷୟ ଭଲ ନୁହେଁ। “ସମସ୍ତ ବିଷୟ ସାଧନ କରିବା ପାଇଁ ମୋତେ ଅନୁମତି ମିଳିଛି” କିନ୍ତୁ ମୋ’ ଉପରେ କର୍ତ୍ତୃତ୍ୱ କରିବାକୁ ମୁଁ କାହାକୁ ଦେବି ନାହିଁ।
13
“ଖାଦ୍ୟ ପେଟ ପାଇଁ ଓ ପେଟ ଖାଦ୍ୟ ପାଇଁ ଅଟେ।” ଏ କଥା ଠିକ୍, କିନ୍ତୁ ପରମେଶ୍ୱର ଏ ଦୁହିଁକୁ ନାଶ କରିବେ। ଶରୀର ଯୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଧିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି।
14
ପରମେଶ୍ୱର କେବଳ ପ୍ରଭୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ନାହାନ୍ତି, ବରଂ ନିଜର ଶକ୍ତି ଦ୍ୱାରା ସେ ଆମ୍ଭମାନଙ୍କୁ ମଧ୍ୟ ମୃତ୍ୟୁରୁ ପୁନରୁତ୍ଥିତ କରିବେ।
15
ତୁମ୍ଭେମାନେ କ’ଣ ଜାଣି ନାହଁ ଯେ, ତୁମ୍ଭମାନଙ୍କ ଶରୀରଗୁଡ଼ିକ ଖ୍ରୀଷ୍ଟଙ୍କର ଅଙ୍ଗବିଶେଷ? ତା’ହେଲେ ତୁମ୍ଭେମାନେ କ’ଣ ଭାବୁଛ ଯେ, ମୁଁ ଖ୍ରୀଷ୍ଟଙ୍କର ଅଙ୍ଗଗୁଡ଼ିକୁ ନେଇଯିବି, ଓ ସେଗୁଡ଼ିକୁ କୌଣସି ବେଶ୍ୟାର ଅଙ୍ଗ କରିଦେବି? କେବେ ନୁହେଁ।
16
ଶାସ୍ତ୍ରରେ ଲେଖାଅଛି “ଉଭୟ ଏକ ହେବେ।” ଅତଏବ ତୁମ୍ଭେମାନେ ଜାଣିବା ଉଚିତ୍ ଯେ ବେଶ୍ୟାଗମନ କରୁଥିବା ଜଣେ ଲୋକ ଶାରୀରିକ ଭାବରେ ତା’ ସହିତ ଏକ ହୁଏ।
17
କିନ୍ତୁ ଯେଉଁ ଲୋକ ପ୍ରଭୁଙ୍କ ସଙ୍ଗରେ ରହେ ସେ ଆତ୍ମାରେ ତାହାଙ୍କ ସହିତ ଏକ ହୁଏ।
18
ଅତଏବ ଯୌନଗତ ପାପଠାରୁ ଦୂରରେ ରୁହ। ଜଣେ ଲୋକ ଅନ୍ୟ ସମସ୍ତ ପ୍ରକାରର ପାପ, ନିଜ ଶରୀରର ବାହାରେ କରେ। କିନ୍ତୁ ଯୌନଗତ ପାପ ଦ୍ୱାରା ସେ ନିଜ ଶରୀର ବିରୁଦ୍ଧରେ ପାପ କରେ।
19
ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ରଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ରଆତ୍ମା ଅନ୍ତରରେ ଅଛନ୍ତି। ପବିତ୍ରଆତ୍ମାଙ୍କୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ପାଇଛ। ତୁମ୍ଭେମାନେ ନିଜେ ନିଜର ନୁହଁ।
20
କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ମୂଲ୍ୟ ଦେଇ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ୟମରେ ପରମେଶ୍ୱରଙ୍କୁ ଗୌରବ ଦିଅ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16