bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Corinthians 8
1 Corinthians 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 9 →
1
ମୂର୍ତ୍ତିଠାରେ ଉତ୍ସର୍ଗ ହୋଇଥିବା ପ୍ରସାଦ ଏବେ ମୁଁ ମୂର୍ତ୍ତିଗୁଡ଼ିକଠାରେ ଉତ୍ସର୍ଗୀକୃତ ମାଂସ ବିଷୟରେ କହିବି। ଆମ୍ଭେ ଜାଣୁ “ଆମ୍ଭ ସମସ୍ତଙ୍କ ପାଖରେ ଜ୍ଞାନ ଅଛି।” କିନ୍ତୁ “ଜ୍ଞାନ” ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।
2
କିନ୍ତୁ ପ୍ରେମ ଅନ୍ୟମାନଙ୍କୁ ବଳିଷ୍ଠ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରେ। ଯଦି କିଏ ଭାବେ ଯେ, ସେ କିଛି ଜାଣେ ତା’ହେଲେ ସେ ଯେ ମୂର୍ଖ ଏହା ଜାଣି ରଖିବା ଉଚିତ୍।
3
କିନ୍ତୁ ଯିଏ ପରମେଶ୍ୱରଙ୍କୁ ପ୍ରେମ କରେ, ପରମେଶ୍ୱର ତାହାର ପରିଚୟ ନିଅନ୍ତି।
4
ଅତଏବ ମାଂସ ଖାଇବା ବିଷୟରେ ମୁଁ ଏହା କହେ ଯେ, ଆମ୍ଭେ ଜାଣୁ ଯେ ଜଗତରେ ପ୍ରକୃତରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ୱର ଅଛନ୍ତି।
5
ଆକାଶ ବା ପୃଥିବୀରେ ଅନେକଗୁଡ଼ିଏ ତଥା-କଥିତ ଦେବତା ଥାଇ ପାରନ୍ତି (ଲୋକେ ଅନେକ ବସ୍ତୁକୁ “ଦେବଗଣ” ଓ “ପ୍ରଭୁଗଣ” ବୋଲି କହୁଛନ୍ତି, କିନ୍ତୁ ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ।)
6
କିନ୍ତୁ ଆମ୍ଭ ପାଇଁ ଜଣେ ପରମେଶ୍ୱର ଅଛନ୍ତି। ସେ ଆମ୍ଭର ପରମପିତା। ସମସ୍ତ ବିଷୟ ତାହାଙ୍କଠାରୁ ଆସେ, ଓ ଆମ୍ଭେ ତାହାଙ୍କ ପାଇଁ ଜୀବିତ ଅଛୁ। ପ୍ରଭୁ କେବଳ ଜଣେ। ସେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ପ୍ରତ୍ୟେକ ବିଷୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ନିର୍ମିତ, ଓ ସେ ଆମ୍ଭମାନଙ୍କୁ ଜୀବନ ଦେଇଛନ୍ତି।
7
କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖରେ ନାହିଁ। କେତେକ ଲୋକ ପୂର୍ବ ଅଭ୍ୟାସ ଯୋଗୁଁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ଏ ସମ୍ବନ୍ଧରେ ସେମାନଙ୍କର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।
8
ଖାଦ୍ୟ ଆମକୁ ପରମେଶ୍ୱରଙ୍କ ନିକଟବର୍ତ୍ତୀ କରାଏ ନାହିଁ। ଖାଦ୍ୟ ନ ଖାଇବା ଦ୍ୱାରା ପରମେଶ୍ୱରଙ୍କ ସହ ଆମର ସମ୍ପର୍କରେ କ୍ଷତି ହୁଏ ନାହିଁ, ଓ ଖାଇବା ଦ୍ୱାରା ଆମ୍ଭର କିଛି ଲାଭ ମଧ୍ୟ ହୁଏ ନାହିଁ।
9
କିନ୍ତୁ ନିଜର ସ୍ୱାଧୀନତା ବିଷୟରେ ସାବଧାନ ରୁହ। ତୁମ୍ଭମାନଙ୍କର ଏହି ସ୍ୱାଧୀନତା, ଦୁର୍ବଳ ବିଶ୍ୱାସୀମାନଙ୍କୁ ପାପରେ ନ ପକାଉ।
10
ତୁମ୍ଭମାନଙ୍କର ହିତାହିତ ଜ୍ଞାନ ଅଛି। ତେଣୁ ତୁମ୍ଭେ ଦେବ ମନ୍ଦିର ଭୋଜନ ଶାଳାରେ ବସି ଖାଇବା ପାଇଁ ଉଚିତ୍ ମନେ କରିପାର। କିନ୍ତୁ କୌଣସି ଦୁର୍ବଳ ବିଶ୍ୱାସୀ, ସେଠାରେ ତୁମ୍ଭମାନଙ୍କୁ ଦେଖି ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ମାଂସ ଖାଇବାକୁ ସାହସ ପାଇବ। ସେ ଏପରି କରିବା ଭୁଲ୍ ଜାଣି ମଧ୍ୟ ଏହାକୁ ଖାଇବ।
11
ଅତଏବ ସେହି ଦୁର୍ବଳ ବିଶ୍ୱାସୀ ଯାହା ନିମନ୍ତେ ଯୀଶୁ ଖ୍ରୀଷ୍ଟ ପ୍ରାଣତ୍ୟାଗ କରିଛନ୍ତି, ତାହାର ଆତ୍ମିକ ପତନ ପାଇଁ ତୁମ୍ଭେ ଦାୟୀ ହେବ।
12
ତୁମ୍ଭେମାନେ ଖ୍ରୀଷ୍ଟିୟ ଭାଇ ଓ ଭଉଣୀମାନଙ୍କ ବିରୁଦ୍ଧରେ ପାପ କରୁଛ, ଓ ସେମାନେ ଭୁଲ୍ ବୋଲି ଅନୁଭବ କରୁଥିବା କାମଗୁଡ଼ିକ କରିବାକୁ ଉତ୍ସାହିତ କରି ସେମାନଙ୍କ ବିବେକକୁ ଆଘାତ ଦେଉଛ। ଏହା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ମଧ୍ୟ ପାପ କରୁଛ।
13
ଯଦି ମୋର ମାଂସ ଖାଇବା ଦ୍ୱାରା ମୋ’ ଭାଇ ପାପରେ ପଡ଼ିବ, ତା’ହେଲେ ମୁଁ ଭବିଷ୍ୟତରେ ଆଉ ମାଂସ ଖାଇବି ନାହିଁ। ଏପ୍ରକାରେ ମୁଁ ମୋ’ ଭାଇର ବିଘ୍ନର କାରଣ ହେବି ନାହିଁ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16