bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 John 3
1 John 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
1
ଆମ୍ଭେ ପରମେଶ୍ୱରଙ୍କ ସନ୍ତାନ ପରମପିତା ଆମ୍ଭମାନଙ୍କୁ ଅତ୍ୟଧିକ ପ୍ରେମ କଲେ। ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ରୂପେ ନାମିତ ହେବା ଦ୍ୱାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ରେମ ପ୍ରକାଶ ପାଏ। ଆମ୍ଭେ ପ୍ରକୃତରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ (ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ) ପରମେଶ୍ୱରଙ୍କୁ ଚିହ୍ନି ପାରି ନ ଥିବାରୁ ଆମ୍ଭକୁ ମଧ୍ୟ ପରମେଶ୍ୱରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।
2
ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ୱରଙ୍କର ସନ୍ତାନ, କିନ୍ତୁ ଭବିଷ୍ୟତରେ ଆମ୍ଭେ କ’ଣ ହେବା ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହୋଇଯିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସେହି ରୂପରେ ଦେଖିବା।
3
ଖ୍ରୀଷ୍ଟ ପବିତ୍ର। ଯେ କେହି ଖ୍ରୀଷ୍ଟଙ୍କଠାରେ ଆଶା ରଖେ, ସେ ଖ୍ରୀଷ୍ଟଙ୍କ ଭଳି ନିଜକୁ ପବିତ୍ର ରଖେ।
4
ଯେଉଁ ଲୋକ ପାପ କରେ, ସେ ପରମେଶ୍ୱରଙ୍କର ନିୟମ ଭାଙ୍ଗେ। କାରଣ ନିୟମର ଲଙ୍ଘନ ହେଉଛି ପାପ।
5
ତୁମ୍ଭେ ତ ଜାଣିଛ, ଲୋକମାନଙ୍କର ପାପ ଦୂର କରିବା ପାଇଁ ଖ୍ରୀଷ୍ଟ ସଂସାରକୁ ଆସିଥିଲେ। ତାହାଙ୍କ ଭିତରେ କୌଣସି ପାପ ନାହିଁ।
6
ତାହାଙ୍କଠାରେ ରହୁଥିବା ଲୋକ ପାପ କରେ ନାହିଁ। ପାପ କରୁଥିବା ଲୋକ ଖ୍ରୀଷ୍ଟଙ୍କୁ କଦାପି ଜାଣି ନାହିଁ କି ବୁଝି ପାରି ନାହିଁ।
7
ପ୍ରିୟ ପିଲାମାନେ, କେହି ତୁମ୍ଭମାନଙ୍କୁ ମନ୍ଦ ପଥରେ ଯିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକେହି ଖ୍ରୀଷ୍ଟଙ୍କ ପରି ଉତ୍ତମ ହେବାକୁ ଇଚ୍ଛା କରେ, ସେ ଉଚିତ୍ କର୍ମ କରୁ।
8
ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ୱଂସ କରିବା ପାଇଁ ପରମେଶ୍ୱରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।
9
ପରମେଶ୍ୱରଙ୍କର ସନ୍ତାନ ହେବା ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ୱର ସେହି ଲୋକକୁ ଦିଅନ୍ତି, ତାହା ତା’ଠାରେ ଥାଏ। ତେଣୁ ସେ ଆଉ ପାପ କରିପାରେ ନାହିଁ ଯେହେତୁ ସେ ପରମେଶ୍ୱରଙ୍କର ସନ୍ତାନ ହୋଇସାରିଥାଏ।
10
ତେଣୁ କେଉଁମାନେ ପରମେଶ୍ୱର ସନ୍ତାନ ଓ କେଉଁମାନେ ଶୟତାନର ସନ୍ତାନ, ତାହା ତୁମ୍ଭେମାନେ ଜାଣି ପାରିବ। ଯେଉଁମାନେ ସତ୍କର୍ମ କରନ୍ତି ନାହିଁ, ସେମାନେ ପରମେଶ୍ୱରଙ୍କର ସନ୍ତାନ ନୁହନ୍ତି, ଯେ କେହି ନିଜ ଭାଇକୁ ପ୍ରେମ କରେ ନାହିଁ, ସେ ମଧ୍ୟ ଈଶ୍ୱରଙ୍କର ସନ୍ତାନ ନୁହେଁ।
11
ଆମ୍ଭେ ନିଶ୍ଚୟ ପରସ୍ପରକୁ ଭଲ ପାଇବା ଉଚିତ୍ ତୁମ୍ଭେମାନେ ଆରମ୍ଭରୁ ଏହି ଶିକ୍ଷା ଶୁଣିଛ, ଆମ୍ଭର ପରସ୍ପରକୁ ନିଶ୍ଚୟ ପ୍ରେମ କରିବା ଉଚିତ୍।
12
ଆମ୍ଭେ କୟିନ ଭଳି ହେବା ଉଚିତ୍ ନୁହେଁ। କାରଣ ତାହାଙ୍କଠାରେ ପାପାତ୍ମା ଥିଲା। ସେ ନିଜ ଭାଇ ହେବଲକୁ ହତ୍ୟା କଲା। ସେ ତା’ର ଭାଇକୁ କାହିଁକି ହତ୍ୟା କଲା? ସେ ଏପରି କଲା, କାରଣ ତା’ର କାର୍ଯ୍ୟଗୁଡ଼ିକ ମନ୍ଦ ଥିଲା ଓ ତା’ ଭାଇର କର୍ମଗୁଡ଼ିକ ଭଲ ଥିଲା।
13
ଭାଇ ଓ ଭଉଣୀମାନେ, ଯଦି ଜଗତ ତୁମ୍ଭକୁ ଘୃଣା କରେ, ତେବେ ଆଶ୍ଚର୍ଯ୍ୟ ହୁଅ ନାହିଁ।
14
ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ୟୁର ସୀମା ପାରି ହୋଇ ଜୀବନରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ରେମ କରୁ। ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ମୃତ୍ୟୁ ସୀମା ମଧ୍ୟରେ ଥାଏ।
15
ନିଜ ଭାଇକୁ ଘୃଣା କରୁଥିବା ପ୍ରତ୍ୟେକ ଲୋକ ନିଜେ ହତ୍ୟାକାରୀ ଅଟେ। ତୁମ୍ଭେ ତ ଜାଣିଛ ଯେ, କୌଣସି ହତ୍ୟାକାରୀଠାରେ ଅନନ୍ତ ଜୀବନ ନାହିଁ।
16
ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦେଇଛନ୍ତି। ଏଥିରୁ ପ୍ରକୃତ ପ୍ରେମ କ’ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ୟ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ୍।
17
ଯେଉଁ ବିଶ୍ୱାସୀ ଜଗତର ସମସ୍ତ ଧନରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥାରେ ଦେଖି ମଧ୍ୟ ତାହାକୁ ସାହାଯ୍ୟ କରେ ନାହିଁ, ତା’ ହୃଦୟରେ ପରମେଶ୍ୱରଙ୍କର ପ୍ରେମ ନାହିଁ।
18
ପ୍ରିୟ ପିଲାମାନେ, ଆମ୍ଭର ପ୍ରେମ କେବଳ ଶବ୍ଦ ଓ କଥା ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ। ମାତ୍ର ଏହା ସତ୍ୟପ୍ରେମ ହେବା ଆବଶ୍ୟକ ଓ ଆଚରଣରେ ଆମ୍ଭେ ଏହା ଦେଖାଇବା ଉଚିତ୍।
19
ଏହିପରି ଭାବରେ ଆମ୍ଭେ ସତ୍ୟମାର୍ଗରେ ଅଛୁ ବୋଲି ଜାଣି ପାରିବା। ପୁଣି ଯଦି କୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ତେବେ ମଧ୍ୟ ଆମ୍ଭେମାନେ ପରମେଶ୍ୱରଙ୍କ ଛାମୁରେ ଶାନ୍ତ ରହି ପାରିବା, କାରଣ ପରମେଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।
21
ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ପରମେଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଭରସା ଅଛି।
22
ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସେହି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।
23
ପରମେଶ୍ୱରଙ୍କର ଏହା ଆଦେଶ: ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ବିଶ୍ୱାସ କରିବା ଓ ପରସ୍ପରକୁ ଭଲ ପାଇବା।
24
ଯେଉଁ ଲୋକ ତାହାଙ୍କ ଆଦେଶଗୁଡ଼ିକ ପାଳନ କରେ, ସେ ପରମେଶ୍ୱରଙ୍କଠାରେ ରୁହେ ଓ ପରମେଶ୍ୱର ସେହି ଲୋକଠାରେ ରୁହନ୍ତି। ପରମେଶ୍ୱର ଯେ ଆମ୍ଭମାନଙ୍କଠାରେ ବାସ କରନ୍ତି, ତାହା ଆମ୍ଭେମାନେ କିପରି ଜାଣିବା? ପରମେଶ୍ୱରଙ୍କ ଦତ୍ତ ପବିତ୍ରଆତ୍ମାଙ୍କ ଦ୍ୱାରା ଆମ୍ଭେମାନେ ତାହା ଜାଣି ପାରିବା।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
All chapters:
1
2
3
4
5