bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 John 5
1 John 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
1
ପରମେଶ୍ୱରଙ୍କ ସନ୍ତାନ ଜଗତ ବିରୁଦ୍ଧରେ ଜୟଲାଭ କରନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ରେମ କରୁଥିବା ବ୍ୟକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
2
ଆମ୍ଭେ ପରମେଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ୱରଙ୍କ ସନ୍ତାନ ଅଟୁ।
3
କାରଣ ପରମେଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ।
4
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।
5
ଆମ୍ଭର ବିଶ୍ୱାସ ଦ୍ୱାରା ଆମ୍ଭେ ଜଗତକୁ ଜିତିଛୁ। ଆମ୍ଭର ବିଶ୍ୱାସ ଜଗତକୁ ଜୟ କରେ। ଯେଉଁ ଲୋକ ବିଶ୍ୱାସ କରେ ଯେ ଯୀଶୁ ପରମେଶ୍ୱରଙ୍କ ପୁତ୍ର, ସେ ଜଗତରେ ବିଜୟୀ ହୁଏ।
6
ପରମେଶ୍ୱର ଆମ୍ଭମାନଙ୍କୁ ତାହାଙ୍କର ପୁତ୍ର ବିଷୟରେ କହିଲେ ଯିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁ ଖ୍ରୀଷ୍ଟ। ଯୀଶୁ ଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ ସହିତ ଆସିଥିଲେ। କେବଳ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସେହି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ୟ ସାକ୍ଷ୍ୟ ଦେଲେ। ଆତ୍ମା ହିଁ ସତ୍ୟ।
7
ଯୀଶୁଙ୍କ ବିଷୟରେ ଆମ୍ଭକୁ ତିନି ଜଣ ସାକ୍ଷ୍ୟ ଦିଅନ୍ତି;
8
ପବିତ୍ରଆତ୍ମା, ଜଳ ଓ ରକ୍ତ। ଏହି ତିନି ଜଣଙ୍କ ସାକ୍ଷ୍ୟ ଏକ ଅଟେ।
9
ଯେତେବେଳେ ଲୋକମାନେ ସତ୍ୟକଥା କହନ୍ତି, ଆମ୍ଭେ ତାହା ବିଶ୍ୱାସ କରିଥାଉ। କିନ୍ତୁ ପରମେଶ୍ୱର ଯାହା କହନ୍ତି, ତାହା ତ ଅଧିକ ବିଶ୍ୱାସ ଯୋଗ୍ୟ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କ ବିଷୟରେ ସତ୍ୟ ସାକ୍ଷ୍ୟ ଦିଅନ୍ତି।
10
ପରମେଶ୍ୱରଙ୍କର ପୁତ୍ରଙ୍କୁ ବିଶ୍ୱାସ କରୁଥିବା ବ୍ୟକ୍ତି ନିଜ ହୃଦୟରେ ସେହି ବାକ୍ୟ ସାକ୍ଷ୍ୟ ପାଇଅଛି। ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁ ନ ଥିବା ବ୍ୟକ୍ତି ପରମେଶ୍ୱରଙ୍କୁ ମିଥ୍ୟାବାଦୀ କରିଦିଏ, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ସମ୍ବନ୍ଧରେ ଯାହା କହିଛନ୍ତି, ସେ ତାହା ବିଶ୍ୱାସ କରେ ନାହିଁ।
11
ପରମେଶ୍ୱର ଏହା କହନ୍ତି: ପରମେଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।
12
ଯିଏ ପୁତ୍ରଙ୍କୁ ପାଇଅଛି ସେ ଜୀବନ ପାଇଅଛି। କିନ୍ତୁ ଯେ ପରମେଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ପାଇ ନାହିଁ।
13
ବର୍ତ୍ତମାନ ଆମ୍ଭ ପାଖରେ ଅନନ୍ତ ଜୀବନ ଅଛି ହେ ପରମେଶ୍ୱରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଥିବା ଲୋକମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
14
ଆମ୍ଭେ ନିସନ୍ଦେହରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠାରେ ଆମ୍ଭର ଏହି ଭରସା ଅଛି ଯେ ଯେତେବେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାୟୀ ତାହାଙ୍କୁ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।
15
ପ୍ରତ୍ୟେକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦେବେ ବୋଲି ଜାଣୁ।
16
ଯଦି କେହି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସେହି ପାପ ମୃତ୍ୟୁଜନକ, ତେବେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ୍। ତହିଁରେ ପରମେଶ୍ୱର ସେମାନଙ୍କୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସେମାନଙ୍କୁ ଅନନ୍ତ ମୃତ୍ୟୁ ପାଖକୁ ନେଇ ଯାଇପାରିବ ନାହିଁ। ଏପରି ପାପ ମଧ୍ୟ ଅଛି, ଯାହାର ପରିଣାମ ମୃତ୍ୟୁ ଅଟେ। ମୁଁ ତୁମ୍ଭମାନଙ୍କୁ ସେହିପରି ପାପ ବିଷୟରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।
17
ସମସ୍ତ ମନ୍ଦ କାମ ପାପ ଅଟେ। କିନ୍ତୁ ଏପରି ପାପ କାମ ମଧ୍ୟ ଅଛି ଯାହା ଅନନ୍ତ ମୃତ୍ୟୁ ଆଡ଼କୁ ନେଇଯାଏ ନାହିଁ।
18
ଆମ୍ଭେ ଜାଣୁ ଯେ, ପରମେଶ୍ୱରଙ୍କର ସନ୍ତାନ ହୋଇଥିବା ବ୍ୟକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ୱରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା’ର କିଛି କ୍ଷତି କରିପାରେ ନାହିଁ।
19
ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ୱରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣରେ ଅଛି।
20
ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ପରମେଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ୱରଙ୍କୁ ଜାଣିପାରୁ। ସେହି ପରମେଶ୍ୱର ସତ୍ୟ ଅଟନ୍ତି। ସେହି ସତ୍ୟମୟ ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କର ଜୀବନ ଅଛି।
21
ତେଣୁ ପ୍ରିୟ ପିଲାମାନେ, ତୁମ୍ଭେମାନେ ସବୁ ନିଜ ନିଜକୁ ଭଣ୍ଡ ଦେବତାମାନଙ୍କଠାରୁ ଦୂରରେ ରଖ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
All chapters:
1
2
3
4
5