bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Kings 17
1 Kings 17
Odia Bible ERV 2004 (ପବିତ୍ର ବାଇବଲ)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 18 →
1
ଏଲିୟ ଓ ଅନାବୃଷ୍ଟି ସମୟ ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”
2
ତତ୍ପରେ ସଦାପ୍ରଭୁ ଏଲିୟଙ୍କୁ କହିଲେ,
3
“ତୁମ୍ଭେ ଏ ସ୍ଥାନ ଛାଡ଼ି ପୂର୍ବ ଦିଗକୁ ଯାଅ ଓ ଯର୍ଦ୍ଦନ ପୂର୍ବ ପାରିସ୍ଥ କରୀତ୍ ନଦୀ ନିକଟରେ ନିଜକୁ ଲୁଗ୍ଭଅ।
4
ସେହି ନଦୀରୁ ତୁମ୍ଭେ ଜଳପାନ କରିବ। ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାଉମାନଙ୍କୁ ଆଜ୍ଞା ଦେଉଛୁ।”
5
ଏଲିୟ ସଦାପ୍ରଭୁଙ୍କ ଆଜ୍ଞାନୁସାରେ କାର୍ଯ୍ୟ କଲେ। ସେ ଯର୍ଦ୍ଦନ ପୂର୍ବପାରିସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ।
6
ପୁଣି କାଉମାନେ ପ୍ରାତଃକାଳରେ ରୋଟୀ ଓ ମାଂସ ଓ ସନ୍ଧ୍ୟାବେଳେ ରୋଟୀ ଓ ମାଂସ ତାଙ୍କ ପାଇଁ ଆଣିଲେ। ଆଉ ସେ ନଦୀରୁ ଜଳପାନ କଲେ।
7
ଅନାବୃଷ୍ଟି ହେତୁ କିଛି କାଳପରେ ଝରଣାଗୁଡ଼ିକ ଶୁଷ୍କ ହୋଇଗଲା।
8
ତତ୍ପରେ ସଦାପ୍ରଭୁ ଏଲିୟକୁ କହିଲେ,
9
“ସୀଦୋନର ସାରିଫତ୍କୁ ଯାଇ ସେଠାରେ ବାସ କର। ସେଠାରେ ଥିବା ଜଣେ ବିଧବାଙ୍କୁ ଆମ୍ଭେ ଆଜ୍ଞା ଦେଇଅଛୁ, ସେ ତୁମ୍ଭକୁ ଭରଣ ପୋଷଣ କରିବ।”
10
ତେଣୁ ଏଲିୟ ସାରିଫତ୍କୁ ଗଲେ। ସେ ନଗର ଦ୍ୱାର ନିକଟରେ ଏକ ବିଧବା ସ୍ତ୍ରୀକୁ କାଠ ସଂଗ୍ରହ କରୁଥିବାର ଦେଖିଲେ। ଏଲିୟ ତାକୁ କହିଲେ, “ତୁମ୍ଭ ପାତ୍ରରେ କିଛି ଜଳ ପିଇବାକୁ ଆଣ।”
11
ସେ ପାଣି ଆଣିବାକୁ ଯାଉଥିବା ବେଳେ ଏଲିୟ ପୁନର୍ବାର ଡାକି କହିଲେ, “ମୋର ଅନୁରୋଧ ମୋ’ ପାଇଁ ଖଣ୍ଡେ ରୋଟୀ ମଧ୍ୟ ଆଣ।”
12
ବିଧବାଟି ଉତ୍ତର ଦେଲା, “ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ମୁଁ ପ୍ରତିଜ୍ଞା କରି କହୁଛି, ମୋ’ ପାଖରେ ଖଣ୍ଡେ ହେଲେ ରୋଟୀ ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି। ଆଉ ଦେଖ, ମୁଁ ଦୁଇଖଣ୍ତ କାଠ ସଂଗ୍ରହ କରୁଛି, ତାକୁ ନେଲେ ମୋ’ ପାଇଁ ଓ ମୋ’ ପୁତ୍ର ପାଇଁ ପାକ କରି ଖାଇବୁ ଓ ତା’ପରେ କ୍ଷୁଧାରେ ମରିବୁ।”
13
ଏଲିୟ ସେହି ବିଧବାକୁ କହିଲେ, “ଦୁଃଖ କର ନାହିଁ। ଘରକୁ ଯାଇ ତୁମ୍ଭ କହିବାନୁସାରେ ଖାଦ୍ୟ ପ୍ରସ୍ତୁତ କର। କିନ୍ତୁ ପ୍ରଥମେ ଏକ ଛୋଟ ପିଠା କରି ମୋ’ ନିକଟକୁ ଆଣ। ତା’ପରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ ପ୍ରସ୍ତୁତ କର।
14
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯେପର୍ଯ୍ୟନ୍ତ ସଦାପ୍ରଭୁ ବର୍ଷା ନ ପଠାନ୍ତି ସେ ପର୍ଯ୍ୟନ୍ତ କଳସରେ ମଇଦା ଶୂନ୍ୟ ହେବ ନାହିଁ କି ପାତ୍ରରେ ତୈଳର ଅଭାବ ରହିବ ନାହିଁ।’”
15
ତେଣୁ ସେ ସ୍ତ୍ରୀଲୋକଟି ଘରକୁ ଗଲା ଓ ଏଲିୟଙ୍କ ବାକ୍ୟାନୁସାରେ କାର୍ଯ୍ୟ କଲା। ଏଲିୟ, ସେହି ସ୍ତ୍ରୀଲୋକ ଓ ତା’ର ପୁତ୍ର ପାଇଁ ଅନେକ ଦିନ ପର୍ଯ୍ୟନ୍ତ ଯଥେଷ୍ଟ ଭୋଜନ କରିବାକୁ ଥିଲା।
16
ସେହି ମଇଦା କଳସ ଓ ତୈଳପାତ୍ର କେବେ ଶୂନ୍ୟ ହେଲା ନାହିଁ। ସଦାପ୍ରଭୁ ଏଲିୟ ମାଧ୍ୟମରେ ଯାହାସବୁ କହିଥିଲେ ସେ ସମସ୍ତ ଘଟିଲା।
17
କିଛିଦିନ ଉତ୍ତାରେ ସେହି ସ୍ତ୍ରୀଲୋକର ପୁତ୍ରଟି ଅସୁସ୍ଥ ହେଲା। ତା’ର ପୀଡ଼ା ଏତେ ବଢ଼ିଗଲା ଯେ ତା’ର ପ୍ରଶ୍ୱାସ ମଧ୍ୟ ବନ୍ଦ ହୋଇଗଲା।
18
ସେହି ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ମୋ’ ବିରୁଦ୍ଧରେ ତୁମ୍ଭର କ’ଣ ଅଛି? ତୁମ୍ଭେ କ’ଣ ମୋର ପାପ ସ୍ମରଣ କରେଇବାକୁ ଓ ମୋର ପୁତ୍ରର ମୃତ୍ୟୁର କାରଣ ହେବା ପାଇଁ ଆସିଅଛ?”
19
ତହୁଁ ଏଲିୟ ତାକୁ କହିଲେ, “ତୁମ୍ଭ ପୁତ୍ରକୁ ମୋତେ ଦିଅ।” ଏଲିୟ ତା’ର କୋଳରୁ ପୁଅକୁ ନେଲେ ଓ ଆପଣା ରହିବା କୋଠରୀକୁ ନେଇଯାଇ ଆପଣା ଶଯ୍ୟାରେ ତାକୁ ଶୁଆଇ ଦେଲେ।
20
ତା’ପରେ ଏଲିୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୁ ମୋର ପରମେଶ୍ୱର, ଏହି ସ୍ତ୍ରୀଲୋକଟି ମୋତେ ତା’ର ଗୃହରେ ଆଶ୍ରୟ ଦେଇଛି। ତୁମ୍ଭେ ତା’ର ପୁତ୍ରକୁ ବଧ କରି ତା’ ପ୍ରତି କାହିଁକି ଅମଙ୍ଗଳ ଘଟାଇଲ?”
21
ତା’ପରେ ଏଲିୟ ବାଳକ ଉପରେ ତିନିଥର ନିଜକୁ ଲମ୍ବାଇ ଦେଲେ। ତା’ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ମୋର ପରମେଶ୍ୱର, ଏହି ମୃତ ଶରୀରକୁ ଜୀବନ ପ୍ରଦାନ କର।”
22
ସଦାପ୍ରଭୁ ଏଲିୟର ପ୍ରାର୍ଥନାର ଉତ୍ତର ଦେଲେ ଏବଂ ବାଳକଟି ପ୍ରଶ୍ୱାସ ନେବାକୁ ଆରମ୍ଭ କଲା ଓ ପୁଣି ଜୀବନ ଫେରି ପାଇଲା।
23
ତା’ପରେ ଏଲିୟ ପୁଅଟିକୁ ଧରି ତଳକୁ ଓହ୍ଲାଇ ଆସିଲେ ଓ ସେହି ସ୍ତ୍ରୀଲୋକଟିକୁ କହିଲେ, “ଦେଖ, ତୁମ୍ଭର ପୁତ୍ର ଜୀବିତ।”
24
ତହୁଁ ସ୍ତ୍ରୀଲୋକଟି ଏଲିୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ ମୁଁ ଏହା ଏବେ ଜାଣିଲି।”
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22