bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Kings 19
1 Kings 19
Odia Bible ERV 2004 (ପବିତ୍ର ବାଇବଲ)
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 20 →
1
ହୋରେବ (ସୀନୟ) ଶୃଙ୍ଗରେ ଏଲିୟ ଆହାବ ଏଲିୟଙ୍କର ସମସ୍ତ କୃତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ଼୍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଗଣଙ୍କୁ ହତ୍ୟା କରିଥିଲେ, ସେ ସମସ୍ତ ଈଷେବଲକୁ ଜଣାଇଲେ।
2
ତେଣୁ ଈଷେବଲ ଏଲିୟଙ୍କ ନିକଟକୁ ଦୂତ ପଠାଇଲେ, “ମୁଁ ପ୍ରତିଜ୍ଞା କରୁଛି, ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭଙ୍କୁ ହତ୍ୟା କରିବି, ଯେପରି ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାଙ୍କୁ ହତ୍ୟା କରିଥିଲ। ଯଦି ମୁଁ ତୁମ୍ଭକୁ ହତ୍ୟା ନ କରେ, ତେବେ ଦେବତାଗଣ ମୋତେ ଅଧିକ ଦଣ୍ତ ଦେଇ ପାରନ୍ତି।”
3
ଯେତେବେଳେ ଏଲିୟ ଏ ସମ୍ବାଦ ଶୁଣିଲେ, ସେ ଭୟଭୀତ ହେଲେ। ତେଣୁ ସେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ନିଜର ସେବକ ସହିତ ଯିହୁଦାର ବେର୍ଶେବାକୁ ଗ୍ଭଲିଗଲେ ଓ ତାକୁ ସେ ସେଠାରେ ଛାଡ଼ିଲେ।
4
ଏଲିୟ ପ୍ରାନ୍ତର ଭିତରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳରେ ବସି ପଡ଼ିଲେ ଓ ନିଜର ମୃତ୍ୟୁ ପାଇଁ ପ୍ରାର୍ଥନା କରି କହିଲେ, “ଏହା ଯଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମୋର ପ୍ରାଣ ନିଅ, କାରଣ ମୁଁ ମୋର ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।”
5
ତା’ପରେ ଏଲିୟ ସେହି ରୋତମ ଗଛମୂଳରେ ନିଦ୍ରା ଗଲେ। ଏହା ପରେ ଜଣେ ସ୍ୱର୍ଗଦୂତ ଆସିଲେ ଓ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ! ଭୋଜନ କର।”
6
ଅନନ୍ତର ଏଲିୟ ଦେଖିଲେ ତାଙ୍କର ମୁଣ୍ତ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ଜଳପାତ୍ର ଅଛି। ସେ ଭୋଜନ ଓ ପାନକରି ପୁନର୍ବାର ଶୟନ କଲେ।
7
ଏହା ପରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ସ୍ପର୍ଶ କଲେ ଓ କହିଲେ, “ଉଠ! ଭୋଜନ କର। କାରଣ ତୁମ୍ଭେ ଦୀର୍ଘ ଯାତ୍ରା ପାଇଁ ଶକ୍ତିଶାଳୀ ହେବା ଦରକାର।”
8
ତେଣୁ ଏଲିୟ ଉଠି ଭୋଜନ ପାନ କଲେ। ସେ ଖାଦ୍ୟରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ପରମେଶ୍ୱରଙ୍କ ପର୍ବତ ହୋରେବ ପହଞ୍ଚିଲା ପର୍ଯ୍ୟନ୍ତ ଗ୍ଭଲି ଗ୍ଭଲି ଗଲେ।
9
ସେଠାରେ ଏଲିୟ ଏକ ଗହ୍ୱରରେ ରାତ୍ରି ଯାପନ କଲେ। ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ହେ ଏଲିୟ, ତୁମ୍ଭେ ଏଠାରେ କ’ଣ କରୁଛ?”
10
ଏଲିୟ ଉତ୍ତର କଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ସାମର୍ଥ୍ୟ ଦେଇ ତୁମ୍ଭର ସେବା କଲି। ମାତ୍ର ଇସ୍ରାଏଲର ଲୋକମାନେ ତୁମ୍ଭର ନିୟମ ଭଙ୍ଗ କଲେ ଓ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ତୁମ୍ଭର ସମସ୍ତ ଭବିଷ୍ୟଦ୍ବକ୍ତାଗଣଙ୍କୁ ବଧ କଲେ। ମୁଁ କେବଳ ଅବଶିଷ୍ଟ ରହିଲି। ସେମାନେ ମୋ’ ପ୍ରାଣ ନେବାକୁ ମଧ୍ୟ ଅନ୍ୱେଷଣ କରୁଛନ୍ତି।”
11
ତା’ପରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, “ଯାଅ, ପର୍ବତ ଉପରେ ମୋ’ ସମ୍ମୁଖରେ ଛିଡ଼ା ହୁଅ। ମୁଁ ତୁମ୍ଭ ପାଖ ଦେଇ ଅତିକ୍ରମ କରିବି।” ତା’ପରେ ପ୍ରବଳ ଓ ପ୍ରଚଣ୍ତ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
12
ଭୂମିକମ୍ପ ପରେ ସେଠାରେ ଅଗ୍ନି ବ୍ୟାପିଲା, ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ। ଅଗ୍ନି ପରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।
13
ଯେତେବେଳେ ଏଲିୟ ସେହି ରବ ଶୁଣିଲେ, ସେ ନିଜ ବସ୍ତ୍ରରେ ନିଜର ମୁଖକୁ ଆଚ୍ଛାଦନ କଲେ ଓ ଗହ୍ୱରର ପ୍ରବେଶ ପଥ ନିକଟରେ ଯାଇ ଛିଡ଼ା ହେଲେ। ସେହି ସ୍ୱର କହିଲା, “ହେ ଏଲିୟ, ତୁମ୍ଭେ ଏଠାରେ କ’ଣ କରୁଛ?”
14
ଏଲିୟ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ଦେଇ ତୁମ୍ଭକୁ ସେବା କଲି ମାତ୍ର ଇସ୍ରାଏଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିୟମ ଥିଲା ତାକୁ ଭଙ୍ଗ କଲେ। ସେମାନେ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ସେମାନେ ତୁମ୍ଭର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ୟଦ୍ବକ୍ତା ଯିଏ କି ଏ ପର୍ଯ୍ୟନ୍ତ ବଞ୍ଚିଛି। ବର୍ତ୍ତମାନ ସେମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।”
15
ତହୁଁ ସଦାପ୍ରଭୁ କହିଲେ, “ତୁମ୍ଭେ ଦମ୍ମେଶକ ପ୍ରାନ୍ତରକୁ ଯାଇଥିବା ପଥରେ ଫେରିଯାଅ। ଦମ୍ମେଶକକୁ ଯାଅ ଓ ସେଠାରେ ହସାୟେଲକୁ ଅରାମର ସିଂହାସନରେ ଅଭିଷିକ୍ତ କର।
16
ଆଉ ନିମ୍ଶିର ପୁତ୍ର ଯେହୂକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର। ଆଉ ଆବେଲ୍ମହୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ସ୍ଥାନରେ ଭବିଷ୍ୟଦ୍ବକ୍ତା ରୂପେ ଅଭିଷେକ କର।
17
ତହିଁରେ ଯେଉଁ ଲୋକ ହସାୟେଲର ଖଡ଼୍ଗରୁ ବଞ୍ଚିବ ଯେହୂ ତାକୁ ବଧ କରିବ ଓ ଯେ ଯେହୂର ଖଡ଼୍ଗରୁ ବଞ୍ଚିବ ତାହାକୁ ଇଲୀଶାୟ ବଧ କରିବ।
18
ମୁଁ ଇସ୍ରାଏଲରେ 7000 ଜଣଙ୍କୁ ଛାଡ଼ି ଦେବି, ଯେଉଁମାନେ କେବେ ବାଲ୍ଦେବତାଙ୍କୁ ପ୍ରଣାମ କରି ନାହାନ୍ତି। ଏପରିକି ସେମାନେ କେବେ ବାଲ୍ ପ୍ରତିମାକୁ ଚୁମ୍ବନ କରି ନାହାନ୍ତି।”
19
ଇଲୀଶାୟ ଜଣେ ଭବିଷ୍ୟଦ୍ବକ୍ତା ହେଲେ ସେଠାରୁ ଏଲିୟ ପ୍ରସ୍ଥାନ କରି ଶାଫଟଙ୍କ ପୁତ୍ର ଇଲୀଶାୟଙ୍କୁ ଖୋଜିବାକୁ ଗଲେ। ଇଲୀଶାୟ ବାରହଳ ବଳଦ ଆଗରେ ରଖି ହଳ ବୁଲାଉଥିଲେ ଓ ସେ ଦ୍ୱାଦଶ ହଳରେ ଥିଲେ। ଏଲିୟ ତାଙ୍କ ନିକଟକୁ ଗଲେ ଓ ଆପଣା ବସ୍ତ୍ରକୁ ତା’ ଉପରେ ପକାଇଲେ।
20
ତହିଁରେ ଇଲୀଶାୟ ବଳଦ ଛାଡ଼ି ଏଲିୟଙ୍କ ପଛେ ପଛେ ଦୌଡ଼ି କହିଲେ, “ମୁଁ ତୁମ୍ଭଙ୍କୁ ବିନୟ କରୁଛି, ମୋ’ ପିତାମାତାଙ୍କୁ ଚୁମ୍ବନ କରିବାକୁ ମୋତେ ଅନୁମତି ଦିଅନ୍ତୁ। ତା’ପରେ ମୁଁ ବିଦାୟ ନେଇ ତୁମ୍ଭ ପଛେ ପଛେ ଯିବି।” ଏଲିୟ ଉତ୍ତର କଲେ, “ତାହା ଉତ୍ତମ କଥା, ଯାଅ, ମୁଁ ତୁମ୍ଭକୁ ଅଟକାଉ ନାହିଁ।”
21
ତା’ପରେ ଇଲୀଶାୟ ତାଙ୍କ ପରିବାର ସହିତ ଉତ୍ତମ ଭୋଜନ କଲେ। ସେ ବଳଦ ହଳକ ନେଇ ବଧ କଲେ ଓ ଯୁଆଳି କାଠରେ ମାଂସ ରାନ୍ଧି ଲୋକମାନଙ୍କୁ ଭୋଜନ ଦେଲେ। ତା’ପରେ ସେ ଏଲିୟଙ୍କ ପଶ୍ଚାଦ୍ଗମନ କରି ତାଙ୍କର ସାହାଯ୍ୟ କାରୀ ହେଲେ।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22