bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Kings 20
1 Kings 20
Odia Bible ERV 2004 (ପବିତ୍ର ବାଇବଲ)
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 21 →
1
ବିନ୍ହଦଦ୍ ଓ ଆହାବ ଯୁଦ୍ଧ କଲେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ରିତ କଲେ। ପୁଣି ତାଙ୍କର ସଙ୍ଗରେ ବତିଶ୍ ଜଣ ରାଜା ଆଉ ଅଶ୍ୱଗଣ ଓ ରଥମାନ ସଙ୍ଗରେ ଥିଲେ। ପୁଣି ସେ ଯାଇ ଶମରିୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
2
ତା’ପରେ ଇସ୍ରାଏଲର ରାଜା ଆହାବ ନଗର ଭିତରକୁ ଦୂତଗଣ ପ୍ରେରଣ କଲେ।
3
ସେହି ବାର୍ତ୍ତା ଥିଲା, “ବିନ୍ହଦଦ୍ କହନ୍ତି, ‘ତୁମ୍ଭେମାନେ ତୁମ୍ଭର ସମସ୍ତ ରୂପା, ସୁନା ମୋତେ ଦେବ। ଆଉ ମଧ୍ୟ ତୁମ୍ଭର ଭାର୍ଯ୍ୟା ଓ ସନ୍ତାନମାନଙ୍କୁ ମୋତେ ଦେଇଦେବ।’”
4
ଇସ୍ରାଏଲର ରାଜା ଉତ୍ତର ଦେଲେ, “ହେ ମୋର ପ୍ରଭୁ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ଆପଣଙ୍କର।”
5
ତା’ପରେ ଦୂତମାନେ ଆହାବଙ୍କ ନିକଟକୁ ଫେରି ଆସି କହିଲେ, “ବିନ୍ହଦଦ୍ କହନ୍ତି, ‘ତୁମ୍ଭେ ଆପଣା ରୂପା, ସୁନା, ଭାର୍ଯ୍ୟା ଓ ସନ୍ତାନମାନଙ୍କୁ ମୋ’ ହସ୍ତରେ ସମର୍ପଣ କର ବୋଲି ମୁଁ କହି ପଠାଇଲି।
6
ଆସନ୍ତାକାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ମୋର ଦାସମାନଙ୍କୁ ପଠାଇବି, ସେମାନେ ତୁମ୍ଭର ଗୃହ ଓ ତୁମ୍ଭ ଅଧିକାରୀମାନଙ୍କର ଗୃହ ଅନୁସନ୍ଧାନ କରିବେ। ଯାହାକିଛି ମୂଲ୍ୟବାନ ଜିନିଷ ପାଇବେ ସେମାନେ ନେଇଯିବେ।’”
7
ତେଣୁ ରାଜା ଆହାବ ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇଲେ ଏବଂ କହିଲେ, “ମୁଁ ବିନୟ କରି କହୁଛି, ବିଗ୍ଭର କର, ବିନ୍ହଦଦ୍ ଅସୁବିଧା ସୃଷ୍ଟି କରୁଛି। ପ୍ରଥମେ ସେ ମୋର ଭାର୍ଯ୍ୟା, ମୋର ସନ୍ତାନଗଣ, ମୋର ସୁନା, ରୂପା ନେବାକୁ ଲୋକ ପଠାଇଲା ଓ ସେ ସବୁ ଦେବାକୁ ମୁଁ ସମ୍ମତ ହେଲି। ମାତ୍ର ସେ ବର୍ତ୍ତମାନ ସବୁକିଛି ନେବାକୁ ଗ୍ଭହୁଁଛି।”
8
ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମସ୍ତ ଲୋକ ରାଜାଙ୍କୁ କହିଲେ, “ଆପଣ ତାଙ୍କ କଥାରେ କର୍ଣ୍ଣପାତ କରନ୍ତୁ ନାହିଁ କିମ୍ବା ସେଥିରେ ସମ୍ମତ ହୁଅନ୍ତୁ ନାହିଁ।”
9
ବର୍ତ୍ତମାନ ଆହାବ ବିନ୍ହଦଦଙ୍କ ନିକଟକୁ ସମ୍ବାଦ ପଠାଇ କହିଲେ, “ପ୍ରଥମେ ଆପଣ ଯାହା କହିଥିଲେ ମୁଁ ତାହା କରିବି ମାତ୍ର ଦ୍ୱିତୀୟରେ ଯେଉଁ ଆଜ୍ଞା ଦେଲେ ତାହା ପାଳନ କରିବି ନାହିଁ।” ରାଜା ବିନ୍ହଦଦଙ୍କର ଦୂତମାନେ ରାଜାଙ୍କ ନିକଟକୁ ବାର୍ତ୍ତା ନେଇ ଫେରିଗଲେ।
10
ତା’ପରେ ସେହି ଦୂତମାନେ ଅନ୍ୟ ଏକ ବାର୍ତ୍ତା ନେଇ ବିନ୍ହଦଦ୍ଠାରୁ ଫେରି ଆସିଲେ ଓ କହିଲେ, “ମୁଁ ପ୍ରତିଜ୍ଞା କରୁଛି ଯେ, ଶମରିୟାକୁ ସମ୍ପର୍ଣ୍ଣ ଧୂଳିସାତ୍ କରିବି। ସେ ନଗରରେ କିଛି ରହିବ ନାହିଁ। ଏପରି ମୋର ଲୋକମାନଙ୍କ ପାଇଁ ମୁଠାଏ ଧୂଳି ମଧ୍ୟ ଆଣିବାକୁ ରହିବ ନାହିଁ। ଯଦି ମୁଁ ଏହା ନ କରେ ତେବେ ଦେବତାମାନଙ୍କ ଦ୍ୱାରା ମୁଁ ଅଧିକ ଦଣ୍ତିତ ହୋଇପାରେ।”
11
ରାଜା ଆହାବ ଉତ୍ତର ଦେଲେ, “ବିନ୍ହଦଦଙ୍କୁ କୁହ ସାଞ୍ଜୁ ପରିଧାନ କରିଥିବା ଲୋକ ସାଞ୍ଜୁ କାଢ଼ିବା ପାଇଁ ଜୀବିତ ଥିବା ଲୋକପରି ଦର୍ପ ନ କରୁ।”
12
ରାଜା ବିନ୍ହଦଦ୍ ଅନ୍ୟ ରାଜାମାନଙ୍କ ସହିତ ପାନ କରୁଥିବା ସମୟରେ ଦୂତମାନେ ଏ ସମ୍ବାଦ ଦେଲେ। ରାଜା ତାଙ୍କର ଲୋକମାନଙ୍କୁ ପ୍ରସ୍ତୁତ ହେବାକୁ ଆଦେଶ ଦେଲେ। ତେଣୁ ସେମାନେ ପ୍ରସ୍ତୁତ ହୋଇ ନଗର ବିରୁଦ୍ଧରେ ଆକ୍ରମଣ କରିବାକୁ ବାହାରିଲେ।
13
ସେହି ସମୟରେ ଜଣେ ଭବିଷ୍ୟଦ୍ବକ୍ତା ଇସ୍ରାଏଲ ରାଜାଙ୍କ ନିକଟକୁ ଆସି କହିଲେ, “ହେ ରାଜା ଆହାବ, ସଦାପ୍ରଭୁ ଏହା କୁହନ୍ତି, ‘ତୁମ୍ଭେ କ’ଣ ଏହି ବିପୁଳ ସୈନ୍ୟବାହିନୀ ଦେଖୁଛ? ମୁଁ ସଦାପ୍ରଭୁ, ତୁମ୍ଭରି ଦ୍ୱାରା ଏହାକୁ ପରାଜିତ କରାଇବି, ତାହାହେଲେ ତୁମ୍ଭେ ମୋତେ ସଦାପ୍ରଭୁ ବୋଲି ଜାଣିବ।’”
14
ତହୁଁ ଆହାବ କହିଲେ, “କାହାଦ୍ୱାରା ପରାଜିତ କରାଇବେ?” ଭବିଷ୍ୟଦ୍ବକ୍ତା ଉତ୍ତର ଦେଲେ, “ଯୁବା ଲୋକମାନଙ୍କ ଦ୍ୱାରା ‘ଯେଉଁମାନେ ରାଜାଙ୍କର ଅଧିକାରୀମାନଙ୍କର ସାହାଯ୍ୟକାରୀ ଥିଲେ।’” ତା’ପରେ ରାଜା କହନ୍ତି, “କିଏ ଯୁଦ୍ଧ ଆରମ୍ଭ କରିବାକୁ ସୈନ୍ୟମାନଙ୍କୁ ଆଦେଶ ଦେବା ପାଇଁ ଯାଉଛି?” ସେ କହିଲେ, “ତୁମ୍ଭେ।”
15
ତେଣୁ ଆହାବ ପ୍ରଦେଶର ଯୁବା ଅଧିପତିମାନଙ୍କୁ ଏକତ୍ରିତ କରି ଗଣିଲେ। ସେମାନଙ୍କ ସଂଖ୍ୟା 232 ହେଲା। ତା’ପରେ ଇସ୍ରାଏଲର ସୈନ୍ୟମାନଙ୍କୁ ଏକତ୍ରିତ କରି ଗଣି ଦେଖିଲେ, ସେମାନଙ୍କ ସଂଖ୍ୟା 7000 ହେଲା।
16
ମଧ୍ୟାହ୍ନରେ ଯେତେବେଳେ ରାଜା ବିନ୍ହଦଦ୍ ଓ ବତିଶ୍ ଜଣ ଅନ୍ୟ ରାଜା ନିଜ ଶିବିରରେ ପାନ କରୁଥିଲେ ଓ ମତ୍ତ ହୋଇଥିଲେ, ସେହି ସମୟରେ ଆହାବ ଆକ୍ରମଣ ଆରମ୍ଭ କରିଦେଲେ।
17
ପ୍ରଦେଶର ଯୁବା ଅଧିପତିମାନେ ପ୍ରଥମେ ଆକ୍ରମଣ କଲେ। ବିନ୍ହଦଦ୍ର ଲୋକମାନେ ତାକୁ ସମ୍ବାଦ ଦେଲେ: ଶମରିୟାର ଲୋକମାନେ ଅଗ୍ରସର କରୁଛନ୍ତି ଆକ୍ରମଣ କରିବା ପାଇଁ।
18
ତେଣୁ ବିନ୍ହଦଦ୍ କହିଲେ, “ସେମାନେ ସନ୍ଧି ପାଇଁ ଆସିଥିଲେ ତାଙ୍କୁ ଜୀବିତ ଧର ଓ ଯଦି ସେମାନେ ଯୁଦ୍ଧପାଇଁ ଆସିଥିଲେ ସେମାନଙ୍କୁ ଜୀବିତ ଧର।”
19
ଏହା ମଧ୍ୟରେ ପ୍ରଦେଶର ଯୁବା ଅଧିପତିମାନେ ସେହି ଆକ୍ରମଣର ନେତୃତ୍ୱ ନେଲେ ଓ ଇସ୍ରାଏଲର ସୈନ୍ୟମାନେ ତାଙ୍କର ଅନୁସରଣ କଲେ।
20
ଇସ୍ରାଏଲର ପ୍ରତ୍ୟେକ ଯୋଦ୍ଧା ତାଙ୍କ ବିରୁଦ୍ଧରେ ଆସିଥିବା ଶତ୍ରୁମାନଙ୍କୁ ବଧ କଲେ, ତା’ପରେ ଇସ୍ରାଏଲୀୟମାନେ ଅରାମୀୟମାନେ ପଳାୟନକାରୀମାନଙ୍କ ପଛରେ ଗୋଡ଼ଇଲେ। ଅରାମର ରାଜା ବିନ୍ହଦଦ୍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ପୃଷ୍ଠରେ ପଳାଇଯାଇ ନିଜକୁ ରକ୍ଷା କଲେ।
21
ରାଜା ଆହାବ ଅରାମର ସମସ୍ତ ଅଶ୍ୱ ଓ ରଥକୁ ଅଧିକାର କରିବାର ନେତୃତ୍ୱ ନେଲେ ଓ ଅରାମୀୟମାନଙ୍କୁ ସମୂଳେ ପରାଜିତ କଲେ।
22
ତା’ପରେ ଭବିଷ୍ୟଦ୍ବକ୍ତା ଆହାବଙ୍କ ନିକଟକୁ ଯାଇ କହିଲେ, “ଅରାମର ରାଜା ବିନ୍ହଦଦ୍ ପୁନର୍ବାର ଯୁଦ୍ଧ କରିବାକୁ ଆସନ୍ତା ବସନ୍ତରେ ଆସିବ। ତୁମ୍ଭେ ଘରକୁ ଯାଇ ନିଜର ସୈନ୍ୟବାହିନୀକୁ ସବଳ କର ଓ ଚିହ୍ନ। ସାବଧାନ ଭାବରେ ତାଙ୍କୁ ପ୍ରତିରକ୍ଷା ଦେବାକୁ ସୁଚିନ୍ତିତ ଯୋଜନା କର।”
23
ବିନ୍ହଦଦଙ୍କ ପୁନଃ ଆକ୍ରମଣ ବିନ୍ହଦଦ୍ର ଅଧିକାରୀମାନେ ତାଙ୍କୁ କହିଲେ, “ଇସ୍ରାଏଲର ଦେବତାଗଣ ପର୍ବତଗଣର ଦେବତାଗଣ ଅଟନ୍ତି, ତେଣୁ ଇସ୍ରାଏଲୀୟମାନେ ବିଜୟୀ ହେଲେ। ଆମ୍ଭେମାନେ ପର୍ବତରେ ଯୁଦ୍ଧ କରି ହାରିଲୁ। ମାତ୍ର ଆମ୍ଭେମାନେ ଯଦି ପଦାରେ ଯୁଦ୍ଧ କରୁ, ତେବେ ଆମ୍ଭେ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ହେବୁ।
24
ଏହା ହିଁ ତୁମ୍ଭର କରିବା ଉଚିତ୍। ଆଉ ସୈନ୍ୟଗ୍ଭଳନା ଦାୟିତ୍ୱ ବତିଶ୍ ରାଜାମାନଙ୍କ ବଦଳରେ ସେନାପତିମାନଙ୍କ ହସ୍ତରେ ଦିଅନ୍ତୁ।
25
ଆଉ ଆପଣ ହରାଇଥିବା ସୈନ୍ୟ ବଦଳରେ ସୈନ୍ୟ, ଅଶ୍ୱ ବଦଳରେ ଅଶ୍ୱ ଓ ରଥ ବଦଳରେ ରଥ ସଂଗ୍ରହ କରନ୍ତୁ। ଆମ୍ଭେମାନେ ପଦାରେ ଲଢ଼ିବା। ପୁଣି ଆମ୍ଭେମାନେ ନିଶ୍ଚୟ ସେମାନଙ୍କ ଅପେକ୍ଷା ବଳବାନ୍ ହେବା ଓ ଜିତିବା।” ରାଜା ସେମାନଙ୍କର ପ୍ରସ୍ଥାବ ଗ୍ରହଣ କଲେ ଓ ସେହିରୂପେ କାର୍ଯ୍ୟ କଲେ।
26
ଅନନ୍ତର ପରବର୍ଷ ବସନ୍ତରେ ବିନ୍ହଦଦ୍ ଅରାମୀୟମାନଙ୍କୁ ଏକତ୍ରିତ କରି ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ଅଫେକକୁ ଗଲେ।
27
ଇସ୍ରାଏଲୀୟ ସୈନ୍ୟ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ ଓ ଅରାମୀୟ ସୈନ୍ୟଗଣ ଆଡ଼କୁ ମାଡ଼ି ଗ୍ଭଲିଲେ। ସେମାନେ ଅରାମୀୟମାନଙ୍କ ବିପରୀତ ପାର୍ଶ୍ୱରେ ଶିବିର ସ୍ଥାପନ କଲେ। ମାତ୍ର ଇସ୍ରାଏଲର ସୈନ୍ୟଗଣ ଦୁଇଟି କ୍ଷୁଦ୍ର ଛାଗପଲ ସଦୃଶ ଦେଖା ଯାଉଥିଲା ବେଳେ ଅରାମୀୟମାନେ ସମଗ୍ର ଦେଶରେ ବ୍ୟାପି ଯାଇଥିଲେ।
28
ଏହି ସମୟରେ ପରମେଶ୍ୱରଙ୍କ ପ୍ରେରିତ ଜଣେ ଲୋକ ଆହାବଙ୍କୁ ଆସି କହିଲେ, “ସଦାପ୍ରଭୁ କୁହନ୍ତି, ‘ଅରାମୀୟ ଲୋକମାନେ କହିଛନ୍ତି ସଦାପ୍ରଭୁ ପର୍ବତଗଣର ପରମେଶ୍ୱର ଅଟନ୍ତି କିନ୍ତୁ ତଳଭୂମିର ପରମେଶ୍ୱର ନୁହନ୍ତି। ତେଣୁ ମୁଁ ତୁମ୍ଭକୁ ଏହି ବିଶାଳ ସୈନ୍ୟବାହିନୀକୁ ପରାସ୍ତ କରିବାକୁ ଦେବି। ଯାହା ଫଳରେ ମୁଁ ଯେ ପରମେଶ୍ୱର ତୁମ୍ଭେ ଜାଣି ପାରିବ।’”
29
ଦୁଇ ସୈନ୍ୟବାହିନୀ ସାତ ଦିନ ଧରି ସମ୍ମୁଖାସମ୍ମୁଖୀ ହୋଇ ଶିବିର ସ୍ଥାପନ କରି ରହିଲେ। ସପ୍ତମ ଦିନରେ ଯୁଦ୍ଧ ଆରମ୍ଭ ହେଲା ଓ ଇସ୍ରାଏଲୀୟ ସୈନ୍ୟମାନେ ଗୋଟିଏ ଦିନରେ ଅରାମୀୟ ସୈନ୍ୟମାନଙ୍କ ମଧ୍ୟରୁ 100,000 ପଦାତିକ ସୈନ୍ୟ ବଧ କଲେ।
30
ମାତ୍ର ଅବଶିଷ୍ଟ ସମସ୍ତ ଲୋକ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ। ଆଉ 27,000 ସୈନ୍ୟମାନଙ୍କ ଉପରେ ପାଚେରୀ ପଡ଼ିଲା। ବିନ୍ହଦଦ୍ ନଗର ମଧ୍ୟକୁ ପଳାଇ ଯାଇ ଏକ କୋଠରୀରେ ଲୁଚି ରହିଲେ।
31
ତାଙ୍କର ଦାସମାନେ ସେମାନଙ୍କୁ କହିଲ, “ଆମ୍ଭେ ଶୁଣିଅଛୁ ଯେ ଇସ୍ରାଏଲୀୟ ରାଜଗଣ ଦୟାଳୁ ଅଟନ୍ତି। ଆମ୍ଭେ ଆପଣଙ୍କୁ ବିନୟ କରୁଛୁ, ଆମ୍ଭମାନଙ୍କୁ କଟିରେ ଅଖା ପିନ୍ଧିବାକୁ ଓ ମୁଣ୍ତରେ ରଜ୍ଜୁ ବିନ୍ଧିବାକୁ ଦିଅନ୍ତୁ ଓ ଇସ୍ରାଏଲ ରାଜାଙ୍କ ନିକଟକୁ ଯିବାକୁ ଦିଅନ୍ତୁ। ହୁଏତ ସେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବେ।”
32
ତହୁଁ ସେମାନେ କଟିରେ ଅଖା ପିନ୍ଧି ଓ ମୁଣ୍ତରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଇ ବିନୟର ସହିତ କହିଲେ, “ତୁମ୍ଭର ଦାସ ବିନ୍ହଦଦ୍ କହୁଛି, ‘ଦୟାକରି ମୋତେ ବଞ୍ଚାନ୍ତୁ।’” ଆହାବ ଉତ୍ତର ଦେଲେ, “ସେ କ’ଣ ତଥାପି ବଞ୍ଚିଛି? ସେ ତ ମୋରଭାଇ।”
33
ବିନ୍ହଦଦ୍ର ଲୋକମାନେ ଜାଣିବାକୁ ଗ୍ଭହିଁଲେ, ରାଜା ଆହାବ ବିନ୍ହଦଦଙ୍କୁ ଦୟା ଦେଖାଇବେ କି ନା, ସେମାନେ ଆଶାକଲେ, ଗୋଟିଏ ସୂଚନା ତାଙ୍କ ବାକ୍ୟକୁ ନିଶ୍ଚିତ କରିବାକୁ, ତେଣୁ ଏହି କଥାର ସତ୍ୟତା ଜାଣିବା ପାଇଁ ଆହାବ ଯେତେବେଳେ ବିନ୍ହଦଦଙ୍କୁ ଭାଇ ବୋଲି ଡାକିଲା, ସେମାନେ ସଙ୍ଗେ ସଙ୍ଗେ କହିଲେ, “ହଁ! ବିନ୍ହଦଦ୍ ତୁମ୍ଭର ଭାଇ।” ତହୁଁ ରାଜା ଆହାବ କହିଲେ, “ମୋ’ ନିକଟକୁ ତାଙ୍କୁ ଆଣ।” ବିନ୍ହଦଦ୍ ଯେତେବେଳେ ଆସିଲେ ଆହାବ ତାଙ୍କୁ ନେଇ ନିଜ ରଥରେ ବସାଇଲେ।
34
ସେତେବେଳେ ବିନ୍ହଦଦ୍ ଆହାବଙ୍କୁ କହିଲେ, “ମୋର ପିତା ଯେଉଁ ନଗରଗୁଡ଼ିକ ତୁମ୍ଭ ପିତାଙ୍କଠାରୁ ନେଇ ଥିଲେ ମୁଁ ତୁମ୍ଭକୁ ସେଗୁଡ଼ିକ ଫେରାଇ ଦେବାକୁ ଯାଉଛି। ଯେହେତୁ ମୋର ପିତା ଯେପରି ଶମରିୟାରେ ବଜାର ଓ ଦୋକାନମାନ କରିଥିଲେ ଆପଣ ଦମ୍ମେଶକରେ ସେହିପରି କରିବେ।” ଆହାବ ଉତ୍ତର ଦେଲେ, “ଯଦି ତୁମ୍ଭେ ଏଥିରେ ସମ୍ମତ, ତେବେ ମୁଁ ତୁମ୍ଭକୁ ଛାଡ଼ି ଦେବି।” ଦୁଇ ରାଜା ଶାନ୍ତିଚୁକ୍ତିରେ ସମ୍ମତ ହେଲେ ଓ ରାଜା ଆହାବ ବିନ୍ହଦଦଙ୍କୁ ମୁକ୍ତ କଲେ।
35
ଜଣେ ଭବିଷ୍ୟଦ୍ବକ୍ତା ଆହାବ ବିରୁଦ୍ଧରେ କହିଲେ ଭବିଷ୍ୟଦ୍ବକ୍ତାଗଣଙ୍କ ମଧ୍ୟରୁ ଜଣେ ବକ୍ତା ନିଜର ସାଥୀକୁ କହିଲା, “ମୋତେ ମାର!” ସେ ଏ କଥା ସଦାପ୍ରଭୁଙ୍କ ଆଜ୍ଞାରେ କହିଲା। ମାତ୍ର ସେ ଲୋକ ମାରିବା ପାଇଁ ମନା କଲା।
36
ତେଣୁ ପ୍ରଥମ ଭବିଷ୍ୟଦ୍ବକ୍ତା କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ପାଳନ କଲ ନାହିଁ। ତେଣୁ ତୁମ୍ଭେ ଏ ସ୍ଥାନ ତ୍ୟାଗ କଲାବେଳେ ଗୋଟିଏ ସିଂହ ତୁମ୍ଭକୁ ବଧ କରିବ।” ଯେତେବେଳେ ଦ୍ୱିତୀୟ ଭବିଷ୍ୟଦ୍ବକ୍ତା ସେ ସ୍ଥାନରୁ ଗଲା, ଗୋଟିଏ ସିଂହ ତାକୁ ବଧ କଲା।
37
ପ୍ରଥମ ଭବିଷ୍ୟଦ୍ବକ୍ତା ଅନ୍ୟ ଜଣେ ଲୋକକୁ କହିଲା, “ମୁଁ ବିନୟ କରୁଅଛି, ତୁମ୍ଭେ ମୋତେ ମାର!” ସେହି ଲୋକଟି ତାକୁ ମାରି ମାରି କ୍ଷତ ବିକ୍ଷତ କଲା।
38
ତେଣୁ ଭବିଷ୍ୟଦ୍ବକ୍ତା ଆପଣା ମୁଖରେ ବସ୍ତ୍ର ଆବୃତ କରି ଛଦ୍ମ ବେଶରେ ରହିଲା ଓ ତାକୁ କେହି ଜାଣି ପାରିଲେ ନାହିଁ। ସେ ପଥ ମଧ୍ୟରେ ସେହି ଦେଶରେ ରାଜାଙ୍କୁ ଅପେକ୍ଷା କରି ରହିଲା।
39
ରାଜା ତା’ବାଟ ଦେଇ ଗଲାବେଳେ ସେ ରାଜାଙ୍କୁ କହିଲା, “ମୁଁ ଯୁଦ୍ଧ ଭୂମିକୁ ଯାଇଥିଲି। ଆମ୍ଭର ଜଣେ ଲୋକ ଜଣେ ଶତ୍ରୁ ସୈନ୍ୟକୁ ଆଣି ମୋତେ କହିଲେ, ‘ଏହି ଲୋକଟିକୁ ଜଗ, ଯଦି ସେ ପଳାୟନ କରେ ତେବେ ତୁମ୍ଭେ ତା’ ବଦଳରେ ତୁମ୍ଭର ଜୀବନ ଦେବ। ନଚେତ୍ ଏକତାଳନ୍ତ ରୂପା ଦେବ।’
40
ମୁଁ ଏଣେ ତେଣେ କାର୍ଯ୍ୟରତ ଥିଲା ବେଳେ ସେ ଖସିଗଲା।” ତହିଁରେ ଇସ୍ରାଏଲର ରାଜା କହିଲେ, “ତୁମ୍ଭେ ଶତ୍ରୁକୁ ଛାଡ଼ି ଦେଇଥିବାରୁ ଦୋଷୀ ହୋଇଅଛ। ତୁମ୍ଭର ନିଜର ବାକ୍ୟସବୁ ତୁମ୍ଭର ନିଷ୍ପତ୍ତି ଉଚ୍ଚାରଣ କରେ।”
41
ଏହା ପରେ ସେହି ଭବିଷ୍ୟଦ୍ବକ୍ତା ତା’ର ମୁହଁରୁ ବସ୍ତ୍ର କାଢ଼ିନେଲା। ଇସ୍ରାଏଲର ରାଜା ତାକୁ ଜାଣିଲେ ଯେ ସେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରୁ ଅନ୍ୟତମ।
42
ତତ୍ପରେ ସେ ଭବିଷ୍ୟଦ୍ବକ୍ତା ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହିକଥା କହନ୍ତି, ‘ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ଦେଇଥିଲୁ, ତୁମ୍ଭେ ତାକୁ ଆପଣା ହସ୍ତରେ ଛାଡ଼ିଅଛ। ଏଣୁ ତା’ର ପ୍ରାଣ ବଦଳରେ ତୁମ୍ଭର ପ୍ରାଣ ଯିବ। ଆଉ ତାହାର ଲୋକମାନଙ୍କ ବଦଳରେ ତୁମ୍ଭର ଲୋକମାନେ ଯିବେ।’”
43
ତା’ପରେ ଇସ୍ରାଏଲର ରାଜା ବିଦୀର୍ଣ୍ଣ ଓ ବ୍ୟସ୍ତତା ହୋଇ ଶମରିୟାରେ ପହଞ୍ଚିଲେ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22