bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Kings 4
1 Kings 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 5 →
1
ଶଲୋମନଙ୍କ ସାମ୍ରାଜ୍ୟ ଏହିପରି ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।
2
ଏହିମାନେ ଥିଲେ ତାଙ୍କର ଅଧିପତି ଯେ କି ତାଙ୍କୁ ରାଜ୍ୟ ଶାସନରେ ସାହାଯ୍ୟ କରୁଥିଲେ। ସେମାନେ ସାଦୋକର ପୁତ୍ର ଯାଜକ ଅସରିୟ ପୁତ୍ରଗଣ ଥିଲେ। ଯଥା: ସାଦୋକର ପୁତ୍ର ଅସରିୟ ଯାଜକ।
3
ଶୀଶାର ପୁତ୍ର ଇଲୀହୋରଫ ଓ ଅହିୟ ଉଭୟ ବିଗ୍ଭରାଳୟରେ ଯାହା ହେଉଥିଲା ସେମାନେ ଲେଖୁଥିଲେ। ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲିପିକାର।
4
ଯିହୋୟାଦାର ପୁତ୍ର ବନାୟ ଥିଲା ସୈନ୍ୟବାହିନୀର ସେନାପତି ସାଦୋକ ଓ ଅବିୟାଥର ଯାଜକ ଥିଲେ।
5
ନାଥନର ପୁତ୍ର ଅସରିୟ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ୟ ଥିଲା ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜା ଶଲୋମନଙ୍କର ଜଣେ ଉପଦେଶକ ଥିଲେ।
6
ଅହୀଶାର୍ ରାଜାଙ୍କର ପ୍ରାସାଦର ଦାୟିତ୍ୱରେ ଥିଲେ। ଅବ୍ଦର ପୁତ୍ର ଅଦୋନୀରାମ୍ କ୍ରୀତଦାସମାନଙ୍କର ରାଜ୍ୟପାଳ ଥିଲେ।
7
ଶଲୋମନ ସମଗ୍ର ଇସ୍ରାଏଲକୁ ବାର ଭାଗରେ ବିଭକ୍ତ କରି ବାର ଜଣ ଦେଶାଧ୍ୟକ୍ଷଙ୍କୁ ନିଯୁକ୍ତ କଲେ। ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟ ଯୋଗାଇଲେ। ପ୍ରତ୍ୟେକ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ।
8
ଏଗୁଡ଼ିକ ହେଉଛି ବାର ଜଣ ଦେଶାଧ୍ୟକ୍ଷଙ୍କ ନାମ: ଇଫ୍ରୟିମର ପର୍ବତମୟ ଦେଶରେ ବିନ୍-ହୂର।
9
ମାକସ୍, ଶାଲବୀମ୍, ବୈଥ୍-ଶେମଶ, ଓ ଏଲୋନ-ବୈଥାନନର ଶାସନକର୍ତ୍ତା ଥିଲେ, ବିନ୍-ଦେକର।
10
ଅରୁବୋତରେ ବିନ୍-ହେଷଦ୍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ବିନ୍-ହେଷଦ୍ ଅଧୀନ ଥିଲା।
11
ସମୁଦାୟ ଦୋର ଉପପର୍ବତ ବିନ୍-ଅବୀନାଦବ୍ର ଅଧୀନ ଥିଲା। ସେ ଶଲୋମନଙ୍କର କନ୍ୟା ଟାଫତକୁ ବିବାହ କରିଥିଲା।
12
ତାନକ୍ ଓ ମଗିଦ୍ଦୋ ଓ ବୈଥ୍-ଶାନଠାରୁ ଆବେଲ୍ ମହୋଲା ଓ ଯଗୂମିୟାମ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମସ୍ତ ବୈଥ୍-ଶାନରେ ଅହୀଲୂଦର ପୁତ୍ର ବାନା ରାଜ୍ୟପାଳ ଥିଲେ।
13
ବିନ୍-ଗେବର ରାମୋତ୍-ଗିଲିୟଦର ଶାସକ ଥିଲେ। ମନଃଶିର ପୁତ୍ର ଯାୟୀରର ଗିଲିୟଦସ୍ଥିତ ସମସ୍ତ ଗ୍ରାମ ଓ ସହର ତାଙ୍କର ଅଧୀନ ଥିଲା। ବାଶନସ୍ଥ ଅର୍ଗୋବ ଅଞ୍ଚଳରେ ଥିବା ପ୍ରାଚୀର ବେଷ୍ଟିତ ଓ ପିତ୍ତଳ ଅର୍ଗଳ ବିଶିଷ୍ଟ ଷାଠିଏ ବୃହତ୍ ନଗର ତାଙ୍କର ଅଧୀନ ଥିଲା।
14
ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍।
15
ନପ୍ତାଲିରେ ଅହୀମାସ୍ ଶାସକ ଥିଲେ ଯିଏ କି ଶଲୋମନଙ୍କର କନ୍ୟା ବାସମତ୍କୁ ବିବାହ କରିଥିଲା।
16
ଆଶେର ଓ ବାଲୋରେ ହୂଶୟର ପୁତ୍ର ବାନା।
17
ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍ ଶାସକ ଥିଲେ।
18
ବିନ୍ୟାମୀନରେ ଏଲାର ପୁତ୍ର ଶିମିୟି ଶାସକ ଥିଲେ।
19
ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍ର ଗିଲିୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
20
ଇସ୍ରାଏଲ ଓ ଯିହୁଦାରେ ବହୁ ଲୋକ ଥିଲେ। ସେମାନେ ସମୁଦ୍ର ତୀରସ୍ଥ ବାଲୁକା ସଦୃଶ ଅସଂଖ୍ୟ ଥିଲେ। ମାତ୍ର ସେମାନେ ଯଥେଷ୍ଟ ଖାଦ୍ୟ ପାନୀୟ ସହିତ ସୁଖରେ କାଳାତିପାତ କରୁଥିଲେ।
21
ଶଲୋମନ ଫରାତ୍ ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିଶର ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ଶାସନ କଲେ। ଏହି ଦେଶଗୁଡ଼ିକ ଶଲୋମନଙ୍କୁ ଉପହାର ଓ ସମ୍ମାନ ପଠାଇଲେ ଏବଂ ଜୀବନସାରା ତାଙ୍କର ପ୍ରଜା ହୋଇ ରହିଲେ।
22
ଶଲୋମନ ତାଙ୍କ ପାଇଁ ଓ ତାଙ୍କ ସହିତ ଯେଉଁମାନେ ମେଜରେ ଖାଉଥିଲେ ସେମାନଙ୍କ ପାଇଁ ଏହି ପରିମାଣର ଖାଦ୍ୟଦ୍ରବ୍ୟ ଦରକାର କରୁଥିଲେ: 30 ମହଣ ସରୁ ମଇଦା, 60 ମହଣ ସୁଜୀ, 10 ଗୋଟି ପୁଷ୍ଟ ଗୋରୁ, 20 ଗୋଟି ଗୋରୁ ଚରାସ୍ଥାନରୁ, 100 ମେଷ, ଏହାଛଡ଼ା ଅନେକ ହରିଣ, କୃଷ୍ଣସାର, ବନ ଗୋରୁ ଓ ପୁଷ୍ଟ ପକ୍ଷୀ ଥିଲେ।
24
ଶଲୋମନ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ ଫରାତ୍ ନଦୀର ପଶ୍ଚିମ ପାରିସ୍ଥିତ ସମସ୍ତ ଦେଶଗୁଡ଼ିକ ଉପରେ ଶାସନ କଲେ। ତାଙ୍କ ରାଜ୍ୟର ଚତୁର୍ଦ୍ଦିଗର ସୀମାରେ ଶାନ୍ତି ଥିଲା।
25
ଶଲୋମନଙ୍କ ରାଜତ୍ୱ କାଳରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷମୂଳରେ ନିରାପଦରେ ଅବସ୍ଥାନ କରୁଥିଲେ।
26
ଶଲୋମନଙ୍କର ରଥଗୁଡ଼ିକ ନିମନ୍ତେ 4000 ଅଶ୍ୱଶାଳା ଓ 12,000 ଅଶ୍ୱାରୋହୀ ଥିଲେ।
27
ପ୍ରତି ମାସ ସେହି ବାର ଜଣ ରାଜ୍ୟପାଳମାନଙ୍କ ମଧ୍ୟରୁ ଜଣେ ଶଲୋମନ ରାଜା ଦ୍ୱାରା ନିଯୁକ୍ତି ହେଲେ। ରାଜାଙ୍କର ସେହିମାନଙ୍କ ପାଇଁ ଯେଉଁମାନେ ଖାଇବା ଟେବୁଲ୍ରେ ଅଂଶ ନେଲେ, ସେମାନଙ୍କ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ। ସେମାନେ କିଛି ଊଣା ନ କରି ନିର୍ଦ୍ଧିଷ୍ଟ ମାସ ପାଇଁ ଖାଦ୍ୟ ଯୋଗାଇଲେ।
28
ସେହି ଶାସକଗଣ ସେମାନଙ୍କର କର୍ତ୍ତବ୍ୟ ଅନୁସାରେ ଦ୍ରୁତଗାମୀ ଅଶ୍ୱଗୁଡ଼ିକୁ ବାର୍ଲି ଓ କୁଟା ଯୋଗାଇଲେ। ଆଉ ମଧ୍ୟ ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ନିଜ ନିଜ ନିରୂପିତ କର୍ମାନୁସାରେ ଅଶ୍ୱ ଦ୍ରୁତଗାମୀ ବାହନଗୁଡ଼ିକ ପାଇଁ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଆଣିଲେ।
29
ଶଲୋମନଙ୍କର ଜ୍ଞାନ ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା।
30
ପୂର୍ବ ଦେଶୀୟ ଓ ମିଶରୀୟ ଲୋକମାନଙ୍କ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ଥିଲା।
31
ସେ ପୃଥିବୀର ସମସ୍ତ ଲୋକଙ୍କଠାରୁ ଅଧିକ ଜ୍ଞାନୀ ହେଲେ। ସେ ଇଶ୍ରାୟୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କଲ୍କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନୀ ଥିଲେ। ତାଙ୍କର ଯଶ ସମସ୍ତ ଦେଶର ଗ୍ଭରିଆଡ଼େ ବ୍ୟାପିଗଲା।
32
ତାଙ୍କ ଜୀବନ କାଳ ମଧ୍ୟରେ ସେ 3000 ନୀତିକଥା ଓ 1005 ଗୀତ ରଚନା କଲେ।
33
ସେ ପ୍ରକୃତି ସମ୍ବନ୍ଧରେ ମଧ୍ୟ ବହୁକଥା ଜାଣିଲେ। ସେ ଲିବାନୋନ୍ର ଏରସ ବୃକ୍ଷ ବିଷୟରେ ଓ ପ୍ରାଚୀରରେ ଜନ୍ମିଥିବା ଏସୋବ ତୃଣ ବିଷୟରେ ଶିକ୍ଷା ଦେଲେ। ସେ ପଶୁ, ପକ୍ଷୀ, ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ବିଷୟରେ ଶିକ୍ଷା ଦେଲେ।
34
ସମଗ୍ର ପୃଥିବୀସ୍ଥ ଲୋକମାନେ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଲେ। ସମସ୍ତ ଦେଶର ରାଜାଗଣ ଯେଉଁମାନେ ରାଜା ଶଲୋମନଙ୍କ ଜ୍ଞାନ ବିଷୟରେ ଶୁଣିଲେ, ସେମାନଙ୍କର ଜ୍ଞାନୀ ଲୋକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନ କଥା ଶୁଣିବାକୁ ଆସିଲେ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22