bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Kings 9
1 Kings 9
Odia Bible ERV 2004 (ପବିତ୍ର ବାଇବଲ)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 10 →
1
ପରମେଶ୍ୱର ପୁନର୍ବାର ଶଲୋମନଙ୍କ ନିକଟକୁ ଆସିଲେ ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ ଓ ନିଜ ଇଚ୍ଛାନୁସାରେ ସମସ୍ତ ଜିନିଷର ନିର୍ମାଣ କାର୍ଯ୍ୟ ସମାପ୍ତ କଲେ।
2
ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବିୟୋନରେ ଦର୍ଶନ ଦେଇଥିଲେ, ସେହିପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।
3
ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭକୁ ଆଗ୍ରହ ଭାବରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଅଛୁ। ଆମ୍ଭ ନାମକୁ ସଦାକାଳ ସମ୍ମାନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ଆମ୍ଭେ ତୁମ୍ଭକୁ କଥା ଦେଇଅଛୁ ଯେ, ଆମ୍ଭର ଧ୍ୟାନ ଓ ପ୍ରେମ ମନ୍ଦିର ପ୍ରତି ରହିବ।
4
ତୁମ୍ଭେ ତୁମ୍ଭ ପିତା ଦାଉଦଙ୍କ ପରି ମନପ୍ରାଣ ଦେଇ ଭକ୍ତି ଓ ସାଧୁତାର ସହିତ ଆମ୍ଭର ସେବା କରିବ। ଯଦି ତୁମ୍ଭେ ସେହି ପରି କର ଏବଂ ଆମ୍ଭର ନିୟମ ଓ ଆମ୍ଭେ ଦେଉଥିବା ସମସ୍ତ ନିର୍ଦ୍ଦେଶ ମାନ।
5
ଯଦି ତୁମ୍ଭେ ଏହିସବୁ କର, ତୁମ୍ଭର ପିତା ଦାଉଦଙ୍କୁ ଆମ୍ଭେ ପ୍ରତିଜ୍ଞା କରିଥିଲୁ, ତୁମ୍ଭ ବଂଶର ଜଣେ ଲୋକ ଇସ୍ରାଏଲର ଶାସକ ହେବ। ତଦ୍ନୁସାରେ ଆମ୍ଭେ ଇସ୍ରାଏଲରେ ତୁମ୍ଭ ସିଂହାସନ ଚିରଦିନ ପାଇଁ ସ୍ଥାପନ କରିବା।
6
“ମାତ୍ର ତୁମ୍ଭେ କିମ୍ବା ତୁମ୍ଭର ସନ୍ତାନମାନେ ଯଦି ଆମ୍ଭକୁ ଅନୁସରଣ କରିବାରେ ବିଫଳ ହୁଅନ୍ତି ଓ ଆମ୍ଭର ନିର୍ଦ୍ଦେଶ ଓ ନିୟମ ମାନିବାକୁ ଯତ୍ନ ନ କରନ୍ତି, ଯଦି ତୁମ୍ଭେମାନେ ଅନ୍ୟ ଦେବତାମାନଙ୍କର କି ପ୍ରତିମାର ସେବାକର ଓ ପ୍ରଣାମ କର, ତେବେ ଆମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଭୂମିରୁ ବିତାଡ଼ିତ କରିବା, ଯାହା ଆମ୍ଭେ ସେମାନଙ୍କୁ ଦେଇଥିଲୁ ଏବଂ ଆପଣା ନାମ ନିମନ୍ତେ ଯେଉଁ ମନ୍ଦିର ଆମ୍ଭେ ପବିତ୍ର କଲୁ, ତାହା ଆମ୍ଭେ ପ୍ରତ୍ୟାଖ୍ୟାନ କରିବା ଏବଂ ଉଚ୍ଛିନ୍ନ କରିବା ଓ ଏହା ଇସ୍ରାଏଲର ସମସ୍ତ ଗୋଷ୍ଠୀ ସମ୍ମୁଖରେ ଉପହାସର ଉଦାହରଣ ହେବ।
8
ଏହି ମନ୍ଦିର ଧ୍ୱଂସ ହେବ। ପ୍ରତ୍ୟେକ ଲୋକ ଏହା ଦେଖି ଆଶ୍ଚର୍ଯ୍ୟ ହେବେ ଓ କହିବେ, ‘ସଦାପ୍ରଭୁ କାହିଁକି ଏହି ଭୂମି ଓ ଏହି ମନ୍ଦିର ପ୍ରତି ଏପରି ଭୟଙ୍କର କାର୍ଯ୍ୟ କଲେ?’
9
ତହିଁରେ ଲୋକମାନେ ଉତ୍ତର ଦେଇ ଥାଆନ୍ତେ, ‘ଏହା ଘଟିଲା କାରଣ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କୁ ପରିତ୍ୟାଗ କଲେ, ଯିଏ କି ସେମାନଙ୍କର ପୂର୍ବପୁରୁଷଗଣଙ୍କୁ ମିଶରରୁ ବାହାର କରି ଆଣିଥିଲେ। ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣଙ୍କୁ ଉପାସନା ଓ ପ୍ରଣାମ କଲେ। ଏହି କାରଣ ଯୋଗୁଁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ କାର୍ଯ୍ୟ ଘଟାଇଲେ।’”
10
ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା।
11
କୋଡ଼ିଏ ବର୍ଷ ପରେ ରାଜା ଶଲୋମନ ସୋରର ରାଜା ହୀରମଙ୍କୁ ଗାଲିଲୀ ଦେଶସ୍ଥ କୋଡ଼ିଏ ନଗର ଦେଲେ। ସେ ତାଙ୍କୁ ଏହି ନଗରଗୁଡ଼ିକ ଦେଲେ, କାରଣ ହୀରମ୍ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣରେ ଶଲୋମନଙ୍କୁ ସାହାଯ୍ୟ କରିଥିଲେ। ସେ ଶଲୋମନଙ୍କୁ ଏରସ କାଠ, ଦେବଦାରୁ କାଠ ଓ ସୁବର୍ଣ୍ଣ ଯୋଗାଇ ଥିଲେ।
12
ହୀରମ୍ ଶଲୋମନଙ୍କ ଦତ୍ତ ନଗରଗୁଡ଼ିକୁ ଦେଖିବାକୁ ସୋରରୁ ଆସିଲେ, ମାତ୍ର ସେସବୁ ତାହାର ସନ୍ତୋଷଜନକ ହେଲା ନାହିଁ।
13
ତେଣୁ ସେ କହିଲା, “ହେ ମୋର ଭାଇ, ଏସବୁ କି ନଗର ମୋତେ ଦେଇଅଛ?” ପୁଣି ସେ ସେହିସବୁର ନାମ କାବୁଲ ଦେଶ ଦେଲା, ଅଦ୍ୟାପି ସେ ଦେଶର ନାମ କାବୁଲ ଅଛି।
14
ପୁଣି ହୀରମ୍ 120 ତୋଳା ସୁନା ସଦାପ୍ରଭୁଙ୍କ ଗୃହ ନିର୍ମାଣ ଉଦ୍ଦେଶ୍ୟରେ ଶଲୋମନଙ୍କ ନିକଟକୁ ପଠାଇ ଥିଲେ।
15
ଶଲୋମନ ଦାସମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ବାଧ୍ୟ କରିଥିଲେ। ତତ୍ପରେ ସେ ମିଲ୍ଲୋ, ଯିରୁଶାଲମର ପ୍ରାଚୀର, ହାତ୍ସୋର, ମଗିଦ୍ଦୋ ଓ ଗେଷର୍ ନିର୍ମାଣ କରିବାରେ ସେମାନଙ୍କୁ ମଧ୍ୟ ବ୍ୟବହାର କରିଥିଲେ।
16
ପୂର୍ବେ ମିଶରର ରାଜା ଗେଷର୍ ନଗର ବିରୁଦ୍ଧରେ ଯୁଦ୍ଧ କଲେ ଓ ତାକୁ ପୋଡ଼ି ଦେଲେ। ସେ ତନ୍ନିବାସୀ କିଣାନୀୟମାନଙ୍କୁ ବଧ କଲେ। ଶଲୋମନ ଫାରୋଙ୍କ କନ୍ୟାକୁ ବିବାହ କଲେ ଓ ଫାରୋ ଯୌତୁକ ସ୍ୱରୂପ ସେହି ନଗରକୁ ଶଲୋମନଙ୍କୁ ଦାନ କଲେ।
17
ଶଲୋମନ ଗେଷର୍ ଓ ଅଧଃସ୍ଥିତ ବୈଥୋରୋଣ ନଗର ନିର୍ମାଣ କଲେ।
18
ସେ ମଧ୍ୟ ଯର୍ଦ୍ଦନ ପ୍ରାନ୍ତରସ୍ଥ ବାଲତ୍ ଓ ତାଦମୋର ସହର ନିର୍ମାଣ କଲେ।
19
ରାଜା ଶଲୋମନ ଶସ୍ୟ ଓ ଜିନିଷ ଗଚ୍ଛିତ ରଖିବା ପାଇଁ ଭଣ୍ତାର ନଗର, ରଥପାଇଁ ନଗର ଓ ଅଶ୍ୱାରୋହୀମାନଙ୍କର ସୁରକ୍ଷା ନିମନ୍ତେ ନଗର ନିର୍ମାଣ କଲେ। ଯିରୁଶାଲମରେ, ଲିବାନୋନ୍ରେ ଓ ତାଙ୍କ ଶାସନାଧୀନ ଦେଶ ବ୍ୟତୀତ ସେ ଯାହା ଇଚ୍ଛା କଲେ, ତାହା ନିର୍ମାଣ କଲେ।
20
ସେ ଦେଶରେ କେବଳ ଇସ୍ରାଏଲୀୟ ସନ୍ତାନ ନ ଥିଲେ। ଏପରିକି ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ।
21
ଇସ୍ରାଏଲୀୟମାନେ ସେମାନଙ୍କୁ ବିନାଶ କରିବାକୁ କ୍ଷମ ହୋଇ ନ ଥିଲେ। ମାତ୍ର ଶଲୋମନ ସେମାନଙ୍କୁ ବେଠିକର୍ମ କରିବାକୁ ଦାସରୂପେ ସଂଗ୍ରହ କଲେ। ଅବଧି ସେମାନେ ଦାସ ହୋଇ ରହିଛନ୍ତି।
22
ମାତ୍ର ଇସ୍ରାଏଲ ସନ୍ତାନଗଣଙ୍କ ମଧ୍ୟରୁ ଶଲୋମନ କାହାରିକୁ ଦାସ କଲେ ନାହିଁ। ସେମାନେ ଯୋଦ୍ଧା, ରାଜଭୃତ୍ୟ, ଅଧିପତି, ସେନାପତି, ରଥାରୋହୀ ଓ ଅଶ୍ୱାରୋହୀମାନଙ୍କ ଅଧ୍ୟକ୍ଷ ଥିଲେ।
23
ସେମାନଙ୍କ ମଧ୍ୟରୁ 550 ଜଣ ଶଲୋମନଙ୍କର କାର୍ଯ୍ୟର ପରିଦର୍ଶକ ଥିଲେ। ଏହି ପ୍ରଧାନ ଅଧ୍ୟକ୍ଷଗଣ ଶଲୋମନଙ୍କର ଶ୍ରମିକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
24
ମାତ୍ର ଫାରୋର କନ୍ୟା ଦାଉଦ ନଗରରୁ ଆସି ଶଲୋମନଙ୍କ ଦ୍ୱାରା ନିର୍ମିତ ବୃତତ୍ ପ୍ରାସାଦରେ ବାସ କଲେ। ତା’ପରେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
25
ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ବର୍ଷରେ ତିନିଥର ଧୂପ ଜଳାଇଲେ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
26
ଅନନ୍ତର ଶଲୋମନ ରାଜା ଇଦୋମ ଦେଶରେ ଲୋହିତ ସାଗର ତୀରସ୍ଥ ଏଲତ ନିକଟବର୍ତ୍ତୀ ଇତ୍ସିୟୋନ ଗେବରରେ ଜାହାଜମାନ ନିର୍ମାଣ କଲେ।
27
ପୁଣି ହୀରମ୍ ସେହି ଜାହାଜରେ ଶଲୋମନଙ୍କ ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲେ।
28
ଆଉ ସେମାନେ ଓଫୀରକୁ ଯାଇ ସେଠାରୁ 420 ତାଳନ୍ତ ସୁନା ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22