bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Peter 2
1 Peter 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
1
ଜୀବନ୍ତ ପଥର ଓ ପବିତ୍ର ଦେଶ ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ୱିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।
2
ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁଗ୍ଧ ପାନ ପାଇଁ ତୁମ୍ଭେ ଲାଳାୟିତ ହୁଅ। ଏହାକୁ ପାନ କରିବା ଦ୍ୱାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।
3
ପ୍ରଭୁଙ୍କର ଉତ୍ତମତାର ସ୍ୱାଦ ତୁମ୍ଭେ ଗ୍ଭଖି ସାରିଛ।
4
ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ “ପଥର”। ଜଗତର ଲୋକମାନେ ସେହି ପଥରଟି ଅଗ୍ରାହ୍ୟ କଲେ। କିନ୍ତୁ ପରମେଶ୍ୱର ସେହି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ୱରଙ୍କ ପାଇଁ ତାହାଙ୍କ ମୂଲ୍ୟ ଅଧିକ।
5
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭେମାନେ ମଧ୍ୟ ଜୀବନ୍ତ ପଥର ଭଳି। ପରମେଶ୍ୱର ଗୋଟିଏ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସେହି ମନ୍ଦିରରେ ପରମେଶ୍ୱରଙ୍କ ଦ୍ୱାରା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଗୃହୀତ ହେବା ଭଳି ଆଧ୍ୟାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହେବା ପାଇଁ, ନିଜକୁ ନିୟୋଜିତ କର।
6
ଶାସ୍ତ୍ର କୁହେ: “ଦେଖ, ସିୟୋନଠାରେ, ଗୋଟିଏ ମୂଲ୍ୟବାନ କୋଣ-ପଥର ବାଛି ମୁଁ ରଖିଛି; ଯେଉଁ ଲୋକ ଏହାକୁ ବିଶ୍ୱାସ କରିବ ସେ କେବେ ହେଲେ ଲଜ୍ଜିତ ହେବ ନାହିଁ।”
7
ତୁମ୍ଭ ଭଳି ବିଶ୍ୱାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ୟବାନ। କିନ୍ତୁ ଯୀଶୁ ଅବିଶ୍ୱାସୀମାନଙ୍କ ଲାଗି: “ଗୃହ ନିର୍ମାଣକାରୀମାନେ ଯେଉଁ ପଥରଟିକୁ ଅଗ୍ରାହ୍ୟ କଲେ ସେହି ପଥରଟି ଅତି ବହୁମୂଲ୍ୟ ପଥର ହୋଇଗଲା।”
8
ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ ସେମାନଙ୍କ ଲାଗି: “ସେହି ପଥର ଲୋକଙ୍କ ଝୁଣ୍ଟିବା କାରଣ ହୁଏ ସେହି ପଥର ଲୋକଙ୍କ ପତନର କାରଣ ହୁଏ।” ପରମେଶ୍ୱରଙ୍କ କଥା ଅବମାନନା କରିବା ହେତୁ ଲୋକେ ଝୁଣ୍ଟନ୍ତି। ସେହି ଲୋକମାନଙ୍କ ନିମନ୍ତେ ପରମେଶ୍ୱର ଏପରି ଯୋଜନା କରିଥିଲେ।
9
କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।
10
ଅତୀତରେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ଅଟ। ଅତୀତରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଲାଭ କରିଛ।
11
ପରମେଶ୍ୱରଙ୍କ ପାଇଁ ଜୀବିତ ରୁହ ପ୍ରିୟ ମିତ୍ରଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂରରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧରେ ସଂଘର୍ଷ କରନ୍ତି।
12
ଅବିଶ୍ୱାସୀ ଲୋକମାନେ ତୁମ୍ଭ ଗ୍ଭରିପଟେ ଅଛନ୍ତି। ସେମାନେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ଯ୍ୟ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା’ହେଲେ ତୁମ୍ଭେମାନେ କରୁଥିବା ଭଲ କାମଗୁଡ଼ିକୁ ସେମାନେ ଦେଖିବେ ଓ ପରମେଶ୍ୱରଙ୍କ ଆସିବା ଦିନ ସେମାନ ତାହାଙ୍କୁ ମହିମା ଦେବେ।
13
କ୍ଷମତାରେ ଥିବା ଲୋକମାନଙ୍କ ଆଜ୍ଞା ପାଳନ କର ଏହି ଜଗତରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର।
14
ରାଜାଙ୍କ ଦ୍ୱାରା ପ୍ରେରିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦେବା ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସେମାନଙ୍କୁ ପଠାଯାଇଥାଏ।
15
ଅତଏବ ଭଲ କାମ କରିବା ଦ୍ୱାରା, ଯେଉଁମାନେ ତୁମ୍ଭ ବିଷୟରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସେମାନଙ୍କ ମୁହଁ ବନ୍ଦ ହୋଇଯିବ।
16
ପରମେଶ୍ୱର ଏହା ଗ୍ଭହାନ୍ତି। ସ୍ୱାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ୱାଧୀନତାର ଅପବ୍ୟବହାର କର ନାହିଁ। ପରମେଶ୍ୱରଙ୍କ ସେବାରେ ଜୀବନ କାଟ।
17
ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ୱରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ୱରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।
18
ଯୀଶୁଙ୍କ ଦୁଃଖ ଭୋଗର ଦୃଷ୍ଟାନ୍ତ ହେ କ୍ରୀତଦାସଗଣ! ତୁମ୍ଭ ମାଲିକର ଶାସନକୁ ସମ୍ମାନର ସହିତ ଗ୍ରହଣ କର। ତୁମ୍ଭେମାନେ ଭଲ ଓ ଭଦ୍ର ମାଲିକ ଏବଂ ମନ୍ଦ ମାଲିକର ମଧ୍ୟ ଆଜ୍ଞା ପାଳନ କରିବା ଉଚିତ୍।
19
ଜଣେ ଲୋକ ଭୁଲ୍ ନ କରିଥିଲେ ମଧ୍ୟ ସେ ଦୁଃଖ ପାଇ ପାରେ। ଯଦି ସେ ଲୋକ ପରମେଶ୍ୱରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା’ହେଲେ ପରମେଶ୍ୱର ପ୍ରସନ୍ନ ହୁଅନ୍ତି।
20
କିନ୍ତୁ ଯଦି ତୁମ୍ଭେ ଭୁଲ୍ କରିଥିବାରୁ ଦଣ୍ଡିତ ହୁଅ, ତା’ହେଲେ ସେହି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ଧୈର୍ଯ୍ୟବାନ ରୁହ, ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ।
21
ଏହା କରିବାକୁ ତୁମ୍ଭେ ଆହ୍ୱାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦେଖାଇ ଦେଇଯାଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ୟ କଷ୍ଟ ଭୋଗିଲା ବେଳେ ଧୈର୍ଯ୍ୟଶୀଳ ହେବା ଉଚିତ୍।
22
“ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁରେ ଉଚ୍ଚାରଣ କରି ନ ଥିଲେ।”
23
ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସେମାନଙ୍କୁ ମନ୍ଦ କଥା କହି ନାହାନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦେଇ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନେବା ପାଇଁ ପରମେଶ୍ୱରଙ୍କଠାରେ ନିର୍ଭରଶୀଳ ହେଲେ।
24
ପରମେଶ୍ୱର ନ୍ୟାୟ ବିଗ୍ଭର କରନ୍ତି। କ୍ରୁଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ୱଦେହରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଇ, ଯାହା ସତ୍ୟ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ୱାରା ତୁମ୍ଭେମାନେ ସୁସ୍ଥ ହୋଇଛ।
25
ମେଣ୍ଢା ଭଳି ତୁମ୍ଭେମାନେ ଭୁଲ୍ ରାସ୍ତାରେ ଗ୍ଭଲି ଯାଇଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କର ଆତ୍ମାର ମେଷପାଳକ ଓ ରକ୍ଷକଙ୍କ ପାଖକୁ ଫେରି ଆସିଛ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
All chapters:
1
2
3
4
5