bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Peter 3
1 Peter 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
1
ପତି ପତ୍ନୀ ଠିକ୍ ସେହିଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା’ହେଲେ, ଯଦି ପତିମାନଙ୍କ ମଧ୍ୟରୁ କେତେଜଣ ପରମେଶ୍ୱରଙ୍କ ଶିକ୍ଷା ମାନୁ ନାହାନ୍ତି, ସେମାନଙ୍କୁ ବିଶ୍ୱାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହେବ ନାହିଁ। ସେମାନେ ସେମାନଙ୍କର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହେବେ।
2
ତୁମ୍ଭ ପତି ଦେଖିବେ ଯେ ତୁମ୍ଭେ ପବିତ୍ର ଜୀବନଯାପନ କରୁଛ, ପରମେଶ୍ୱରଙ୍କୁ ସମ୍ମାନ ଦେଉଛ।
3
ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ଯ୍ୟ ନିର୍ଭର କରେ ନାହିଁ।
4
ତୁମ୍ଭର ସୌନ୍ଦର୍ଯ୍ୟ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦେବା ଉଚିତ୍। ଏହି ସୌନ୍ଦର୍ଯ୍ୟ କେବେ ହେଲେ ସମାପ୍ତ ହେବ ନାହିଁ। ପରମେଶ୍ୱର ଏହାକୁ ସବୁଠାରୁ ମୂଲ୍ୟବାନ୍ ମନେ କରନ୍ତି।
5
ବହୁ ପୂର୍ବରୁ ପରମେଶ୍ୱରଙ୍କୁ ଅନୁସରଣ କରୁଥିବା ପବିତ୍ର ମହିଳାମାନଙ୍କ ପ୍ରତି ଏହା ହିଁ ଘଟିଥିଲା। ଏହିପରି ଭାବରେ ସେମାନେ ନିଜକୁ ସୁନ୍ଦର କରି ଗଢ଼ିଥିଲେ। ସେମାନେ ନିଜ ପତିମାନଙ୍କ ଅଧୀନରେ ଥିଲେ।
6
ମୁଁ ‘ସାରା’ ଭଳି ସ୍ତ୍ରୀଲୋକମାନଙ୍କ କଥା କହୁଛି। ସେ ନିଜ ପତି ଅବ୍ରହାମଙ୍କୁ ମାନିଲେ ଓ ତାହାଙ୍କୁ ମାଲିକ ବୋଲି ଡାକିଲେ। ତୁମ୍ଭେ ସମସ୍ତ ସ୍ତ୍ରୀଲୋକମାନେ, ଯଦି ଧାର୍ମିକ କାମ କର ଓ ନିର୍ଭୟ ରୁହ, ତା’ହେଲେ ସାରାର ପ୍ରକୃତ ସନ୍ତାନ ଅଟ।
7
ଠିକ୍ ସେହିଭଳି ତୁମ୍ଭେ ପତିମାନେ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣାରେ ଜୀବନଯାପନ କର। ତୁମ୍ଭେମାନେ ନିଜ ପତ୍ନୀକୁ ସମ୍ମାନ ଦେଖାଇବା ଉଚିତ୍। ସେମାନେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ୱର, ତୁମ୍ଭ ଭଳି ସେମାନଙ୍କୁ ମଧ୍ୟ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନାରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।
8
ସତ୍କର୍ମ ପାଇଁ ଦୁଃଖ ଭୋଗ ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।
9
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।
10
ଶାସ୍ତ୍ର କୁହେ: “ଯେଉଁ ଲୋକ ଜୀବନକୁ ଭଲ ପାଇବାକୁ ଗ୍ଭହେଁ ଓ ଭଲ ଦିନଗୁଡ଼ିକୁ ଉପଭୋଗ କରିବାକୁ ଗ୍ଭହେଁ ସେ ମନ୍ଦକଥା କହିବା ଓ ମିଛ କଥା କହିବା ବନ୍ଦ କରିବା ଉଚିତ୍।
11
ସେ ମନ୍ଦ କାର୍ଯ୍ୟ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ୟ ରଖି ଚେଷ୍ଟା କରିବା ଉଚିତ୍।
12
ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସେମାନଙ୍କର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି।”
13
ଯଦି ତୁମ୍ଭେ ସବୁବେଳେ ଭଲ କରିବା ପାଇଁ ଚେଷ୍ଟା କରୁଥାଅ, ତା’ହେଲେ କୌଣସି ଲୋକ ତୁମ୍ଭକୁ ଆଘାତ କରି ପାରିବ ନାହିଁ।
14
କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା’ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। “ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସେମାନଙ୍କୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।”
15
କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟରେ କେହି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।
16
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।
17
ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ୱରଙ୍କର ଇଚ୍ଛା, ତେବେ ଏହା ହିଁ ଭଲ।
18
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସେହି ମୂଲ୍ୟ ତୁମ୍ଭର ପାପ ପାଇଁ ମୂଲ୍ୟ ଦେଲା। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ୟୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମାରେ ସେ ପୁନର୍ଜୀବିତ ହେଲେ,
19
ଏବଂ ଆତ୍ମାରେ ସେ ଗଲେ ଓ ବନ୍ଦୀ ଆତ୍ମାମାନଙ୍କୁ ଉପଦେଶ ପ୍ରଦାନ କଲେ।
20
ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ୱରଙ୍କ ଅବାଧ୍ୟ ହୋଇଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ଯ୍ୟନ୍ତ ପରମେଶ୍ୱର ଧୈର୍ଯ୍ୟ ସହିତ ଅପେକ୍ଷା କରୁଥିଲେ। ସେହି ଜାହାଜରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇ ପାରିଲେ।
21
ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।
22
ଏବେ ଯୀଶୁ ସ୍ୱର୍ଗକୁ ଗଲେଣି। ସେ ପରମେଶ୍ୱରଙ୍କ ଡାହାଣରେ ବିରାଜମାନ। ସେ ସେଠାରେ ସ୍ୱର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
All chapters:
1
2
3
4
5