bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Peter 4
1 Peter 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
1
ପରିବର୍ତ୍ତିତ ଜୀବନ ଖ୍ରୀଷ୍ଟ ନିଜ ଶରୀରରେ ଥିଲାବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯେଭଳି ଚିନ୍ତାଧାରା ଥିଲା, ତାହା ଦ୍ୱାରା ତୁମ୍ଭେ ଆପଣାକୁ ଶକ୍ତିଯୁକ୍ତ କର। ଯେଉଁ ଲୋକ ନିଜ ଶରୀରରେ ଯାତନ ଭୋଗ କଲା; ସେ ପାପରୁ ନିବୃତ୍ତ ହୋଇଛି।
2
ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛାରେ, ମନ୍ଦକାର୍ଯ୍ୟ କରି ଜୀବନଯାପନ କରିବ ନାହିଁ।
3
ଅତୀତରେ ଅବିଶ୍ୱାସୀ ଲୋକଙ୍କ କଥାରେ କାମ କରି ତୁମ୍ଭେ ଅନେକ ସମୟ ନଷ୍ଟ କରିସାରିଛ। ତୁମ୍ଭେ ଯୌନପାପ କରୁଥିଲ। ନିଜ ଇଚ୍ଛାନୁସାରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ୱଂସର କାର୍ଯ୍ୟ କରୁଥିଲ, ମଦ୍ୟପାନ ଦଳରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।
4
ସେହି ଅବିଶ୍ୱାସୀମାନେ ଆଶ୍ଚର୍ଯ୍ୟ ହେଉଛନ୍ତି ଯେ ବର୍ତ୍ତମାନ ତୁମ୍ଭେ ସେମାନଙ୍କ ଭଳି ହିଂସ୍ରକ ଓ ଧ୍ୱଂସକାରୀ କାମମାନ କରୁ ନାହଁ।
5
ଅତଏବ ସେମାନେ ତୁମ୍ଭ ବିଷୟରେ ମନ୍ଦକଥା କହୁଛନ୍ତି। କିନ୍ତୁ ସେମାନଙ୍କୁ ସେମାନଙ୍କ କୃତ କର୍ମ ଲାଗି ଉତ୍ତର ଦେବାକୁ ହେବ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଗ୍ଭର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସେମାନଙ୍କୁ ସମସ୍ତ କର୍ମର ହିସାବ ଦେବାକୁ ହେବ।
6
ଯେଉଁ ଲୋକମାନେ ବର୍ତ୍ତମାନ ମୃତ, ସେମାନଙ୍କୁ ସୁସମାଗ୍ଭର କୁହାଯାଇଥିଲା, କାରଣ ସବୁ ଲୋକଙ୍କର ବିଗ୍ଭର ହେବା ଭଳି ସେମାନଙ୍କର ମଧ୍ୟ ବିଗ୍ଭର ହେବ। ସେମାନେ ଜୀବିତ ଥିଲାବେଳେ ଯାହାକିଛି କରିଥିଲେ, ସେହି ଅନୁସାରେ ବିଗ୍ଭରିତ ହେବେ। କିନ୍ତୁ ସେମାନେ ଯେପରି ପରମେଶ୍ୱରଙ୍କ ଭଳି ଆତ୍ମାରେ ଜୀବିତ ହେବେ, ଏଥିପାଇଁ ସେମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭରିତ ହୋଇଥିଲା।
7
ପରମେଶ୍ୱରଙ୍କ ଦାନଗୁଡ଼ିକର ଭଲ ତତ୍ତ୍ୱାବଧାରକ ହୁଅ ସବୁ ବିଷୟ ସମାପ୍ତ ହେବାର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂଯତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବାରେ ସାହାଯ୍ୟ କରିବ।
8
ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର।
9
ପ୍ରେମ ଅନେକ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ୱାଗତ ଜଣାଅ।
10
ତୁମ୍ଭ ମଧ୍ୟରୁ ପ୍ରତ୍ୟେକେ ଗୋଟିଏ ଗୋଟିଏ ଆଧ୍ୟାତ୍ମିକ ଦାନ ପରମେଶ୍ୱରଙ୍କଠାରୁ ପାଇଛ। ପରମେଶ୍ୱର ଅନେକ ପ୍ରକାରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦେଖାଇଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାୟିତ୍ୱପୂର୍ଣ୍ଣ ସହିତ ପରମେଶ୍ୱରଙ୍କ ସେବକ ଭଳି ବ୍ୟବହାର କର। ଅତଏବ ଭଲ ସେବକ ହୋଇ ପରସ୍ପରର ସେବାରେ ସେଗୁଡ଼ିକୁ ଲଗାଅ।
11
ଯେଉଁ ଲୋକ କହିବାକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ବାକ୍ୟରୁ କଥା କହୁ। ଯେଉଁ ଲୋକ ସେବା କରିବ, ସେ ପରମେଶ୍ୱରଙ୍କ ପ୍ରଦତ୍ତ ଶକ୍ତି ସାହାଯ୍ୟରେ ସେବା କରୁ। ତୁମ୍ଭେ ଏହିସବୁ କାମ ଏପରି ଭାବରେ କରିବା ଉଚିତ୍ ଯେ, ଖ୍ରୀଷ୍ଟଙ୍କ ମାଧ୍ୟମରେ ଯେପରି ପରମେଶ୍ୱର ସମସ୍ତ ବିଷୟରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।
12
ଖ୍ରୀଷ୍ଟିୟାନ ଭାବରେ ଯାତନା ସହିବା ମୋ’ ମିତ୍ରଗଣ, ତୁମ୍ଭେମାନେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ଯ୍ୟ ମନେକର ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ୱାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ଯ୍ୟ କଥା ଘଟୁଛି।
13
ବରଂ ତୁମ୍ଭେ ଖୁସୀ ହେବା ଉଚିତ୍ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହୋଇଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲାବେଳେ ତୁମ୍ଭେ ଖୁସୀ ହେବ ଓ ଆନନ୍ଦରେ ପୂର୍ଣ୍ଣ ହେବ।
14
ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ୟ ବୋଲି ଜାଣିବ। ତୁମ୍ଭ ଭିତରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ୟ। ତାହା ହିଁ ହେଉଛି ପରମେଶ୍ୱରଙ୍କ ଆତ୍ମା।
15
ତୁମ୍ଭମାନଙ୍କ ଭିତରୁ କେହି ହତ୍ୟାକାରୀ ବା ଗ୍ଭେର ବା ଦୁଷ୍କର୍ମକାରୀ ବା ଅନ୍ୟମାନଙ୍କ କାରବାରରେ ମୁଣ୍ଡ ଖେଳାଇଲା ଭଳି ଲୋକ ନ ଥାଉ। ସେହିଭଳି କାମ କଲେ, ଜଣେ ଦୁଃଖ ଭୋଗିବ। ତୁମ୍ଭ ଭିତରୁ କେହି ଏପରି କାର୍ଯ୍ୟ କରି ଯାତନା ନ ଭୋଗୁ। କିନ୍ତୁ ଜଣେ କେହି ଖ୍ରୀଷ୍ଟିୟାନ ହେବାରୁ ଯାତନା ପାଇଲେ, ଲଜ୍ଜିତ ନ ହେଉ।
16
ତୁମ୍ଭେ ସେହି ଖ୍ରୀଷ୍ଟିୟାନ ନାମଟି ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ।
17
ଏବେ ବିଗ୍ଭରର ସମୟ ଆସିଛି। ତାହା ପରମେଶ୍ୱରଙ୍କ ପରିବାରଠାରୁ ଆରମ୍ଭ ହେବ। ଯଦି ସେହି ବିଗ୍ଭର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରି ନାହାନ୍ତି, ସେମାନଙ୍କର କି ଅବସ୍ଥା ହେବ?
18
“ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ। ତା’ହେଲେ ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସେମାନଙ୍କର କ’ଣ ହେବ?”
19
ଅତଏବ ଯେଉଁ ଲୋକମାନେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଯାତନା ଭୋଗ କରୁଛନ୍ତି, ସେମାନେ ତାହାଙ୍କୁ ସେମାନଙ୍କର ଆତ୍ମା ବିଶ୍ୱାସପୂର୍ବକ ସମର୍ପଣ କରିଦେବା ଉଚିତ୍। ପରମେଶ୍ୱର ସେମାନଙ୍କୁ ଗଠନ କରିଛନ୍ତି ଓ ତେଣୁ ସେମାନେ ତାହାଙ୍କୁ ବିଶ୍ୱାସ କରି ପାରିବେ। ଅତଏବ ସେମାନେ ଭଲ କାମ କରି ଗ୍ଭଲିବା ଉଚିତ୍।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
All chapters:
1
2
3
4
5