bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Peter 5
1 Peter 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
1
ପରମେଶ୍ୱରଙ୍କ ମେଷପଲ ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି।
2
ମୁଁ ତୁମ୍ଭକୁ ଅନୁରୋଧ କରେ ଯେ, ପରମେଶ୍ୱରଙ୍କ ଯେଉଁ ମେଷଗଣର ଦାୟିତ୍ୱରେ ତୁମ୍ଭେ ରହିଛ, ସେହି ମେଷ ସମୂହର ତୁମ୍ଭେ ଯତ୍ନ ନେବା ଉଚିତ୍। ସେମାନେ ପରମେଶ୍ୱରଙ୍କ ମେଷପଲ। ତୁମ୍ଭେ ବାଧ୍ୟବାଧକତାରେ ନୁହେଁ, ମାତ୍ର ସ୍ୱଇଚ୍ଛାରେ ପ୍ରତିପାଳନ କର। ପରମେଶ୍ୱର ତାହା ହିଁ ଗ୍ଭହାନ୍ତି। ତୁମ୍ଭେ ସେବା କରିବାରେ ଆନନ୍ଦ ପାଉଛ ବୋଲି ସେହିପରି କର, ଧନ ଲୋଭରେ ତାହା କର ନାହିଁ।
3
ଯେଉଁମାନଙ୍କର ଦାୟିତ୍ୱ ତୁମ୍ଭେ ନେଇଛ, ସେମାନଙ୍କ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସେମାନଙ୍କ ନିକଟରେ ଆଦର୍ଶ ସ୍ୱରୂପ ହୁଅ।
4
ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ।
5
ଯୁବକଗଣ, ତୁମ୍ଭମାନଙ୍କୁ ମୋର କିଛି କଥା ମଧ୍ୟ କହିବାକୁ ଅଛି। ତୁମ୍ଭେ ବୟୋଜ୍ୟେଷ୍ଠମାନଙ୍କ କଥା ମାନିବା ଉଚିତ୍। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ୍। “ପରମେଶ୍ୱର ଗର୍ବୀ ଲୋକଙ୍କ ବିରୁଦ୍ଧରେ ଉଠନ୍ତି, କିନ୍ତୁ ବିନମ୍ର ଲୋକଙ୍କୁ ଅନୁଗ୍ରହ କରନ୍ତି।”
6
ଅତଏବ ପରମେଶ୍ୱରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା’ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ।
7
ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।
8
ନିଜକୁ ସଂଯତ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଗ୍ଭରିଆଡ଼େ ଖୋଜି ବୁଲୁଛି।
9
ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ୱାସରେ ଦୃଢ଼ ହୋଇ ରୁହ। ସମଗ୍ର ବିଶ୍ୱରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।
10
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା’ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।
11
ସଦାସର୍ବଦା ପାଇଁ ସମସ୍ତ କ୍ଷମତା ତାହାଙ୍କର ଅଟେ, ଆମେନ୍।
12
ଶେଷ ଅଭିନନ୍ଦନ ସିଲାନ୍ ସାହାଯ୍ୟରେ ମୁଁ ଏହି ଛୋଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟରେ ଜଣେ ବିଶ୍ୱସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ୱନା ଦେବା ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଗ୍ଭହିଁଥିଲି ଯେ ଏହା ହେଉଛି ପରମେଶ୍ୱରଙ୍କ ଅନୁଗ୍ରହ। ସେହି ଅନୁଗ୍ରହରେ ଦୃଢ଼ ହୋଇ ରୁହ।
13
ବାବିଲୋନ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ତୁମ୍ଭ ଭଳି ସେମାନେ ମଧ୍ୟ ମନୋନୀତ। ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମୋ’ ପୁତ୍ର ମାର୍କ ନମସ୍କାର ଜଣାଉଛନ୍ତି।
14
ଯେତେବେଳେ ଦେଖା ସାକ୍ଷାତ ହେଉଛି, ପରସ୍ପରକୁ ପ୍ରେମ ଚୁମ୍ବନ ଦ୍ୱାରା ନମସ୍କାର କର। ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭ ସମସ୍ତଙ୍କୁ ଶାନ୍ତି ମିଳୁ। ଆମେନ୍।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
All chapters:
1
2
3
4
5