bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Samuel 15
1 Samuel 15
Odia Bible ERV 2004 (ପବିତ୍ର ବାଇବଲ)
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 16 →
1
ଶାଉଲ ଅମାଲେକୀୟମାନଙ୍କୁ ଧ୍ୱଂସ କଲେ ଥରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ମୋତେ ରାଜପଦରେ ତୁମ୍ଭକୁ ଅଭିଷେକ କରିବା ପାଇଁ ପଠାଇଥିଲେ। ବର୍ତ୍ତମାନ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ।
2
ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, ‘ଯେତେବେଳେ ଇସ୍ରାଏଲୀୟମାନେ ମିଶରରୁ ବାହାରି ଆସିଲେ, ଅମାଲେକୀୟମାନେ ତାଙ୍କୁ କିଣାନ ଯିବାରେ ବାଧା ସୃଷ୍ଟି କରିଥିଲେ। ମୁଁ ଦେଖିଛି ଯାହାସବୁ ଅମାଲେକୀୟମାନେ କରିଛନ୍ତି।
3
ବର୍ତ୍ତମାନ ଅମାଲେକୀୟ ବିରୁଦ୍ଧରେ ଯୁଦ୍ଧ ଘୋଷଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲେକୀୟମାନଙ୍କର ସର୍ବସ୍ୱ ଧ୍ୱଂସ କରି ପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡ଼ି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, ଛୋଟପିଲା ଏପରିକି ଶିଶୁଛୁଆକୁ ମଧ୍ୟ ହତ୍ୟା କରିବ। ଆହୁରି ମଧ୍ୟ ସେମାନଙ୍କର ଗାଈ, ମେଣ୍ଢା, ଓଟ ଓ ଗଧମାନଙ୍କୁ ହତ୍ୟା କରିବ।’”
4
ଶାଉଲ ଟଲାୟୀମରେ ସୈନ୍ୟମାନଙ୍କୁ ଏକଜୁଟ କଲେ। ସେଠାରେ 200,000 ପଦାତିକ ଓ ଅନ୍ୟାନ୍ୟ 10,000 ଲୋକ ଯିହୁଦାର ଥିଲେ।
5
ତା’ପରେ ଶାଉଲ ଅମାଲେକ ସହରକୁ ଗଲେ ଏବଂ ଉପତ୍ୟକାରେ ଅପେକ୍ଷା କଲେ।
6
ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଅମାଲେକ ଛାଡ଼ି ଗ୍ଭଲିଯାଅ। କାରଣ ମୁଁ ଅମାଲେକୀୟଙ୍କ ସହ ତୁମ୍ଭମାନଙ୍କୁ ହତ୍ୟା କରିବାକୁ ଗ୍ଭହେଁ ନାହିଁ। ତୁମ୍ଭେମାନେ ଇସ୍ରାଏଲୀୟମାନଙ୍କୁ ମିଶର ଛାଡ଼ି ଆସିବା ବେଳେ ସେମାନଙ୍କୁ ଦୟା ପ୍ରଦର୍ଶନ କରିଥିଲ।” ତେଣୁ କେନୀୟମାନେ ଅମାଲେକ ପ୍ରତ୍ୟାବର୍ତ୍ତନ କଲେ।
7
ଶାଉଲ ଅମାଲେକମାନଙ୍କୁ ପରାସ୍ତ କଲେ। ସେ ହବୀଲାଠାରୁ ମିଶର ସୀମାବର୍ତ୍ତୀ ଶୁରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆକ୍ରମଣ କଲେ।
8
ସେ ଅମାଲେକୀୟ ରାଜା ଆଗାଗ୍କୁ ଜୀବନ୍ତ ଧରିଲେ। କିନ୍ତୁ ତାଙ୍କ ସେନାବୀହିନୀର ଅନ୍ୟ ସମସ୍ତଙ୍କୁ ହତ୍ୟା କଲେ।
9
ଯାହା ହେଉ ଶାଉଲ ଓ ତାଙ୍କର ଲୋକମାନେ ସବୁଠୁ ଭଲ ମେଷ, ବଳଦ ଓ ହୃଷ୍ଟପୁଷ୍ଟ ମେଷ ଶାବକଗୁଡ଼ିକୁ ଓ ସମସ୍ତ ରଖିବା ପାଇଁ ଉପଯୋଗୀ ସାମଗ୍ରୀ ସେମାନେ ରଖିଲେ। ସେମାନେ ସେହି ଦ୍ରବ୍ୟଗୁଡ଼ିକ ନଷ୍ଟ କରିବା ପାଇଁ ଗ୍ଭହିଁଲେ ନାହିଁ। ସେମାନେ କେବଳ ରଖିବା ଉପଯୋଗୀ ନ ହେବା ଜିନିଷକୁ ନଷ୍ଟ କଲେ।
10
ଶାମୁୟେଲ ଶାଉଲଙ୍କୁ ତାଙ୍କ ପାପ କଥା କହିଲେ ଶାମୁୟେଲ ସଦାପ୍ରଭୁଙ୍କ ପାଖରୁ ଏକ ବାର୍ତ୍ତା ପାଇଲେ।
11
ସଦାପ୍ରଭୁ କହିଲେ, “ଶାଉଲ ମୋତେ ଅନୁସରଣ କରୁ ନାହିଁ। ତେଣୁ ଶାଉଲଙ୍କୁ ରାଜା କରିଥିବାରୁ ମୁଁ ଦୁଃଖିତ ଅଟେ। ସେ ମୋର ଆଦେଶକୁ ଅବଜ୍ଞା କଲା।” ଏଥିରେ ଶାମୁୟେଲ କ୍ରୋଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।
12
ଶାମୁୟେଲ ତା’ ପରଦିନ ପ୍ରତ୍ୟୁଷରୁ ଶାଉଲଙ୍କୁ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତାରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, “ଶାଉଲ ଯିହୁଦାର କର୍ମିଲ୍ ସହରକୁ ଆସିଥିଲେ। ଶାଉଲ ସେଠାକୁ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡ଼େ ଯାତ୍ରା କରି ସାରିବା ପରେ ଗିଲ୍ଗଲ୍ରେ ପହଞ୍ଚିଲେ।”
13
ତେଣୁ ଶାମୁୟେଲ ଶାଉଲ ଥିବା ସ୍ଥାନକୁ ଯାତ୍ରା କଲେ। ଶାଉଲ ତାଙ୍କୁ ଅଭ୍ୟର୍ଥନା କଲେ, “ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ମୁଁ ସଦାପ୍ରଭୁଙ୍କ ଆଜ୍ଞା ମାନିଛି।”
14
କିନ୍ତୁ ଶାମୁୟେଲ କହିଲେ, “ତେବେ ଏହା କ’ଣ, ମୁଁ ଶୁଣିଅଛି? ମୁଁ କାହିଁକି ମେଷର ଭେଁ ଭେଁ ଶବ୍ଦ ଶୁଣୁଅଛି ଏବଂ ଗାଈର ହମ୍ବାରବ ଶୁଣୁଛି?”
15
ଶାଉଲ କହିଲେ, “ସୈନ୍ୟମାନେ ସେମାନଙ୍କୁ ଅମାଲେକୀୟମାନଙ୍କଠାରୁ ଆଣିଛନ୍ତି। ସୈନ୍ୟମାନେ ଉତ୍ତମ ଗୋରୁ ଓ ମେଷମାନଙ୍କୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ବଳିଦେବା ନିମନ୍ତେ ରଖିଲେ ଓ ଅନ୍ୟମାନଙ୍କୁ ବିନାଶ କଲେ।”
16
ଶାମୁୟେଲ ଶାଉଲଙ୍କୁ କହିଲେ, “କହିବା ବନ୍ଦ କର! ସଦାପ୍ରଭୁ ମୋତେ ଗତ ରାତିରେ ଯାହା କରିଛନ୍ତି ତାହା ମୁଁ ତୁମ୍ଭକୁ କହିବି।” ଶାଉଲ ଉତ୍ତର ଦେଲେ, “ମୋତେ କୁହ।”
17
ଶାମୁୟେଲ କହିଲେ, “ଅତୀତରେ ତୁମ୍ଭେ ନିଜକୁ ମୁଖ୍ୟ ବୋଲି ଭାବୁ ନ ଥିଲ। କିନ୍ତୁ ତା’ପରେ ତୁମ୍ଭେ ଇସ୍ରାଏଲ ପରିବାରବର୍ଗଗୁଡ଼ିକର ମୂଖ୍ୟ ହୋଇ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ଭାବେ ବାଛିଲେ।
18
ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ହତ୍ୟା କର। ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ନ କରିବା ପର୍ଯ୍ୟନ୍ତ ତାଙ୍କ ସହ ଯୁଦ୍ଧ କର।’
19
କିନ୍ତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲ ନାହିଁ କାହିଁକି? ତୁମ୍ଭେ ଗ୍ଭହିଁଲ ସେ ଲୁଟଦ୍ରବ୍ୟ ଗୁଡ଼ିକ ରଖିବା ପାଇଁ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଅଟେ।”
20
ଶାଉଲ କହିଲେ, “ମୁଁ ସଦାପ୍ରଭୁଙ୍କ କଥା ମାନିଥିଲି, ସଦାପ୍ରଭୁ ମୋତେ ଯେଉଁଠାକୁ ପଠାଇ ଥିଲେ, ମୁଁ ସେଠାକୁ ଯାଇଥିଲି, ମୁଁ ସମସ୍ତ ଅମାଲେକୀୟମାନଙ୍କୁ ଧ୍ୱଂସ କରିଥିଲି। ମୁଁ ଅମାଲେକୀୟ ରାଜାଙ୍କୁ ଆଣିଥିଲି ଓ ସେମାନଙ୍କୁ ଧ୍ୱଂସ କଲି।
21
ଏବଂ ସୈନ୍ୟମାନେ ଗିଲ୍ଗଲ୍ରେ ଉତ୍ତମ ମେଣ୍ଢା ଓ ଗୋରୁମାନଙ୍କୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରେ ବଳିଦାନ ଦେବା ପାଇଁ ରଖିଲେ।”
22
କିନ୍ତୁ ଶାମୁୟେଲ ଉତ୍ତର ଦେଲେ, “ସଦାପ୍ରଭୁଙ୍କୁ କ’ଣ ଅଧିକ ପ୍ରସନ୍ନ କରେ, ହୋମବଳି, ନୈବେଦ୍ୟ ନା ପରମେଶ୍ୱରଙ୍କର ଆଦେଶଗୁଡ଼ିକ ପାଳନ କରିବା? ପରମେଶ୍ୱର ହୃଷ୍ଟପୁଷ୍ଟ ମେଷର ବଳିଦାନଠାରୁ ତାଙ୍କର ଆଜ୍ଞା ମାନୁ ଥିବା ଲୋକଠାରେ ଅଧିକ ସନ୍ତୁଷ୍ଟ ହୁଅନ୍ତି।
23
ବିଦ୍ରୋହିତା ମନ୍ତ୍ରପାଠ ପାପତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନଙ୍କର ପୂଜାତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ। ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହେବା ପାଇଁ ତୁଚ୍ଛ କରିଅଛନ୍ତି।”
24
ତା’ପରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି। କାରଣ ମୁଁ ସଦାପ୍ରଭୁଙ୍କ ଆଜ୍ଞା ଓ ତୁମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ କଥା ଶୁଣିଲି।
25
ବର୍ତ୍ତମାନ ମୁଁ ମୋ’ ପାପ କ୍ଷମା କରିବାକୁ ଅନୁରୋଧ କରୁଛି, ଓ ମୁଁ ଯେମନ୍ତ ସଦାପ୍ରଭୁଙ୍କୁ ଉପାସନା କରିପାରେ ଏଥିପାଇଁ ମୋ’ ସାଙ୍ଗରେ ଫେରି ଆସ।”
26
କିନ୍ତୁ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ପାଇଁ ମନା କରିଅଛନ୍ତି।”
27
ଯେତେବେଳେ ଶାମୁୟେଲ ଫେରିଯିବା ପାଇଁ ବାହାରନ୍ତେ, ସେ ତାହାଙ୍କ ଗ୍ଭେଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।
28
ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ଇସ୍ରାଏଲର ରାଜତ୍ୱ ତୁମ୍ଭଠାରୁ ନେଇଗଲେ ଓ ତୁମ୍ଭଠାରୁ ଜଣେ ଉତ୍ତମ ବ୍ୟକ୍ତିକୁ ଦେଲେ, ଯିଏ କି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।
29
ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ପରମେଶ୍ୱର। ସଦାପ୍ରଭୁ ସବୁଦିନ ପାଇଁ ଏହିଠାରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ୟକ୍ତି ନୁହନ୍ତି ଯେ କି ତାଙ୍କର ମତ ବଦଳାଇ ଦେବେ।”
30
ଶାଉଲ ଉତ୍ତର ଦେଲେ, “ମୁଁ ପାପ କରିଅଛି, କିନ୍ତୁ ଇସ୍ରାଏଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋର ସମ୍ମାନ ରଖିବା ପାଇଁ ମୋ’ ସହିତ ଫେରି ଆସ। ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପାସନା କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।”
31
ଶାମୁୟେଲ ଶାଉଲଙ୍କ ସହିତ ଫେରିଯା’ନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।
32
ବର୍ତ୍ତମାନ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଆଗଗ୍କୁ ଆମ୍ଭ ସମ୍ମୁଖକୁ ଆଣ।” ତା’ପରେ, ଆଗାଗ୍ ଲୌହ ଶିଙ୍କୁଳିରେ ବନ୍ଧା ହୋଇ ତାଙ୍କ ଆଗକୁ ଅଣାଗଲା। ଆଗାଗ୍ ଚିନ୍ତା କଲା, “ନିଶ୍ଚିତ ସେ ମୋତେ ହତ୍ୟା କରିବ ନାହିଁ।”
33
କିନ୍ତୁ ଶାମୁୟେଲ ଆଗଗ୍କୁ କହିଲେ, “ତୁମ୍ଭ ଖଡ଼୍ଗ ଯେମନ୍ତ ସ୍ତ୍ରୀମାନଙ୍କୁ ସନ୍ତାନ ହିନ କରିଅଛି, ତେମନ୍ତ ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହିନ ହେବ।” ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଆଗଗ୍କୁ ଖଣ୍ତ ଖଣ୍ତ କରି ହାଣିଲେ।
34
ଏଥି ଉତ୍ତାରେ ଶାମୁୟେଲ ରାମାକୁ ଗଲେ। ପୁଣି ଶାଉଲ ଗିବିୟାସ୍ଥିତ ଆପଣା ଗୃହକୁ ଗଲେ।
35
ତା’ପରେ ଶାମୁୟେଲ ତାଙ୍କ ଜୀବନର ଶେଷ ପର୍ଯ୍ୟନ୍ତ ଶାଉଲଙ୍କୁ କେବେବି ଦେଖିଲେ ନାହିଁ। କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ। ପୁଣି ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଅନୁତାପ କଲେ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31