bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
1 Samuel 24
1 Samuel 24
Odia Bible ERV 2004 (ପବିତ୍ର ବାଇବଲ)
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 25 →
1
ଦାଉଦ ଶାଉଲଙ୍କୁ ଲଜ୍ଜିତ କଲେ ଏହା ପରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରିଲା ପରେ ଲୋକମାନେ ଶାଉଲଙ୍କୁ କହିଲେ ଯେ, “ଦାଉଦ ଐନଗଦୀସ୍ଥ ମରୁଭୂମିରେ ଅଛି।”
2
ତେଣୁ ଶାଉଲ ଇସ୍ରାଏଲରୁ 3000 ଜଣ ବଛା ଯାଇଥିବା ଲୋକମାନଙ୍କୁ ନେଇ ଦାଉଦ ଓ ତା’ର ଲୋକମାନଙ୍କୁ ବନଛାଗର ଶୈଳରେ ଖୋଜିଲେ।
3
ସେହି ବାଟରେ ଥିବା ମେଷଶାଳାରେ ପହଞ୍ଚି ସେଠାରେ ଥିବା ଗୁମ୍ଫା ନିକଟକୁ ଯାଇ ଶାଉଲ ବିଶ୍ରାମ ନେଲେ। ଦାଉଦ ଓ ତା’ର ଲୋକମାନେ ଗୁମ୍ଫାର ଦୂର ପଛରେ ଲୁଚିଥିଲେ।
4
ଦାଉଦଙ୍କର ଲୋକମାନେ କହିଲେ, “ସଦାପ୍ରଭୁ ଯେଉଁ ଦିନ ବିଷୟରେ କହିଥିଲେ, ‘ଆଜି ହେଉଛି ସେହି ବିଶେଷ ଦିନ। ସଦାପ୍ରଭୁ ତୁମ୍ଭଙ୍କୁ କହିଥିଲେ, ମୁଁ ତୁମ୍ଭର ଶତ୍ରୁକୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ତୁମ୍ଭକୁ ଯାହା ଭଲ ଦିଶିବ ତାହା ତା’ର ପ୍ରତି କର।’” ତା’ପରେ ଦାଉଦ ଗୁରୁଣ୍ଡି ଗୁରୁଣ୍ଡି ଶାଉଲଙ୍କ ପାଖକୁ ଗଲେ। ସେ ଶାଉଲ ପିନ୍ଧିଥିବା ବସ୍ତ୍ରର ଏକ କାନିକୁ କାଟି ଦେଲେ। କିନ୍ତୁ ଶାଉଲ ଦାଉଦଙ୍କୁ ଦେଖି ପାରି ନ ଥିଲେ।
5
ତା’ପରେ ଦାଉଦ ଅନୁତପ୍ତ କଲେ ଶାଉଲର ଲୁଗାଧଡ଼ି କାଟି ନେଇଥିବାରୁ।
6
ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ବାରଣ କଲେ ଯେ, ମୋର ସ୍ୱାମୀ ବିରୁଦ୍ଧରେ ପୁଣି ଏପରି କରିବା ଉଚିତ୍। ମୋର ହସ୍ତ ତାଙ୍କ ବିରୁଦ୍ଧରେ ଉଠାଇବା, ଏହା ମୋ’ ପାଇଁ ଠିକ୍ ହେବ ନାହିଁ। କାରଣ ଶାଉଲ ସଦାପ୍ରଭୁଙ୍କର ମନୋନୀତ ରାଜା।”
7
ଦାଉଦ ତାଙ୍କର ଲୋକମାନଙ୍କୁ ଏପରି ଶାଉଲଙ୍କ ପଛରେ ଯିବା ବନ୍ଦ କରିବାକୁ ବାରଣ କଲେ ଏବଂ ତାଙ୍କୁ ବ୍ୟଥା ଅନୁଭବ କରିବା ଏବଂ ସେମାନଙ୍କୁ ଶାଉଲଙ୍କ ବିରୁଦ୍ଧରେ ଯିବା ଅଟକାଇଲେ। ଶାଉଲ ଗୁମ୍ଫାରୁ ବାହାରିଲେ ଓ ସେଠାରୁ ପଥଗମନ କଲେ।
8
ଦାଉଦ ଗୁମ୍ଫାରୁ ବାହାରିଲେ, ଶାଉଲଙ୍କୁ ପାଟି କରି କହିଲେ, “ହେ ମୋର ପ୍ରଭୁ ମହାରାଜ!” ଶାଉଲ ପଛକୁ ଗ୍ଭହିଁଲେ, ଦାଉଦ ନତମସ୍ତକ ହୋଇ ଭୂମିକୁ ଗ୍ଭହିଁ ରହିଲେ।
9
ଦାଉଦ ଶାଉଲଙ୍କୁ କହିଲେ, “ତୁମ୍ଭେ କାହିଁକି ଲୋକମାନଙ୍କ କଥା ଶୁଣିଲ ଯେତେବେଳେ ଲୋକମାନେ କହିଲେ, ‘ଦାଉଦ ଯୋଜନା କରିଛି ତୁମ୍ଭକୁ ମାରିବା ପାଇଁ।’
10
ମୁଁ ଗ୍ଭହିଁ ନ ଥିଲି ତୁମ୍ଭକୁ ମାରିବା ପାଇଁ। ତୁମ୍ଭେ ତୁମ୍ଭର ସ୍ୱଚକ୍ଷୁରେ ଦେଖିଲ। ସଦାପ୍ରଭୁ ତୁମ୍ଭକୁ ଆଜି ଗୁମ୍ଫା ଭିତରେ ମାରିବା ପାଇଁ ସୁଯୋଗ ଦେଇଥିଲେ। କିନ୍ତୁ ମୁଁ ତୁମ୍ଭକୁ ମାରିବାକୁ ଇଚ୍ଛା କଲି ନାହିଁ। ମୋର ତୁମ୍ଭ ପ୍ରତି ଦୟା ଆସିଲା। ମୁଁ କହିଲି, ‘ମୁଁ ମୋର ପ୍ରଭୁଙ୍କୁ ମାରିବି ନାହିଁ। ଶାଉଲ ହେଉଛନ୍ତି ସଦାପ୍ରଭୁଙ୍କଦ୍ୱାରା ବଛା ଯାଇଥିବା ରାଜା।’
11
ଦେଖ, ମୋ’ ହାତରେ ଥିବା ଲୁଗା ଖଣ୍ଡକୁ। ମୁଁ ଏହାକୁ ତୁମ୍ଭ ଲୁଗା ଧଡ଼ିରୁ କାଟିଅଛି। ମୁଁ ତୁମ୍ଭକୁ ମାରି ପାରିଥା’ନ୍ତି କିନ୍ତୁ ମୁଁ ମାରି ନାହିଁ। ମୁଁ ତୁମ୍ଭକୁ ବର୍ତ୍ତମାନ ବୁଝିବାକୁ ଦେଉଛି। ମୁଁ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁଛି ଯେ ମୁଁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନ ଥିଲି। ମୁଁ ତୁମ୍ଭ ପ୍ରତି କେବେ ଅନ୍ୟାୟ କରି ନାହିଁ। କିନ୍ତୁ ତୁମ୍ଭେ ମୋତେ ଆଘାତ କରିଅଛ ଏବଂ ମାରିବାକୁ ମଧ୍ୟ ଗ୍ଭହିଁଅଛ।
12
ସଦାପ୍ରଭୁ ମୋର ଓ ତୁମ୍ଭ ଭିତରେ ବିଗ୍ଭର କରନ୍ତୁ ଓ ତୁମ୍ଭେ ମୋ’ଠାରେ କରିଥିବା ଭୁଲ୍ ଯୋଗୁଁ ସଦାପ୍ରଭୁ ତା’ର ଦଣ୍ତ ଦିଅନ୍ତୁ। କିନ୍ତୁ ମୁଁ ତୁମ୍ଭ ସହିତ ଯୁଦ୍ଧ କରିବି ନାହିଁ।
13
ପୁରୁଣା କଥା ଅଛି, ‘ଦୁଷ୍ଟଠାରୁ ଦୁଷ୍ଟତା ବାହାରେ।’ “ମୁଁ କଦାପି ମନ୍ଦକାର୍ଯ୍ୟ କରି ନାହିଁ। ମୁଁ ଗୋଟିଏ ମନ୍ଦ ବ୍ୟକ୍ତି ନୁହେଁ। ମୁଁ ତୁମ୍ଭକୁ ଆଘାତ କରିବି ନାହିଁ।
14
ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଛନ୍ତି? ତୁମ୍ଭେ କାହା ପଛରେ ଗୋଡ଼ଉଛ? ଗୋଟିଏ ମଲା କୁକୁର ପଛରେ, ଗୋଟିଏ ଡାଆଂଶ ପଛରେ ତୁମ୍ଭେ ଗୋଡ଼ଉଛ।
15
ସଦାପ୍ରଭୁ ବିଗ୍ଭରକର୍ତ୍ତା ହୁଅନ୍ତୁ। ତୁମ୍ଭ ଓ ମୋ’ ଭିତରେ ସେ ବିଗ୍ଭର କରନ୍ତୁ। ସଦପ୍ରଭୁ ମୋର ପକ୍ଷରେ ବିଗ୍ଭର କରନ୍ତୁ ଏବଂ ପ୍ରମାଣ କରନ୍ତୁ ଯେ ମୁଁ ଠିକ୍ ଅଛି। ସଦାପ୍ରଭୁ ମୋତେ ତୁମ୍ଭଠାରୁ ରକ୍ଷା କରନ୍ତୁ।”
16
ଦାଉଦ ଶାଉଲଙ୍କୁ ଏହା କହି ସାରିବା ପରେ ଶାଉଲ କହିଲେ, “ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର କଥା,” ତା’ପରେ ଶାଉଲ କାନ୍ଦିବାକୁ ଆରମ୍ଭ କଲେ, ସେ ଜୋର୍ରେ କାନ୍ଦିଲେ।
17
ଶାଉଲ କହିଲେ, “ତୁମ୍ଭେ ମୋ’ ଅପେକ୍ଷା ସତ୍ ବ୍ୟକ୍ତି ଅଟ। ତୁମ୍ଭେ ମୋ’ ପ୍ରତି ଭଲ ବ୍ୟବହାର ଦେଖାଇଛ। କିନ୍ତୁ ମୁଁ ତୁମ୍ଭ ପ୍ରତି ଖରାପ ବ୍ୟବହାର କରିଥିଲି।
18
ତୁମ୍ଭେ ମୋତେ କହିଲ, ତୁମ୍ଭେ ଯେଉଁ ଭଲ କାର୍ଯ୍ୟ କରିଛ, ସଦାପ୍ରଭୁ ମୋତେ ତୁମ୍ଭକୁ ଦେଇଥିଲେ କିନ୍ତୁ ତୁମ୍ଭେ ମୋତେ ହତ୍ୟା କଲ ନାହିଁ।
19
ଯେତେବେଳେ ଜଣେ ମନୁଷ୍ୟ ନିଜର ଶତ୍ରୁକୁ ପାଏ ସେ ତାକୁ ଭଲରେ ଯିବାକୁ ଦିଏ ନାହିଁ। ତା’ ପ୍ରତି ଉତ୍ତମ ବ୍ୟବହାର କରେ ନାହିଁ। ଏଣୁ ଆଜି ମୋ’ ପ୍ରତି ଯାହା ଉତ୍ତମ କରିଅଛ, ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦିଅନ୍ତୁ।
20
ମୁଁ ଜାଣେ ତୁମ୍ଭେ ଇସ୍ରାଏଲର ରାଜା ହେବ। ତୁମ୍ଭେ ଇସ୍ରାଏଲକୁ ଶାସନ କରିବ।
21
ମୋ’ ସମ୍ମୁଖରେ ତୁମ୍ଭେ ଏକ ପ୍ରତିଜ୍ଞା କର। ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କର ଯେ ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେ ମୋର ବଂଶଧରକୁ ନିପାତ କରିବ ନାହିଁ ଓ ପ୍ରତିଜ୍ଞା କର ଯେ, ମୋର ପିତାଙ୍କର ପରିବାରରୁ ମୋର ନାମକୁ ଲୋପ କରିବ ନାହିଁ।”
22
ତେଣୁ ଦାଉଦ ଶାଉଲଙ୍କ ନିକଟରେ ପ୍ରତିଜ୍ଞା କଲେ। ଦାଉଦ ପ୍ରତିଜ୍ଞା କରି କହିଲେ ସେ କଦାପି ଶାଉଲଙ୍କ ପରିବାରକୁ ଧ୍ୱଂସ କରିବେ ନାହିଁ। ତା’ପରେ ଶାଉଲ ଗୃହକୁ ଫେରିଲେ। ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗକୁ ପଳାଇଗଲେ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 25 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31